ହାଣ୍ଡିଖାଲ ଜଙ୍ଗଲରେ ଯବାନଙ୍କ ସର୍ଚ୍ଚ ଅପରେଶନ: ମାଓବାଦୀ କ୍ୟାମ୍ପ ଠାବ

ଚିତ୍ରକୋଣ୍ଡା,୨୪।୧: ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ସ୍ବାଭିମାନ ଅଞ୍ଚଳ ଅନ୍ତର୍ଗତ ପଣସପୁଟ ପଞ୍ଚାୟତ ଗୋରାସେତୁ ନିକଟ ହାଣ୍ଡିଖାଲ ଜଙ୍ଗଲରେ ରବିବାର ବିଏସ୍‌ଏଫ ଯବାନ ସର୍ଚ୍ଚ ଅପରେଶନ ଆରମ୍ଭ କରିଥିଲେ। ସେତିକିବେଳେ ଯବାନମାନେ ଏକ ମାଓବାଦୀ କ୍ୟାମ୍ପ ଠାବ କରିଛନ୍ତି। ସେଠାରୁ ମାଓବାଦୀମାନେ ବ୍ୟବହାର କରୁଥିବା ପଲିଥିନ, ମଲ୍ଟିମିଟର୍‌, ବିପୁଳ ପରିମାଣର ତାର, ସୋଲ୍ଡରିଂ ମେଶିିନ, ତାର କଟର, ଟ୍ରଞ୍ଜିଷ୍ଟର, ବ୍ୟାଟେରୀ ସହ ଅନ୍ୟାନ ସାମଗ୍ରୀ ଜବତ କରାଯାଇଛି।
ସୂଚନା ଯୋଗ୍ୟ, ହାଣ୍ଡିଖାଲ ଜଙ୍ଗଲରେ ମାଓବାଦୀମାନେ ରହିଥିବା ସ୍ଥାନୀୟ ବିଏସ୍‌ଏଫ କ୍ୟାମ୍ପକୁ ଖବର ମଳିଥିଲା। ଏନେଇ ଯବାନମାନେ ଜଙ୍ଗଲରେ ସର୍ଚ୍ଚ ଅପରେଶନ ଆରମ୍ଭ କରିଥିଲେ। କ୍ୟାମ୍ପରେ ହାତବୋମା ତିଆରି କରାଯାଉଥିବା ସୂଚନା ମିଳିଛି। ଅଞ୍ଚଳରେ ଏକ ବଡ ଧରଣର ଅଘଟଣ ଘଟାଇବାକୁ ମାଓବାଦୀମାନେ ଯୋଜନା କରୁଥିବା ବେଳେ ଏହା ବିଫଳ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୀତ ମହୋତ୍ସବ ପାଇଁ ସଜବାଜ: ନୂତନ କମିଟି ଚୟନ ପାଇଁ ନିଷ୍ପତି

ଦାରିଙ୍ଗବାଡି,୨୩୧୨( ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡିରେ ୨୦୨୫ ଶୀତ ମହୋତ୍ସବ ପାଳନ କରାଯିବା ପାଇଁ ସୋମବାର ଶୀତ ମହୋତ୍ସବ ପାଳନ କମିଟିର ସମ୍ପାଦକ ତଥା ବିଡ଼ିଓ...

ବନ ବିଭାଗର ବଡ଼ ଧରଣର ଚଢ଼ାଉ: ଧରାପଡ଼ିଲେ ବାଘ ଛାଲ ରାକେଟ୍‌

ଭୁବନେଶ୍ୱର,୨୩।୧୨: ବାଲେଶ୍ୱର ଏବଂ ମୟୂରଭଞ୍ଜ ଜିଲାରେ ସୋମବାର ବନ ବିଭାଗ ଏବଂ ସ୍ପେଶାଲ ସ୍କ୍ବାଡ୍‌ ପକ୍ଷରୁ ବଡ଼ ଧରଣର ଚଢ଼ାଉ କରାଯାଇଛି। ଚଢାଉ ବେଳେ ଅଧିକାରୀମାନେ...

ପ୍ରଥମଥର ଦାରିଙ୍ଗବାଡି ବୁଲିଲେ ଗଣଶିକ୍ଷା ମନ୍ତ୍ରୀ: ପର୍ଯ୍ୟଟନକ୍ଷେତ୍ରର ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡି,୨୩।୧୨( ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡିକୁ ଦିନିକିଆ ଗସ୍ତରେ ସୋମବାର ଓଡିଶା ରାଜ୍ୟ ଗଣ ଶିକ୍ଷା ମନ୍ତ୍ରୀ ତଥା ଅନୁସୂଚିତ ଜାତି ଜନଜାତି ଉନ୍ନୟନ ସଂଖ୍ୟା...

ଉଜୁଡା ଫସଲ ଦେଖି ଧାନ କ୍ଷେତରେ ଟଳିପଡିଲେ ଚାଷୀ

ସାକ୍ଷୀଗୋପାଳ, ୨୩।୧୨(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଅଦିନିଆ ବର୍ଷା ପାଣିରେ ଧାନ ଫସଲ ପଡିଥିବା ଦେଖି ଜଣେ ଚାଷୀ ସୋମବାର ଧାନ କ୍ଷେତରେ ଟଳି ପଡ଼ିଛନ୍ତି।...

ଥାନା ଅଞ୍ଚଳରେ ସିରିଜ ଚୋରି: ବଢିଲା ପୋଲିସର ମୁଣ୍ଡବ୍ୟଥା

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଥାନା ଇଲାକାରେ ସିରିଜ ଚୋରି ପୋଲିସର ମୁଣ୍ଡବ୍ୟଥା ବଢାଇ ଦେଇଛି। ଦୁର୍ବୃତ୍ତମାନେ ଲଗାଣ ବର୍ଷା ଓ ଶୀତ ରାତିର ସୁଯୋଗ...

ଜିନ୍ନତକୁ ଟ୍ରାଙ୍କୁଲାଇଜ ପାଇଁ ଚାଲିଛି ଉଦ୍ୟମ

ଭୁବନେଶ୍ୱର,୨୩।୧୨: ଶିମିଳିପାଳରୁ ଖସି ପଳାଇଥିବା ବାଘୁଣୀ ଜିନ୍ନତକୁ ଓଡ଼ିଶା ଫେରାଇ ଆଣିବାକୁ ବନ ବିଭାଗ କସରତ ଆରମ୍ଭ କରିଦେଇଛି। ବାଘୁଣୀ ଜିନ୍ନତ ଏବେ ପଶ୍ଚିମବଙ୍ଗ ପୁରୁଲିଆରେ...

ଖବରକାଗଜ ବିତରକଙ୍କ ଉପରକୁ ଡେଇଁଲା ମାଙ୍କଡ଼: ଆଉ ତା’ପରେ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ସଦରମହାକୁମା ଛତ୍ରପୁରରେ ମାଙ୍କଡ଼ ମାନଙ୍କ ଉପଦ୍ରବ ବଢ଼ିବାରେ ଲାଗିଛି। ଜଣେ ଖବରକାଗଜ ବିତରକ ଏହାର ଏହାର ଶିକାର ହୋଇଛନ୍ତି।...

ଏଫଏକ୍ୟୁ ମାନ କୋହଳ ପାଇଁ ଉଠିଲା ଦାବି

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ଲଗାଣ ବର୍ଷା ହେତୁ ଖରିଫ ଧାନ ଫସଲ କ୍ଷୟକ୍ଷତିର ଭରଣା, ଧାନର ଏଫଏକ୍ୟୁ ମାନ କୋହଳ, ଟୋକେନ ଅବଧି ବର୍ଦ୍ଧିତ ଦାବି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri