Categories: ଜାତୀୟ

ଯବାନଙ୍କ ବଳିଦାନ ବ୍ୟର୍ଥ ଯିବନାହିଁ: ଶାହା

ନୂଆଦିଲ୍ଲୀ,୭।୧: ଛତିଶଗଡ଼ର ବିଜାପୁର ଜିଲାରେ ସୋମବାର ଯବାନମାନଙ୍କୁ ନେଇ ଯାଉଥିବା ଏକ ଗାଡ଼ିକୁ ମାଓବାଦୀମାନେ ଶକ୍ତିଶାଳୀ ବିସ୍ଫୋରକ ଉପକରଣ (ଆଇଇଡି) ବିସ୍ଫୋରଣରେ ଉଡ଼ାଇ ଦେଇଛନ୍ତି। ବିସ୍ଫୋରଣରେ ଡିଷ୍ଟ୍ରିକ୍ଟ ରିଜର୍ଭ ଗାର୍ଡ (ଡିଆର୍‌ଜି)ର ୮ ଯବାନ ଏବଂ ଗାଡ଼ି ଡ୍ରାଇଭରଙ୍କ ମୃତ୍ୟୁ ଘଟିଛି। ମୃତ ଯବାନମାନେ ହେଲେ ହରିଶ କୋରାମ, ସେମଡୁ ବେଟି, ସୁଦର୍ଶନ ବେଟି, ସୁବରନାଥ ଯାଦବ, ଝୁମା ମରକମ, ପାଣ୍ଡ୍ରୁରାମ ପୋୟାୟ, ଇାମନ ସୋଡି ଓ ଇୁଧରାମ କୋରସା। ଗତ ୨ ବର୍ଷ ମଧ୍ୟରେ ମାଓବାଦୀମାନଙ୍କର ଛତିଶଗଡ଼ରେ ଏହା ସବୁଠୁ ବଡ଼ ଆକ୍ରମଣ।

ଛତିଶଗଡ଼ରେ ମାଓବାଦୀଙ୍କ ଆଇଇଡି ବିସ୍ଫୋରଣରେ ୮ ଯବାନଙ୍କ ବଳିଦାନ ବ୍ୟର୍ଥ ଯିବ ନାହିଁ ବୋଲି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା କହିଛନ୍ତି। ୨୦୨୬ ମାର୍ଚ୍ଚ ସୁଦ୍ଧା ଦେଶକୁ ମାଓବାଦୀ ମୁକ୍ତ କରିବା ପ୍ରତିଜ୍ଞାକୁ ସେ ଦୋହରାଇଛନ୍ତି। ଘଟଣାରେ ଶାହା ଗଭୀର ମର୍ମାହତ ବୋଲି କହିବା ସହ ସେମାନଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି। ନିଜର ଦୁଃଖ ଜଣାଇବା ପାଇଁ ଭାଷା ନାହିଁ ବୋଲି ଶାହା କହିବା ସହ ଯବାନଙ୍କ ବଳିଦାନ ବ୍ୟର୍ଥ ଯିବ ନାହିଁ ବୋଲି ଯବାନଙ୍କ ପରିବାରକୁ ପ୍ରତିଶ୍ରୁତି ଦେଇଛନ୍ତି।

Share