ବିବାଦରେ ଯାତ୍ରା ଷ୍ଟାର ଆକ୍ଟର କାହ୍ନା ସ୍ବାଇଁ

ଭୁବନେଶ୍ୱର,୨୦।୯: କୋଟିକୋଟି ଓଡ଼ିଆଙ୍କ ପ୍ରାଣ ମହାପ୍ରଭୁ ଶ୍ରୀଜଗନ୍ନାଥ। ସିଏ ସମଗ୍ର ବିଶ୍ୱକୁ ତାଙ୍କ ଛତ୍ରଛାୟା ତଳେ ଘୋଡାଇ ରଖିଛନ୍ତି। ହେଲେ ତାଙ୍କୁ ଅସମ୍ମାନିତ କରାଯାଇଛି। ଯାତ୍ରା ଖଳନାୟକ କାହ୍ନା ସ୍ବାଇଁ ଖେଳଣା ପରି ଖୋଲା ମଞ୍ଚରେ ମହାପ୍ରଭୁଙ୍କ ପ୍ରତିମାର ଗୋଟିଏ ବାହୁକୁ ଝାଲାଇ ଝୁଲାଇ ନେଉଛନ୍ତି । ରଙ୍ଗମଞ୍ଚରେ ଅଭିନୟ କଲା ବେଳେ ସେ ଏପରି ଅପରାଧ କରିଥିବା ଅଭିଯୋଗ ହୋଇଛି। ଯାହାର ଭିଡିଓ ଭାଇରାଲ ହେବା ପରେ କାହ୍ନାଙ୍କ ନାଁରେ କଟକ ବାଦାମବାଡ଼ି ଥାନାରେ ଲିଖିତ ଅଭିଯୋଗ ହୋଇଛି।
ଯାତ୍ରା ସିଂହବାହିନୀର ଷ୍ଟାର ଆକ୍ଟର ହେଉଛନ୍ତି କାହ୍ନା ସ୍ବାଇଁ। ସେ ଅନେକ ନାଟକରେ ଖଳ ଚରିତ୍ରରେ ନଜର ଆସିଥାନ୍ତି। ତେବେ ‘ବଡ଼ ବେଦରଦୀ କଳା ସାଆନ୍ତ’ ନାଟକରେ ସେ ମହାପ୍ରଭୁଙ୍କ ପ୍ରତିମାକୁ ଅପମାନିତ କରିଛନ୍ତି।
 ସେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ପ୍ରତିମାରେ ଲାଗିଥିବା ଫୁଲ ମାଳକୁ ଫିଙ୍ଗି ଦେଉଛନ୍ତି, ମହାପ୍ରଭୁଙ୍କୁ ଲୁଗାରେ ବାନ୍ଧି ପିଠିରେ ପକାଇ ଖେଳଣା ପରି ନେଉଛନ୍ତି। ମହାପ୍ରଭୁଙ୍କ ପ୍ରତିମାକୁ ହାତରେ ଝାଲାଇ ଝୁଲାଇ ନେଉଥିବା ଦେଖିବାକୁ ମିଳିଛି।
କେବଳ ଏତିକି ନୁହେଁ, ‘ବଡ଼ ବେଦରଦୀ କଳା ସାଆନ୍ତ’ରେ ଏକ ସଂଳାପରେ କାହ୍ନା କହୁଛନ୍ତି, … ମୁଁ ଜଗାକୁ ବୁଲାଇବାକୁ ନେଇଥିଲି।… ମୋ ଜଗା ଦିନ ରାତି ୨୪ ଘଣ୍ଟା ଗୋଟିଏ ମନ୍ଦିର ଭିତରେ ରହୁଛି। ତାକୁ କ’ଣ ଅଣ ନିଃଶ୍ୱାସୀ ଲାଗୁନଥିବ? ତାକୁ କ’ଣ ଟିକେ ବୋରିଂ ଲାଗୁନଥିବ? …. ଯଦି ଜଗାର ଜୀବନ ନାହିଁ, ତାହାହେଲେ ସକାଳେ ସା ବେଳେ ତାଙ୍କୁ କାହିଁକି ମୁଣ୍ଡିଆ ମାରୁଛନ୍ତି? ତା’ ପାଖକୁ କାହିଁକି ଗୁହାରି କରିବାକୁ ଆସୁଛନ୍ତି? ଜଗନ୍ନାଥଙ୍କୁ ନେଇ ପ୍ରଶ୍ନ କରାଯାଏନି। ମୋ’ ଜଗାର ଜୀବନ ଅଛି। ଆମେ ଖାଉଛୁ, ସିଏ ବି ଖାଉଛି। ଅଳପ ନୁହେଁ, ସାଠିଏ ପଉଠି ଛପନ ଭୋଗ ଖାଉଛି……। ଏମିତି କେତେ କ’ଣ କାହ୍ନା ସଂଳାପରେ କହୁଥିବା ଦେଖିବାକୁ ମିଳୁଛି।
ଏ ସବୁ ଭିଡିଓ ଓ ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏ ନେଇ କଟକ ବାଦାମବାଡ଼ି ଥାନାରେ କାହ୍ନାଙ୍କ ନାଁରେ ଲିଖିତ ଅଭିଯୋଗ ହୋଇଛି। ତାଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଦାବି ହୋଇଛି। ଅଭିଯୋଗକୁ ଭିତ୍ତିକରି ପୋଲିସ ଘଟଣାର ତଦନ୍ତ ଚଳାଇଛି।

Enter your email to get our daily news in your inbox.

All Right Reserved By Dharitri.Com

ବଂଶଧାରା ନଦୀରେ ମିଶିଲା କାରଖାନାର ବିଷାକ୍ତ ରାସାୟନିକ ପାଣି: ଜଳ ଯୋଗାଣ ବନ୍ଦ ଲୋକେ ହନ୍ତସନ୍ତ

କାଶୀନଗର,୨୦ା୯(ଟି. କ୍ରିଷ୍ଣା ରାଓ): ଗଜପତି ଜିଲା କାଶୀନଗର ଦେଇ ପ୍ରବାହିତ ବଂଶଧାରା ନଦୀ ପାଣିରେ ବେଦାନ୍ତ କାରଖାନାର କାଷ୍ଟିକ ପୋଖରୀ ହୁଡା ଭାଙ୍ଗି କ୍ଷୟକାରୀ ବିଷାକ୍ତ...

ଭରତପୁର ଥାନା ଘଟଣା: ଓଡ଼ିଶା ସରକାରଙ୍କୁ କଡ଼ା ସମାଲୋଚନା କଲେ ପ୍ରିୟଙ୍କା ଗାନ୍ଧି

ଭୁବନେଶ୍ୱର,୧୯।୯: ଭରତପୁର ଥାନା ଘଟଣାକୁ ନେଇ ଓଡ଼ିଶା ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ। ଏକ୍ସରେ ଏକ ପୋଷ୍ଟ କରି...

ସିଏମ୍‌ କିଷାନ ଯୋଜନାରେ ନୂତନ ହିତାଧିକାରୀମାନେ ଏହି ତାରିଖ ଯାଏ କରିପାରିବେ ଆବେଦନ

ଭୁବନେଶ୍ୱର,୧୯।୯: ସିଏମ୍‌ କିଷାନ ଯୋଜନାରେ ନୂତନ ହିତାଧିକାରୀମାନେ ନଭେମ୍ବର ମାସ ୮ ତାରିଖ ପର୍ଯ୍ୟନ୍ତ ପଞ୍ଜିକରଣ କରିପାରିବେ। ଚାଷୀମାନେ cmkissan.odisha.gov.in ମାଧ୍ୟମରେ ପଞ୍ଜିକରଣ କରିପାରିବେ। ଏହି...

ମୁଖ୍ୟ ଯନ୍ତ୍ରୀଙ୍କ ଅମାପ ସମ୍ପତ୍ତି; ଘରୁ ମିଳିଲା ନଗଦ ୪୫ ଲକ୍ଷ ଟଙ୍କା, କୋଟିଏ ଟଙ୍କାର ବ୍ୟାଙ୍କ ଡିପୋଜିଟ୍

ବାଲେଶ୍ୱର,୧୯।୯: ବାଲେଶ୍ୱର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀ ଏନ.ଭି ହରିହରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିବା ପରେ ବିପୁଳ ପରିମାଣର ଆୟାବହିର୍ଭୁତ ସମ୍ପତ୍ତି ଜବତ...

ଗ୍ରାହକ ହୋଇ କିଣିବା ବାହାନାରେ ଆସି ଗହଣା ଦୋକାନରୁ….

ବ୍ରହ୍ମପୁର,୨୦ା୯(ସୁବାସ ଚନ୍ଦ୍ର ପାଢ଼ୀ): ଗ୍ରାହକ ହୋଇଆସି ଜଣେ ବ୍ୟକ୍ତି ଦୋକାନରୁ ସୁନା ଗହଣା ଚୋରାଇ ନେଇଛନ୍ତି। ଦୋକାନ ମାଲିକ ସତ୍ୟନାରାୟଣ ସେନାପତି ଏହି ସମ୍ପର୍କରେ ବଡ଼ବଜାର...

ମେଜରଙ୍କ ବାନ୍ଧବୀଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦।୯: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ମାଡ଼ ଘଟଣାରେ ମେଜରଙ୍କ ବାନ୍ଧବୀଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଭୁବନେଶ୍ବର ଏମ୍ସ ଯାଇ ପ୍ରଭାତୀ...

ଜିଲାସ୍ତରୀୟ ବିକାଶ ମେଳା ଉଦଘାଟିତ

ଖୋର୍ଦ୍ଧା,୨୦।୯ : ୨୦୩୬ ସୁଦ୍ଧା ଗଠନ ହେବ ବିକଶିତ ଓଡ଼ିଶା। ମୋହନ ସରକାର ଲୋକଙ୍କ ସରକାର। ଜନତାଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ରକୋଷ୍ଠ ଉନ୍ମୁକ୍ତ ରହିଛି। ୨୪ବର୍ଷ...

ମାଡ଼ ଖାଇ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି ହେଲେ ବନ କର୍ମଚାରୀ

ଅନୁଗୋଳ,୨୦।୯: ହାତୀ ଘଉଡାଇବାକୁ ଯାଇଥିବା ବେଳେ ଗ୍ରାମବାସୀଙ୍କ ମାଡ଼ରେ ଜଣେ ବନ କର୍ମଚାରୀ ଗୁରୁତର ଆହତ ହୋଇଥିବା ବେଳେ ଆଉ ୨ଜଣ କର୍ମଚାରୀ ଆହତ ହୋଇଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri