Posted inଜାତୀୟ

Jammu Kashmir Encounter: ପହଲଗାମ ଆଟାକ୍‌ ପରେ ବଡ଼ ଏକନାଉଣ୍ଟର, ଶହୀଦ ହେଲେ ଜଣେ ଭାରତୀୟ ଯବାନ

ନୂଆଦିଲ୍ଲୀ,୨୪।୪: ପହଲଗାମରେ ଆତଙ୍କବାଦୀ ଆକ୍ରମଣପରେ, ଗୁରୁବାର ସକାଳେ ଜମ୍ମୁ ଏବଂ କଶ୍ମୀରର ଉଧମପୁର ଜିଲାର ଡୁଡୁ-ବସନ୍ତଗଡ଼ ଅଞ୍ଚଳରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏକ ବଡ଼ ଏନକାଉଣ୍ଟର ହୋଇଛି। ଯେଉଁଥିରେ ଜଣେ ଭାରତୀୟ ଯବାନ ଶହୀଦ ହୋଇଥିବା ଖବର ମିଳିଛି ।

ଲେଫ୍ଟନାଣ୍ଟ କର୍ଣ୍ଣେଲ ସୁନୀଲ ବର୍ଟୱାଲ କହିଛନ୍ତି, ଡୁଡୁ-ବସନ୍ତଗଡ଼ ଅଞ୍ଚଳରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ଚାଲିଛି। ସେ କହିଛନ୍ତି ଯେ, ଏନକାଉଣ୍ଟର ସମ୍ପର୍କିତ ସମ୍ପୂର୍ଣ୍ଣ ସୂଚନାକୁ ଅପେକ୍ଷା କରାଯାଇଛି। ସୂଚନା ଅନୁଯାୟୀ, ପ୍ରାରମ୍ଭିକ ଏନକାଉଣ୍ଟରରେ ଜଣେ ଯବାନ ଶହୀଦ ହୋଇଛନ୍ତି।

ଜମ୍ମୁ ଏବଂ କଶ୍ମୀରର ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରଠାରୁ, ସେନା ଏବଂ ପୋଲିସ ଦ୍ୱାରା ନିରନ୍ତର ସର୍ଚ୍ଚ ଅପରେଶନ ଜାରି ରହିଛି। ସେନାର ଅନେକ ଟିମ୍‌ ସମଗ୍ର ଅଞ୍ଚଳରେ ସର୍ଚ୍ଚ ଅଭିଯାନ ଚଳାଇଛନ୍ତି। ଏହି ସମୟରେ ଜମ୍ମୁ ପୋଲିସ ମଧ୍ୟ ତାଙ୍କ ସହିତ ଉପସ୍ଥିତ ଅଛି। ଏହାରି ଭିତରେ ବଡ଼ ଖବର ସାମ୍ନାକୁ ଆସିଛି ଯେ, ସେନା ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏନକାଉଣ୍ଟର ହୋଇଛ ମୁହାଁମୁହିଁ ହୋଇଛନ୍ତି।

ଜମ୍ମୁ ପୋଲିସର ସୂଚନା ଅନୁଯାୟୀ, ଉଧମପୁରର ଡୁଡ୍ଡୁ-ବସନ୍ତଗଡ଼ ଅଞ୍ଚଳରେ ଆତଙ୍କବାଦୀ ଏବଂ ସୁରକ୍ଷା ବାହିନୀ ମଧ୍ୟରେ ଗୁଳି ବିନିମୟ ହୋଇଛି। ସର୍ଚ୍ଚ ଅପରେସନ ସମୟରେ ଆତଙ୍କବାଦୀମାନେ ସେନା ଉପରେ ଗୁଳି ଚଳାଇଥିଲେ, ଯାହାର ଜବାବରେ ସେନା ମଧ୍ୟ ଲଗାତାର ଗୁଳିଚାଳନା କରୁଛି। ଏଠାରେ ସେନା ଦୁଇରୁ ତିନି ଜଣ ଆତଙ୍କବାଦୀଙ୍କୁ ଘେରି ରହିଥିବା ଅନୁମାନ କରାଯାଉଛି। ସେନା ସବୁ ଦିଗରୁ ଆତଙ୍କବାଦୀଙ୍କୁ ଟାର୍ଗେଟ କରୁଛନ୍ତି।

ଏହି ଏନକାଉଣ୍ଟରରେ, ଉଭୟ ପାର୍ଶ୍ୱରୁ ମଝିରେ ମଝିରେ ଗୁଳିଗୋଳା ଶବ୍ଦ ଆସୁଛି। ଘଟଣାସ୍ଥଳରେ ପ୍ରବଳ ଫୋର୍ସ ଉପସ୍ଥିତ ଅଛନ୍ତି। ଏହା ସହିତ, ଅନେକ ପୋଲିସ କର୍ମଚାରୀ ମଧ୍ୟ ସେନା ସହିତ ଅଛନ୍ତି। ପହଲଗାମ ଆକ୍ରମଣ ପରଠାରୁ ଭାରତୀୟ ସେନା ସତର୍କତା ଅବଲମ୍ବନ କରୁଛି। ସେନା ସୂତ୍ର ଅନୁଯାୟୀ, ବର୍ତ୍ତମାନ ଘାଟିରେ ୧୦୦ ରୁ ଅଧିକ ଆତଙ୍କବାଦୀ ସକ୍ରିୟ ଅଛନ୍ତି।

ପହଲଗାମ ଆତଙ୍କବାଦୀ ଆକ୍ରମଣ ପରଠାରୁ ସେନା ଦାୟିତ୍ୱ ଗ୍ରହଣ କରୁଛି। ବୁଧବାର (୨୩ ଏପ୍ରିଲ) ଦିନ, ସୁରକ୍ଷା ବାହିନୀ ବାରାମୂଳାରେ ବଡ଼ ସଫଳତା ହାସଲ କରିଛନ୍ତି। ନିୟନ୍ତ୍ରଣ ରେଖା (LoC) ନିକଟରେ ଅନୁପ୍ରବେଶ ଉଦ୍ୟମକୁ ପଣ୍ଡ କରିବା ସହିତ ସୁରକ୍ଷା ବାହିନୀ ଦୁଇ ଜଣ ଆତଙ୍କବାଦୀଙ୍କୁ ହତ୍ୟା କରିଛନ୍ତି। ଏହି ସମୟରେ, ସୁରକ୍ଷା ବାହିନୀ ଆତଙ୍କବାଦୀଙ୍କଠାରୁ ଦୁଇଟି AK ସିରିଜ ରାଇଫଲ, ଚାଇନିଜ ପିସ୍ତଲ ଏବଂ 10 କିଲୋଗ୍ରାମ IED ସମେତ ଅନ୍ୟାନ୍ୟ ସାମଗ୍ରୀ ଜବତ କରିଥିଲେ। ସୂଚନା ମିଳିଛି ଯେ ଏହି ଆତଙ୍କବାଦୀମାନେ ଉପତ୍ୟକାରେ ଏକ ବଡ଼ ଘଟଣା ଘଟାଇବାକୁ ଯୋଜନା କରୁଥିଲେ, କିନ୍ତୁ ଏହା ପୂର୍ବରୁ ସେନାର ସୈନିକମାନେ ସେମାନଙ୍କୁ ହତ୍ୟା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାସ୍ତା, ପିଜା-ବର୍ଗର ନେଲା କି ଯୁବତୀଙ୍କ ଜୀବନ? ଜାଣନ୍ତୁ କ’ଣ କହୁଛନ୍ତି ଡାକ୍ତର

ନୂଆଦିଲ୍ଲୀ,୨୪।୧୨: ନିକଟରେ, ଉତ୍ତର ପ୍ରଦେଶର ଆମରୋହାରୁ ଜଣେ ୧୧ଶ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ଖବର ପ୍ରକାଶିତ ହୋଇଥିଲା। ପରିବାର ଦାବି କରିଥିଲେ ଯେ ଝିଅଟିର ଖାଦ୍ୟରେ...

ଅଲିଭ ରିଡଲେ କଇଁଛଙ୍କ ସୁରକ୍ଷା ସଚେତନତା, ବଟେଶ୍ୱର ପୀଠ ହେବ ପ୍ଲାଷ୍ଟିକ ମୁକ୍ତ

ଗଞ୍ଜାମ,୨୪।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ଶୈବ ପୀଠ ସ୍ଥିତ କଲ୍ୟାଣ ମଣ୍ଡପରେ ବିରଳ ସାମୁଦ୍ରିକ କଇଁଛ ଅଲିଭ ରିଡଲେଙ୍କ ସୁରକ୍ଷା ସମ୍ପର୍କକିତ...

ଚାନ୍ଦବାଲି ଲଜ୍ଜା: ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୧୨: ଭଦ୍ରକ ଜିଲା ଚାନ୍ଦବାଲିରେ ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା ଘଟଣା ବର୍ତ୍ତମାନ ସାରା ରାଜ୍ୟରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ଏନେଇ ଉତ୍ତେଜନା ଦେଖାଯାଇଥିବା...

Vijay Hazare Trophy: ବିରାଟ କୋହଲିଙ୍କ ଧୂଆଁଧାର ବ୍ୟାଟିଂ, ୧୬ ବର୍ଷ ପରେ ଏପରି ଶତକ ମାରିଲେ…

ନୂଆଦିଲ୍ଲୀ,୨୪।୧୨: ବିରାଟ କୋହଲିଙ୍କ ବ୍ୟାଟ୍ ବନ୍ଦ ହେବାର କୌଣସି ସଙ୍କେତ ଦେଖାଯାଉନାହିଁ । ଏହା ଅନ୍ତର୍ଜାତୀୟ କ୍ରିକେଟ୍ ହେଉ କି ଘରୋଇ କ୍ରିକେଟ୍ ସବୁ ସ୍ଥାନରେ...

Govt Jobs: ବିନା ଇଣ୍ଟରଭ୍ୟୁରେ, ବିନା ପରୀକ୍ଷାରେ ଏମିତି ଉଠାନ୍ତୁ ସରକାରୀ ଚାକିରିର ସୁବିଧା

ନୂଆଦିଲ୍ଲୀ,୨୪।୧୨: ୟୁନାଇଟେଡ ଇଣ୍ଡିଆ ଇନସ୍ୟୁରାନ୍ସ କମ୍ପାନୀ ଲିମିଟେଡ ୧୫୩ଟି ପ୍ରଶାସନିକ ଅଧିକାରୀ ପଦବୀରେ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ କରିଛି। ସବୁଠାରୁ ଭଲ କଥା ହେଉଛି...

କୋଟିଆକୁ ନେଇ ରାଜସ୍ବ ମନ୍ତ୍ରୀଙ୍କ ବଡ଼ ବୟାନ, କହିଲେ ପ୍ରବେଶ କଲେ….

ଭୁବନେଶ୍ୱର,୨୪।୧୨: କୋଟିଆକୁ ପ୍ରବେଶ ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ବଡ଼ ବୟାନ ଦେଇଛନ୍ତି । ଯଦି ଆନ୍ଧ୍ର ଅଧିକାରୀ ଓଡ଼ିଶାରେ ପ୍ରବେଶ କରନ୍ତି ତାହେଲେ...

ମୋଦି କ୍ୟାବିନେଟର ବଡ଼ ନିଷ୍ପତ୍ତି, ରାଜଧାନୀକୁ ମିଳିଲା ନୂଆବର୍ଷ ଉପହାର

ନୂଆଦିଲ୍ଲୀ,୨୪।୧୨: କେନ୍ଦ୍ର କ୍ୟାବିନେଟ ବୈଠକରେ ପୁଣି ଥରେ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏହା ଦିଲ୍ଲୀ-ଏନସିଆର ପାଇଁ ଏକ ନୂତନ ବର୍ଷର ଉପହାର। ନୂତନ ବର୍ଷରେ...

ପରିବହନ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏଣିକି ଜାନୁଆରୀ ୧ ନୁହେଁ ଗାଡ଼ିର ବୈଧ କାଗଜପତ୍ର ଅବଧି…

ଭୁବନେଶ୍ୱର,୨୪।୧୨:  ଗାଡ଼ି ଚାଳକଙ୍କୁ ବଡ଼ ଆଶ୍ବସ୍ତି ଦେଲେ ପରିବହନ ମନ୍ତ୍ରୀ ବିଭୂତି ଜେନା । ମାସେ ସମୟ ଦେଲେ ସରକାର । ଏଣିକି ଗାଡ଼ିର ବୈଧ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri