ଯଶିପୁର ବିଇଓ ନିଲମ୍ବିତ

ବାରିପଦା,୬।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ କ୍ରମେ ମୟୂରଭଞ୍ଜ ଜିଲା ଯଶିପୁର ବ୍ଲକ ଶିକ୍ଷାଧିକାରୀ ମଙ୍ଗଲ ଚରଣ ସିଂଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ବିଭାଗୀୟ ଚିଠି ନଂ ୨୭୯୫୮/୫ ଡିସେମ୍ବର ୨୦୨୩ କ୍ରମେ ବିଇଓଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । କାର୍ଯ୍ୟରେ ଅବହେଳା ଯୋଗୁ ଏପରି ନିର୍ଦ୍ଦେଶ ଦିଆଯାଇଛି । ପରବର୍ତ୍ତୀ ଆଦେଶ ପର୍ଯ୍ୟନ୍ତ ଜିଲା ଶିକ୍ଷାଧିକାରୀ କାର୍ଯ୍ୟାଳୟରେ ଉପସ୍ଥିତ ରହିବା ସହିତ ମୁଖ୍ୟାଳୟ ଛାଡି ନ ଯିବାକୁ ଚିଠିରେ ଉଲ୍ଲେଖ ରହିଛି ।