ଟ୍ରକ ତଳେ ଚାପି ହୋଇ ଚାଲିଗଲା ଯବାନଙ୍କ ଜୀବନ

ଜମନକିରା,୨୦।୮: ( ରବୀନ୍ଦ୍ର ପ୍ରସାଦ ଦାନୀ) ଦେଶ ପାଇଁ ନିଜ ଜୀବନକୁ ବାଜି ଲଗାଇ ଭାରତୀୟ ସେନାରେ ୩୦ବର୍ଷ କାଳ ସେବା କରି ସୁନାମ ଅର୍ଜନ କରିଥିଲେ। ମହାମହିମ ରାଷ୍ଟ୍ରପତିଙ୍କ ଠାରୁ ସମ୍ମାନିତ ମଧ୍ୟ ହୋଇଥିଲେ। ଅବସର ନେବା ପରେ ଅନେକ ଅନୁଷ୍ଠାନରେ ମଧ୍ୟ କାର୍ଯ୍ୟ କରିଥିଲେ। ସେ ହେଉଛନ୍ତି ଜମନକିରା ରାଧାକୃଷ୍ଣପଡ଼ାର ବିରେନ୍ଦ୍ର ନାଥ କାରୱାର(୮୨)। କିଏ ଜାଣିଥିଲା ଜୀବନ ଯୁଦ୍ଧରେ ଏପରି ହାରିଯିବେ।

ସୂଚନାଯୋଗ୍ୟ, ରବିବାର ୫୩ ନମ୍ବର ଜାତୀୟ ରାଜପଥ ଦଶଘରିଆ ଠାରେ ସକାଳ ପ୍ରାୟ ସାଢ଼େ ୯ଟା ସମୟ ପାଖାପାଖି, ବିରେନ୍ଦ୍ରନାଥ ସ୍କୁଟି(ଓଡ଼ି ୧୫ଏମ ୭୧୦୯)ରେ ଥାନା ନିକଟସ୍ଥ ଜାତୀୟ ରାଜପଥ ୫୩ରେ ନିଜ ସ୍କୁଟି ଧରି ଯାଉଥିଲେ। ଏହି ସମୟରେ ଏକ ଟ୍ରକ (ଏନଏଲ ୦୧ ଏଡି ୨୪୨୪) ସମ୍ବଲପୁର ପଟୁ ଦେବଗଡ଼ ଆଡକୁ ଯାଉଥିବା ବେଳେ ଛକ ଠାରେ ଦ୍ରୁତ ଗତିରେ ଆସି ତାଙ୍କୁ ଧକ୍କା ଦେଇଥିଲା। ଫଳରେ ବିରେନ୍ଦ୍ରଙ୍କ ମୁଣ୍ଡରେ ଆଘାତ ଲାଗି ପ୍ରଚୁର ରକ୍ତସ୍ରାବ ହେବାରୁ ଜମନକିରା ପୋଲିସ ତାଙ୍କୁ ପୋଲିସ ଗାଡ଼ିରେ କୁଚିଣ୍ଡା ଡାକ୍ତରଖାନାକୁ ନେଇଥିଲେ ହେଲେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ପୋଲିସ ଟ୍ରକକୁ ଜବତ କରିବା ସହ ଡ୍ରାଇଭରକୁ ଅଟକ ରଖି ତଦନ୍ତ ଜାରି ରଖିଛି। ବିରେନ୍ଦ୍ରଙ୍କ ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତରିତ କରାଯିବ ବୋଲି କହିଛି।

ଉଲ୍ଲେଖଯୋଗ୍ୟ, ଚଳିତ ସାଧୀନତା ଦିବସ ଅବସରରେ କୁଚିଣ୍ଡା ବିଧାୟକ କିଶୋର ନାଏକ ବିରେନ୍ଦ୍ରଙ୍କୁ ସମ୍ମାନିତ କରିଥିଲେ। ତାଙ୍କ ସାନ ପୁଅ ମଧ୍ୟ ଭାରତୀୟ ସେନାରେ କାର୍ଯ୍ୟରତ ଅଛନ୍ତି। ବିରେନ୍ଦ୍ରେଙ୍କ ମୃତ୍ୟୁରେ ଜମନକିରା ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ସେ ଜଣେ ଅତ୍ୟନ୍ତ ମେଳାପି ଓ ସହୃଦୟ ବ୍ୟକ୍ତି ଥିଲେ। ତାଙ୍କର ଧର୍ମପତ୍ନୀ କିଛି ବର୍ଷ ପୂର୍ବେ ଦେହାନ୍ତ ହୋଇଥିଲା। ପରିବାର କହିଲେ ଦୁଇଟି ଝିଅ ଓ ଦୁଇଟି ପୁଅ। ଏନେଇ ଜମନକିରା ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇ ଅଧିକ ତଦନ୍ତ କରୁଥିବା ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀମନ୍ଦିରରେ ସେବାୟତଙ୍କୁ ହାଣିଲେ ଦୁର୍ବୃତ୍ତ, ରକ୍ତ ଜୁଡୁବୁଡୁ ହୋଇ…

ପୁରୀ,୧୮।୧୦: ପୁରୀରେ ପୁଣି ବୁଲିଲା ଭୁଜାଲି। କୌଣସି ସାଧାରଣ ଲୋକ ନୁହେଁ ଦୁର୍ବୃତ୍ତ ଜଣେ ସେବାୟତଙ୍କୁ ଭୁଜାଲିରେ ହାଣି ଦେଇଛନ୍ତି। ଶ୍ରୀମନ୍ଦିର ବରିଷ୍ଠ ସେବାୟତ ତଥା...

ଝାରପଡ଼ା ଜେଲ୍‌ରେ ବିଚାରାଧୀନ ବନ୍ଦୀଙ୍କ ମୃତ୍ୟୁ

ଭୁବନେଶ୍ୱର,୧୮।୧୦: ଭୁବନେଶ୍ୱର ଝାରପଡ଼ା ଜେଲ୍‌ରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଜଣେ ବିଚାରାଧୀନ ବନ୍ଦୀଙ୍କୁ ପିଟିପିଟି ମାରି ଦିଆଯାଇଥିବା ପରିବାର ଲୋକେ ଅଭିଯୋଗ...

ଜମି ବିବାଦରୁ ଦୁଇ ପରିବାର ମଧ୍ୟରେ ସଂଘର୍ଷ: ୪ ଆହତ

ବାଲିପାଟଣା,୧୮।୧୦: ବାଲିପାଟଣା ଥାନା ଅଧୀନ ଶ୍ରୀରାମପୁର ଗାଁରେ ଶୁକ୍ରବାର ଏକ ସଂଘର୍ଷ ଘଟିଛି। ଜମି ବିବାଦକୁ କେନ୍ଦ୍ର କରି ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ଘଟି...

ଘରୋଇ ହସ୍ପିଟାଲ ନାଁରେ ଅଙ୍ଗ ଚୋରି ଅଭିଯୋଗ: କବରତଳୁ କଢ଼ାହେଲା ମୃତଦେବ 

କଟକ,୧୮।୧୦: କଟକର ଏକ ଘରୋଇ ହସ୍ପିଟାଲ ବିରୋଧରେ ଅଙ୍ଗ ଚୋରି ଅଭିଯୋଗ ହୋଇଛି। କନ୍ଧମାଳ ବାଲିଗୁଡାର ବାବୁଲା ଦିଗାଲଙ୍କ ଅଙ୍ଗ ଚୋରି ହୋଇଥିବା ନେଇ ତାଙ୍କ...

କଟକରେ ଭାଙ୍ଗିଲା ତୋରଣ: ଚାପି ହୋଇଗଲା କାର୍‌, ବାଇକ୍‌

କଟକ,୧୮।୧୦(ଶିଳ୍ପା ପ୍ରିୟଦର୍ଶିନୀ): କଟକ ନେତାଜୀ ବସ୍‌ ଟର୍ମିନାଲ ନିକଟରେ ଏକ ଅଘଟଣ ଘଟିଛି। ଖପୁରିଆ ଖାନନଗର ଶିଳ୍ପାଞ୍ଚଳ ପୂଜା କମିଟି ପକ୍ଷରୁ ନିର୍ମାଣ ହୋଇଥିବା ଲାଇଟ...

ହିଞ୍ଜିଳିରେ ତେଜିଲା ରାଜନୈତିକ ହିଂସା: ସମିତି ସଭ୍ୟଙ୍କୁ ମରଣାନ୍ତକ ଆକ୍ରମଣ

ହିଞ୍ଜିଳିକାଟୁ ,୧୮।୧୦(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ବ୍ଲକ ତଥା ବେଲଗାଁ ଥାନା ଅନ୍ତର୍ଗତ ଦୟାପଲ୍ଲୀ ପଞ୍ଚାୟତରେ ଶୁକ୍ରବାର ରାଜନୈତିକ ହିଂସା ଦେଖା ଦେଇଛି। ସମିତି ସଭ୍ୟ ଇପିଲି...

ଛୁଟି ପରେ ଖୋଲିଲା ସ୍କୁଲ: ହେଲେ ୫ଦିନ ହେଲା ଜାରିରହିଛି ଧାରଣା, ରାସ୍ତାରେ ବସିଲେ ଛାତ୍ରୀଛାତ୍ର

କେସିଙ୍ଗା,୧୮ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବାଲସିସ୍ଥିତ ଜବାହର ଉଚ୍ଚ ବିଦ୍ୟାପୀଠ ବାଲସି(କ)ର ପୂର୍ବତନ ପ୍ରଧାନଶିକ୍ଷକ ବଂଶୀଧର ରାଉତଙ୍କୁ ଶିକ୍ଷା କମିଟି ଯୋଗଦାନ କରାଇଦେବୁ...

ପ୍ରେମିକାଙ୍କୁ ହତ୍ୟା ଅଭିଯୋଗରେ ଜେଲ ଗଲେ ପ୍ରେମିକ ଯବାନ

ଅତାବିରା଼,୧୮।୧୦(ହୃଷୀକେଶ ଖମାରୀ): ହତ୍ୟା ଅଭିଯୋଗରେ ବରଗଡ଼ ଜିଲା ଭେଡ଼େନ ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ଭେଡ଼େନ ଥାନା କଦଳୀପାଲି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri