Categories: ଜାତୀୟ

କୁପୱାଡାରେ ୪ ଆତଙ୍କବାଦୀ ନିହତ…

ଶ୍ରୀନଗର,୨୩।୬: ଜମ୍ମୁ-କଶ୍ମୀରରେ ସୁରକ୍ଷା ବାହିନୀକୁ ବଡ଼ ସଫଳତା ମିଳିଛି। ପୋଲିସ ଓ ଭାରତୀୟ ସେନାର ମିଳିତ ଅଭିଯାନରେ କୁପୱାଡାର ମଚ୍ଛଲ ସେକ୍ଟରେ ୪ ଆତଙ୍କବାଦୀ ନିହତ ହୋଇଥିବା ଜଣାପଡିଛି। ବର୍ତ୍ତମାନ ଏହି ଅଞ୍ଚଳରେ ସର୍ଚ୍ଚ ଅପରେଶନ ଜାରି ରହିଛି। ଏହି ଆତଙ୍କବାଦୀମାନେ ପାକିସ୍ତାନ ଅଧିକୃତ କଶ୍ମୀର ପଟୁ ଅନୁପ୍ରବେଶ କରିବାକୁ ଉଦ୍ୟମ କରୁଥିବା ପୋଲିସ କହିଛି।

Share