Categories: ଜାତୀୟ

ଦେଶର ପ୍ରଥମ ପ୍ରଧାନମନ୍ତ୍ରୀଙ୍କ ୫୮ତମ ପୁଣ୍ୟତିଥିରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ-ସୋନିଆ ଗାନ୍ଧୀ

ନୂଆଦିଲ୍ଲୀ,୨୭।୫: ଦେଶର ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହାରଲାଲ ନେହେରୁଙ୍କ ୫୮ତମ ପୁଣ୍ୟତିଥି ଶୁକ୍ରବାର ପାଳନ କରାଯାଇଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମେତ କଂଗ୍ରେସ ଅଧ୍ୟକ୍ଷ ସୋନିଆ ଗାନ୍ଧୀ ପୂର୍ବତନ ପ୍ରଧାନମନ୍ତ୍ରୀ ନେହେରୁଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଶୁକ୍ରବାର ସକାଳେ ପଣ୍ଡିତ ଜବାହାରଲାଲ ନେହେରୁଙ୍କ ସମାଧି ସ୍ଥଳ ଶାନ୍ତି ବନରେ ପହଞ୍ଚି ସୋନିଆ ଗାନ୍ଧୀ ପୁଷ୍ପ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଏହି ସମୟରେ ଅଲ୍‌ ଇଣ୍ଡିଆ କଂଗ୍ରେସର ସମିତିର ସଦସ୍ୟ ସାମିଲ ହୋଇଥିଲେ। ସେହିପରି ପ୍ରଧାନମନ୍ତ୍ରୀ ମୋଦି ଟୁଇଟ କରି ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ନେହେରୁଙ୍କୁ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଅନ୍ୟପଟେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ମଧ୍ୟ ଟୁଇଟ କରି ପଣ୍ଡିତ ନେହେରୁଙ୍କୁ ମନେପକାଇଛନ୍ତି। ସୂଚନା ମୁତାବକ, ପଣ୍ଡିତ ଜବାହାରଲାଲ ନେହେରୁଙ୍କ ୫୮ତମ ପୁଣ୍ୟତିଥିରେ କଂଗ୍ରେସ ପକ୍ଷରୁ ସ୍ମରଣ କାର୍ଯ୍ୟକ୍ରମ ଆୟୋଜିତ କରାଯାଇଛି।

Share