ସୁନ୍ଦରଗଡ଼ ଲୋକ ସଭା ଆସନ ପାଇଁ ଜନାର୍ଦ୍ଦନ ଦେହୁରୀଙ୍କ ନାମାଙ୍କନପତ୍ର ଦାଖଲ

ସୁନ୍ଦରଗଡ଼,୧ା୫(ଜୟନାରାୟଣ ମେଣ୍ଡୁଳି): ଆସନ୍ତା ୨୦ ତାରିଖରେ ସୁନ୍ଦରଗଡ଼ ଜିଲାରେ ହେବ ଭୋଟ୍‌ ଗ୍ରହଣ। ଏଥି ନିମନ୍ତେ ବୁଧବାର ଥିବା ପ୍ରାର୍ଥିପତ୍ର ଦାଖଲର ଚତୁର୍ଥ ଦିବସ। ଏହି ଦିବସରେ ସୁନ୍ଦରଗଡ଼ ଲୋକ ସଭା ଆସନ ପାଇଁ କଂଗ୍ରେସ ପ୍ରାର୍ଥୀ ଜନାର୍ଦ୍ଦନ ଦେହୁରୀ ନିଜର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ଜନାର୍ଦ୍ଦନ ତାଙ୍କ ପ୍ରାର୍ଥିପତ୍ର ସୁନ୍ଦରଗଡ଼ ଜିଲାପାଳ ତଥା ରିଟର୍ନିଂ ଅଫିସର ଡାକ୍ତର ଗାଭାଲି ପରାଗ ହର୍ଷଦଙ୍କ ଠାରେ ଦାଖଲ କରିଛନ୍ତି। ସେହିପରି ରାଜଗାଙ୍ଗପୁର ବିଧାନସଭା ଆସନ ପାଇଁ ଡାକ୍ତର ସିଏସ୍‌ ରାଜେନ ଏକ୍କା ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ସେ ସୁନ୍ଦରଗଡ଼ ଅତିରିକ୍ତ ଜିଲାପାଳ (ରାଜସ୍ବ)ତଥା ରିଟର୍ନିଂ ଅଫିସର ଅଭିମନ୍ୟୁ ବେହେରାଙ୍କ ନିକଟରେ ପ୍ରାର୍ଥିପତ୍ର ଦାଖଲ କରିଥିଲେ। ଏଥିସହ ସୁନ୍ଦରଗଡ଼ ସଦର ବିଧାନସଭା ଆସନ ପାଇଁ କଂଗ୍ରେସ ପ୍ରାର୍ଥୀ ସୁଧାରାଣୀ ରାଉଡିଆ ମଧ୍ୟ ନିଜର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ସୁନ୍ଦରଗଡ଼ ଅତିରିକ୍ତ ଜିଲାପାଳ(ସାଧାରଣ)ତଥା ରିଟର୍ନିଂ ଅଫିସର ରବିନାରାୟଣ ସାହୁଙ୍କ ନିକଟରେ ପ୍ରାର୍ଥିପତ୍ର ଦାଖଲ କରିଥିଲେ। ସ୍ଥାନୀୟ ସମଲେଶ୍ବରୀ ମନ୍ଦିର, ଜଗନ୍ନାଥ ମନ୍ଦିର ଓ ରାମ୍‌ଜୀ ମନ୍ଦିର ଦର୍ଶନ କରି ଲୋକ ସଭା ଓ ଦୁଇ ବିଧାନସଭା ପ୍ରାର୍ଥୀ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

ଇତିହାସ ରଚିଲେ ହାର୍ଦ୍ଦିକ ପାଣ୍ଡ୍ୟା; ଏପରି କରିବାରେ ପ୍ରଥମ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୪।୧୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚରେ ଏକ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ...

ତୃତୀୟ ଟି୨୦ରେ ଭାରତର ଦମ୍‌ଦାର ବିଜୟ: ୨-୧ରେ ସିରିଜ୍‌ ଅଗ୍ରଣୀ

ଧର୍ମଶାଳା,୧୪।୧୨: ଧର୍ମଶାଳାରେ ରବିବାର ଖେଳାଯାଇଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ବିଜୟୀ ହୋଇଛି। ଭାରତୀୟ ବ୍ୟାଟର ୨୫ ବଲ୍‌ ବାକି...

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨:  ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀଙ୍କ ପରଲୋକ

ଦିଗପହଣ୍ଡି,୧୪।୧୨((ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ କଇଠଖଣ୍ଡି ପଞ୍ଚାୟତର ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀ ସନ୍ତୋଷ କୁମାର ପଣ୍ଡା...

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri