ଜଟଣୀ ଖାସ୍‌ମାହଲ ଜମି ସମସ୍ୟାର ହେବ ସମାଧାନ

ଭୁବନେଶ୍ୱର,୪ା୯(ଅନିଲ ଦାସ): ଜଟଣୀ ଖାସମାହଲ ଜମି ସମସ୍ୟାର ସମାଧାନ କରି ଲୋକଙ୍କୁ ପଟ୍ଟା ଦେବାପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି।
ଜଟଣୀ ତହସିଲରେ ଦୀର୍ଘ ବର୍ଷ ଧରି ଖାସମାହଲ ସମସ୍ୟା ରହିଛି । ଏ ସମସ୍ୟା ସମ୍ପର୍କରେ ଜନସାଧାରଣ ୫-ଟି ସଚିବଙ୍କୁ ଜଣାଇଥିଲେ । ଏ ବିଷୟରେ ୫-ଟି ସଚିବ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇବା ପରେ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ସୋମବାର ଏ ସମ୍ପର୍କରେ ଏକ ଉଚ୍ଚସ୍ତରୀୟ ବୈଠକ କରାଯାଇ ଏହି ନିଷ୍ପତ୍ତି ନିଆଯାଇଛି । ଆସନ୍ତା ୩ ମାସ ମଧ୍ୟରେ ଜମିଜମା ସମସ୍ୟାର ସ୍ଥାୟୀ ସମାଧାନ କରାଯାଇ ଆଗାମୀ ଡିସେମ୍ବରରେ ଲୋକଙ୍କୁ ପଟ୍ଟା ବଣ୍ଟନ କରିବାକୁ ଖୋର୍ଦ୍ଧା ଜିଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଏହାଦ୍ୱାରା ୫୩୭ ପରିବାର ଉପକୃତ ହେବେ।

Share