Categories: ଜାତୀୟ

ବାନ୍ଦୀପୋରାରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ

ଶ୍ରୀନଗର,୩।୮: ଜମ୍ମୁ-କଶ୍ମୀର ବାନ୍ଦୀପୋରା ଜିଲାର ଚନ୍ଦାଜି ଅଞ୍ଚଳରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ଜଣେ ପାକିସ୍ତାନୀ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ତେବେ ଆହୁରି ଆତଙ୍କବାଦୀ ଲୁଚିରହିଥିବା ସନ୍ଦେହରେ ଘଟଣାସ୍ଥଳରେ ଏବେ ବି ସର୍ଚ୍ଚ ଅପରେଶନ୍‌ ଜାରି ରହିଛି। ସୂଚନାଯୋଗ୍ୟ, ବାନ୍ଦୀପୋରାର ଚନ୍ଦାଜି ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚିରହିଥିବା ନେଇ ସୁରକ୍ଷାକର୍ମୀଙ୍କୁ ଖବର ମିଳିଥିଲା। ଏହାପରେ ପୋଲିସ, ସିଆରପିଏଫ୍‌ ଓ ସେନାଙ୍କ ମିଳିତ ଉଦ୍ୟମରେ ମଙ୍ଗଳବାର ଉକ୍ତ ସ୍ଥାନରେ ସର୍ଚ୍ଚ ଅପରେଶନ୍‌ କରାଯାଇଥିଲା। ସୁରକ୍ଷାକର୍ମୀଙ୍କୁ ଦେଖି ଆତଙ୍କବାଦୀମାନେ ଭୟଭୀତ ହୋଇପଡ଼ି ପ୍ରଥମେ ଆଖିବୁଜା ଗୁଳି ଚାଳନା କରିଥିଲେ। ଏହାର ପାଲଟା ଜବାବରେ ସୁରକ୍ଷାକର୍ମୀ ମଧ୍ୟ ପ୍ରତି ଆକ୍ରମଣ କରିଥିଲେ। ତେବେ ଏହି ଗୁଳିବିନିମୟରେ ଜଣେ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଛି। ବତ୍ତର୍ମାନ ଘଟଣାସ୍ଥଳରେ ଦୁଇ ପକ୍ଷରୁ ଗୁଳିବିନିମୟ ଜାରି ରହିଥିବା ସୂଚନା ରହିଛି।

Share