ସମ୍ବଲପୁରରେ ଜଣ୍ଡିସ ସ୍ଥିତି ଅନୁଧ୍ୟାନ

ସମ୍ବଲପୁର,୨୦ା୬: ସମ୍ବଲପୁର ସହରରେ ପୁଣିଥରେ ଦେଖାଦେଇଛି ଜଣ୍ଡିସ ଆତଙ୍କ। ସହରର କୁମ୍ଭାରପଡ଼ା, ଶାଲିଆବଗିଚା ଓ ପେନସନପଡ଼ା ଅଞ୍ଚଳରେ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଆକ୍ରାନ୍ତଙ୍କ ବୟସ ୧୪ରୁ ୨୦ ବର୍ଷ ମଧ୍ୟରେ ବୋଲି ଜଣାପଡ଼ିଛି। ଏଭଳିସ୍ଥତି ଭୁବନେଶ୍ବରରୁ ଆସିଥିବା ୨ ଜଣିଆ ରାପିଡ ରେସପନ୍ସ ଟିମ୍‌ ସମ୍ବଲପୁରରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି। ଏପରିକି ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରି ତଥ୍ୟ ସଂଗ୍ରହ କରିଛନ୍ତି। ପରେ ଟିମ୍‌ ସିଡିଏମ୍‌ଓ ଏବଂ ଅନ୍ୟ ସ୍ବାସ୍ଥ୍ୟକର୍ମୀଙ୍କ ସହ ଆଲୋଚନା କରିବେ ବୋଲି ଜଣାପଡିଛି।

ସୂଚନା ଯୋଗ୍ୟ, ୨୦୧୩ରେ ସମ୍ବଲପୁରରେ ଜଣ୍ଡିସ ରୋଗରେ ୨୪ ଜଣଙ୍କ ପ୍ରାଣହାନୀ ଘଟି କୁହାଯାଉଥିବା ବେଳେ ସରକାରୀ ଭାବେ ଏହାର ସଂଖ୍ୟା ୧୭ କୁହାଯାଇଥିଲା। ଏହି ସମୟରେ ସହରର ୧ ହଜାରରୁ ଅଧିକ ଆକ୍ରାନ୍ତ ହେଇଥିଲେ। ତେବେ ବର୍ତ୍ତମାନ ସମ୍ବଲପୁରରେ ଚିହ୍ନଟ ହୋଇଥିବା ଜଣ୍ଡିସ ଆକ୍ରାନ୍ତମାନେ ଶୀତଳ ଷଷ୍ଠୀ ସମୟରେ ସଙ୍କ୍ରମିତ ହୋଇଥିବା ଅନୁମାନ କରାଯାଉଛି।

ଦୂଷିତ ପାଣି ବ୍ୟବହାର, ପାନୀୟ ଜଳରେ ଦୂଷିତ ନର୍ଦ୍ଦମାଜଳ ମିଶିବା ଆଦି କାରଣରୁ ସହରରେ ଜଣ୍ଡିସ ହୋଇଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। ଆବର୍ଜନା ଜଳ ନିଷ୍କାସନ ପାଇଁ ରହିଥିବା ନାଳ ନର୍ଦ୍ଦମାର ଉପଯୁକ୍ତ ସଫେଇ ଅଭାବ ଜଣ୍ଡିସ ବ୍ୟାପିବାର ଅନ୍ୟ ଏକ କାରଣ ବୋଲି କୁହାଯାଉଛି। ତେବେ ସହରରେ ପାନୀୟ ଜଳ ଯୋଗାଣ ହେଉଥିବା ପାଇପ ଅଧିକାଂଶ ସ୍ଥାନରେ ନାଳ ମଧ୍ୟ ଦେଇ ବିଛା ଯାଇଛି। କେତେକ ସ୍ଥାନରେ ନାଳମଧ୍ୟରେ ପାଇପଗୁଡ଼ିକ ଏଭଳି ବିଛା ଯାଇଛି ଯେ କୌଣସି ପ୍ରକାରେ ନାଳ ସଫେଇ କରିବା ସମ୍ଭବ ହୋଇ ପାରୁନାହିଁ। ଫଳରେ ପାନୀୟ ଜଳ ଯୋଗାଣ ପାଇଁ ବିଛା ଯାଇଥିବା ପାଇପ୍‌ଗୁଡ଼ିକ ବିଭିନ୍ନ ସ୍ଥାନରେ ଫାଟି ନାଳରେ ପ୍ରବାହିତ ଦୂଷିତ ଜଳ ସଂସ୍ପର୍ଶରେ ଆସି ସଂକ୍ରମିତ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

୪ ଜମି ଅଧିଗ୍ରହଣ ଅଧିକାରୀ ନିଲମ୍ବିତ

ଯାଜପୁର,୧୮ା୧୦(ହର୍ଷବର୍ଦ୍ଧନ ବେହେରା): ରାଜ୍ୟର ଦ୍ୱିତୀୟ ସର୍ବବୃହତ୍‌ ବ୍ରାହ୍ମଣୀ ନଦୀ ଉପରେ ନିର୍ମିତ ରେଙ୍ଗାଲି ବହୁମୁଖୀ ଯୋଜନା ଦ୍ୱାରା ଯାଜପୁର ଜିଲାର ୪୬,୬୦୦ ହେକ୍ଟର ଜମିରେ ଜଳସେଚନ...

ସାତକୋଶିଆ ବ୍ୟାଘ୍ର ଅଭୟାରଣ୍ୟକୁ ମିଳିଲା ୧୨ଟି ପାଟ୍ରୋଲିଂ ଗାଡ଼ି, ୫ବର୍ଷରେ ଅଭୟାରଣ୍ୟକୁ ଆସିବେ ୧୪ ବାଘ

ଭୁବନେଶ୍ୱର, ୧୮ା୧୦ (ବନ୍ଦନା ସେଠୀ): ଜୀବଜନ୍ତୁଙ୍କ ସୁରକ୍ଷାରେ ନିୟୋଜିତ ହେବ ପାଟ୍ରୋଲିଂ ଭ୍ୟାନ୍‌। ବିଶେଷକରି ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପର ସୁରକ୍ଷା ପାଇଁ ଆଧୁନିକ ଯାନର ବ୍ୟବସ୍ଥା...

ଟାସ୍କଫୋର୍ସ ପୁନର୍ଗଠନ କଲେ ରାଜ୍ୟ ସରକାର, ଖୁବ୍‌ଶୀଘ୍ର କାର୍ଯ୍ୟକାରୀ ହେବ ଶିକ୍ଷାନୀତି

ଭୁବନେଶ୍ୱର,୧୮।୧୦: ଜାତୀୟ ଶିକ୍ଷା ନୀତି-୨୦୨୦କୁ ଓଡ଼ିଶାରେ କାର୍ଯ୍ୟକାରୀ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ଗୁରୁବାର ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଟାସ୍କଫୋର୍ସ ପୁନର୍ଗଠନ ସହ...

ବଦଳିଲେ ୭୦ରୁ ଅଧିକ ତହସିଲଦାର

ଭୁବନେଶ୍ୱର, ୧୮ା୧୦: ରାଜ୍ୟରେ ଓଏଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି ସରକାର। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ...

କୋଷ୍ଟ ଗାର୍ଡ ଡିଆଇଜି, ପନ୍ତ୍ରୀଙ୍କୁ ଦୁର୍ବ୍ୟବହାର, ନୟାପଲ୍ଲୀ ଥାନାରେ ଏତଲା

ଭୁବନେଶ୍ୱର,୧୮ା୧୦(ସତ୍ୟଜିତ୍‌ ରାଉତ): କୋଷ୍ଟଗାର୍ଡ ଡିଆଇଜି ସତ୍ୟ ରଞ୍ଜନ ଦାସ ଓ ତାଙ୍କ ପତ୍ନୀ ନୟାପଲ୍ଲୀ ଥାନା ଅନ୍ତର୍ଗତ କଳିଙ୍ଗ ଷ୍ଟାଡିଅମ୍‌ ଟ୍ରାଫିକ୍‌ ପୋଷ୍ଟ ନିକଟରେ ଗୁରୁବାର...

OSSSC ଦ୍ଵାରା କମ୍ପ୍ୟୁଟର ଆଧାରିତ ନିଯୁକ୍ତି ପରୀକ୍ଷା ବିବାଦ, ସରକାର ନେଲେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର, ୧୮ା୧୦: ଓଡ଼ିଶା କର୍ମଚାରୀ ଚୟନ ଆୟୋଗ (ଓଏସ୍‌ଏସ୍‌ଏସ୍‌ସି) ଦ୍ୱାରା କମ୍ୟୁଟର ଆଧାରିତ ନିଯୁକ୍ତି ପରୀକ୍ଷା ୨୦୨୪ର ଫରେଷ୍ଟର, ଫରେଷ୍ଟ ଗାର୍ଡ, ଆର୍‌ଆଇ, ଅମିନ ଆଦି...

୨୩ରୁ ଏସବୁ ଜିଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର,୧୮ା୧୦(ଅନିଲ ଦାସ): ବିଲରେ ଧାନ ବାହାରିବାକୁ ବସିଲାଣି। ଚାଷୀକୁଳ ଅସରାଏ ବର୍ଷାକୁ ଚାହିଁ ରହିଛନ୍ତି। ବର୍ଷା ହେଲେ ବିଲରେ ସୁନା ଫଳିବ। ବର୍ଷକର ପରିଶ୍ରମ ଚାଷୀଙ୍କୁ...

କାର୍ତ୍ତିକ ଆରମ୍ଭରୁ ଅସମ୍ଭାଳ, ଛୁଇଁହେଉନି ପରିବା

ଭୁବନେଶ୍ୱର,୧୮ା୧୦(ଅନିଲ ଦାସ): ପାର୍ବଣରେ ମହଙ୍ଗାମାଡ଼ ଖାଉଟିଙ୍କ ହର୍ଷୋଲ୍ଲାସକୁ ଫିକା କରିଦେଇଛି। ଆଳୁ, ପିଆଜ ଓ ତେଲ ସମେତ ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀଗୁଡ଼ିକ ପୂର୍ବରୁ ଚଢ଼ାଦରରେ ବିକ୍ରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri