ଯବାନ-ମାଓବାଦୀ ଗୁଳି ବିନିମୟ: ଜଣେ ମାଓବାଦୀ ନିହତ

ନୂଆପଡ଼ା,୪ା୧ (ମକାରୁ ବେମାଲ): ନୂଆପଡ଼ା-ଛତିଶଗଡ଼ ସୀମାନ୍ତରେ ଗୁରୁବାର ଓ ଶୁକ୍ରବାର ଓଡ଼ିଶା ଓ ଛତିଶଗଡ ଯବାନଙ୍କ ମିଳିତ ଅପରେଶନ ସମୟରେ ମାଓବାଦୀ ସହ ଗୁଳି ବିନିମୟ ହୋଇଥିଲା। ଏହି ସମୟରେ ଜଣେ ମାଓବାଦୀ ନିହତ ହୋଇଥିଲେ। ଶନିବାର କୋମ୍ବିଂ ଅପରେଶନ ସମୟରେ ବିପୁଳ ପରିମାଣରେ ମାଓବାଦୀ ସାମଗ୍ରୀ ସହ ନିହତ ମାଓବାଦୀଙ୍କ ରୋଶନଙ୍କ ମୃତଦେହ ଜବତ ହୋଇଛି ବୋଲି ନୂଆପଡା ଜିଲା ଆରକ୍ଷୀ ଅଧୀକ୍ଷକ ଗୁନ୍ଦାଳା ରେଡ୍ଡୀ ରାଘବେନ୍ଦ୍ର ସୂଚନା ଦେଇଛନ୍ତି।

ସୂଚନା ମୁତାବକ ନୂଆପଡା-ଛତିଶଗଡ ସୀମାନ୍ତରେ ମାଓବାଦୀ ଦମନ ଯୋଜନା ଜାରି ରହିଛି ା ଛତିଶଗଡ଼ ଗରିଆବନ୍ଧ ଜିଲା ଇନ୍ଦାଗାଁ ଥାନା କାଣ୍ଡସର ଗାଁ ଜଙ୍ଗଲରେ ମାଓବାଦୀ ଉପସ୍ଥିତି ଜାହିର କରିଥିବା ଗୋଇନ୍ଦା ସୂତ୍ରରୁ ଖବର ପାଇ ଅପରେଶନ ଜାରି ରହିଛି। ଏଥିରେ ଇ-୩୦ ଗରିଆବନ୍ଧ,ଏସ୍‌ଓଜି ନୂଆପଡ଼ା (ଓଡିଶା) ଓ ସିଆର୍‌ପିଏଫ୍‌ ୬୫ ଓ ୨୧୧ ବାଟାଲିୟନ ଗରିଆବନ୍ଧ, ଡିଆରଜି ଧନତରୀ, ୨୦୭ କୋବ୍ରା ବାଟାଲିୟନ ସାମିଲ ହୋଇ ମାଓବାଦୀଙ୍କୁ ପାଲଟା ଜବାବ ଦେବାରୁ ଛତ୍ରଭଙ୍ଗ ଦେଇଥିଲେ। ସେଠାରେ ଠାବ ହୋଇଥିବା ମାଓବାଦୀ କ୍ୟାମ୍ପରୁ ୨ଟି ବିଜିଏଲ୍‌ ଲଞ୍ଚର, ୨ଟି ୩୧୫ ବୋର ରାଇଫଲ, ୪ଟି ହତିଆର ଓ ବିଭିନ୍ନ ମାଓବାଦୀ ସାମଗ୍ରୀ ଜବତ କରାଯାଇଛି। ଉଦ୍ଧାର ସାମଗ୍ରୀକୁ ଗରିଆବନ୍ଧ ଜିଲା ମୁଖ୍ୟାଳୟକୁ ଅଣାଯାଇଥିବା ଏସ୍‌ପି ରାଘବେନ୍ଦ୍ର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୮୦ବର୍ଷୀୟ ବୃଦ୍ଧାଙ୍କୁ ବଳାତ୍କାର ଘଟଣା: ଦୋଷୀଙ୍କୁ ୨୦ବର୍ଷ ଜେଲ୍‌

କଟକ,୧୬।୪(ପ୍ରଭୁକଲ୍ୟାଣ ପାଲ୍‌): ୮୦ବର୍ଷୀୟ ବୃଦ୍ଧାଙ୍କ ବଳାତ୍କାର ଦୋଷୀଙ୍କୁ ହୋଇଛି ୨୦ବର୍ଷ ଜେଲ । ୨୦୨୨ରେ କଟକରେ ଚାଞ୍ଚଲ୍ୟ ସୃଷ୍ଟି କରିଥିବା ୮୦ବର୍ଷୀୟ ବୃଦ୍ଧାଙ୍କୁ ବଳାତ୍କାର ଘଟଣାରେ...

ଲକ୍ଷପତି ଦିଦି ସୃଷ୍ଟି କରିବାରେ ଦେଶରେ ପ୍ରଥମ ସ୍ଥାନରେ ଓଡ଼ିଶା

ଭୁବନେଶ୍ୱର,୧୬.୪: କେନ୍ଦ୍ର ସରକାରଙ୍କ ପ୍ରମୁଖ କାର୍ଯ୍ୟକ୍ରମ ଲକ୍ଷପତି ଦିଦି ଯୋଜନା ଅଧୀନରେ ଓଡ଼ିଶା ଭାରତରେ ଶୀର୍ଷ ସ୍ଥାନ ହାସଲ କରିଛି। ଯାହା ଗ୍ରାମୀଣ ମହିଳାମାନଙ୍କୁ ସ୍ଥାୟୀ...

ଓଡ଼ିଶାରେ ଗ୍ରୀନ୍ ଏନର୍ଜି ପାଇଁ ₹୪,୫୦୦ କୋଟି ନିବେଶ ପ୍ରସ୍ତାବ, ସୃଷ୍ଟି ହେବ ୩,୦୦୦ ନିଯୁକ୍ତି ସୁଯୋଗ

ଭୁବନେଶ୍ୱର,୧୬.୪: ଆପୋଲୋ ଗ୍ରୀନ୍ ଏନର୍ଜି ଲିମିଟେଡ୍ ସବୁଜ ଶକ୍ତି ଭିତ୍ତିଭୂମି ବିକାଶ ପାଇଁ ଓଡ଼ିଶାରେ ₹୪,୫୦୦ କୋଟି ନିବେଶ କରିବାକୁ ଆଗ୍ରହ ପ୍ରକାଶ କରିଛି। ଓଡ଼ିଶାର...

ସରକାରୀ କର୍ମଚାରୀଙ୍କୁ କଡ଼ା ନିର୍ଦ୍ଦେଶ, ଅଫିସ୍‌ ବିଳମ୍ବରେ ପହଞ୍ଚିଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୧୫ା୪(ସୁଚିସ୍ମିତା ସାହୁ): ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗରେ କାର୍ଯ୍ୟରତ କର୍ମଚାରୀମାନେ ଠିକ୍‌ ସମୟରେ ଅଫିସ୍‌ ଆସୁନାହାନ୍ତି। ଫଳରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ବାଧାପ୍ରାପ୍ତ ହେବା ସହ ବିଳମ୍ବ...

କେମିତି ମିଳିବ ନୂଆ LPG କନେକ୍ସନ, ଖର୍ଚ୍ଚରୁ ନେଇ ଆବେଦନ ଯାଏ; ଜାଣନ୍ତୁ ପୁରା ପ୍ରକ୍ରିୟା…

ନୂଆଦିଲ୍ଲୀ,୧୬।୪: ଭାରତରେ ରୋଷେଇ ପାଇଁ ଅନେକ ପରିବାର ପାଇଁ ଏଲପିଜି ଗ୍ୟାସ ସଂଯୋଗ ଏବେ ଏକ ଅତ୍ୟାବଶ୍ୟକ ସେବା ପାଲଟିଛି। ଯଦି ଆପଣ ଏକ ନୂତନ...

ମଧ୍ୟାହ୍ନ ଭୋଜନରେ ପିଲାଙ୍କୁ ପେଟପୁରା ଖାଦ୍ୟ ନ ଦେଇ ଚାଉଳ ବଳକାଇ ଆତ୍ମସାତ କରୁଛି ସୟଂସେବା ଗ୍ରୁପ

କେସିଙ୍ଗା,୧୬.୪(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ଅଧମୁଣ୍ଡା ଗ୍ରାମ ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟ, ଅନୁସୂଚିତ ଜନଜାତି,ଅନୁସୂଚିତ ଜାତି ଉନ୍ନୟନ ବିଭାଗର ବାଳକ...

ପାନୀୟ ଜଳ ସମସ୍ୟାକୁ ନେଇ ବିଡ଼ିଓଙ୍କୁ ଲିଖିତ ଅଭିଯୋଗ କଲେ ପୋଖରା ଗ୍ରାମବାସୀ, ସୋଲାର ପମ୍ପ ଟ୍ୟାଙ୍କ ଦାରା ପାନୀୟ ଜଳ ଯୋଗାଣ ପାଇଁ ଦାବି

ଥୁଆମୂଳ ରାମପୁର,୧୬।୪-(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ପଞ୍ଚାୟତ ସ୍ଥିତ ପୋଖରା ଗ୍ରାମରେ ପାନୀୟ ଜଳ ସମସ୍ୟାକୁ ନେଇ ବିଡ଼ିଓଙ୍କୁ ଲିଖିତ...

ଥଣ୍ଡା ଭଲ କରିବା ପାଇଁ ୪ବର୍ଷର ଶିଶୁକୁ ସିଗାରେଟ ପିଆଇଲେ ଡାକ୍ତର

ନୂଆଦିଲ୍ଲୀ,୧୬।୪: ଉତ୍ତର ପ୍ରଦେଶର ଜଲାଉନ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଓ ନିନ୍ଦନୀୟ ଘଟଣା ସାମ୍ନାକୁ ଆସିଛି। ଏକ ସାମୁଦାୟିକ ସ୍ବାସ୍ଥ୍ୟ କେନ୍ଦ୍ର (ସିଏଚସି)ରେ କାର୍ଯ୍ୟ କରୁଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image