Posted inଖେଳ

ICCର ନୂଆ ଚେୟାରମ୍ୟାନ ହୋଇପାରନ୍ତି ଜୟ ଶାହା, ବର୍ତ୍ତମାନର ଅଧ୍ୟକ୍ଷ ନେଲେ ବଡ ନିଷ୍ପତ୍ତି

ନୂଆଦିଲ୍ଲୀ,୨୧।୮: ମଙ୍ଗଳବାର ଇଣ୍ଟର ନ୍ୟାଶନାଲ କ୍ରିକେଟ କାଉନସିଲ ବା ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ବୈଠକ ହୋଇଥିଲା ଯେଉଁଥିରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଥିଲା। ବର୍ତ୍ତମାନର ଆଇସିସି ଚେୟାରମ୍ୟାନ ଗ୍ରେଗ ବାରକଲେଙ୍କ କାର୍ଯ୍ୟକାଳ ନଭେମ୍ବର ୩୦ରେ ଶେଷ ହେଉଛି ଏବଂ ସେ ତୃତୀୟ ତୃତୀୟ କାଯ୍ରକାଳ ରେସରୁ ନିଜକୁ ଦୂରେଇ ରଖିଛନ୍ତି। ତେବେ ବାରକଲେ ତାଙ୍କ ପଦରେ ଆଉ କିଛି ମାସ ରହିବେ। ଏହି ଖବର ପରେ କ୍ରିକେଟ ବୋର୍ଡ ଅଫ ଇଣ୍ଡିଆ (ବିସିସିଆଇ) ସଚିବ ଜୟ ଶାହାଙ୍କ ଭବିଷ୍ୟତକୁ ନେଇ କଳ୍ପନାଜଳ୍ପନା ଆରମ୍ଭ ହୋଇଛି। ତେବେ ଶାହା ଏହି ପଦବୀ ପାଇଁ ନିଜର ଦାବି ଉପସ୍ଥାପନ କରିବେ କି ନାହିଁ ତାହା ଅଗଷ୍ଟ ୨୭ରେ ସ୍ପଷ୍ଟ ହୋଇଯିବ, କାରଣ ଆଇସିସି ଅଧ୍ୟକ୍ଷ ପଦ ପାଇଁ ନାମାଙ୍କନ ଦାଖଲ କରିବାର ଏହା ଶେଷ ତାରିଖ।
ଆଇସିସି ଚେୟାରମ୍ୟାନଙ୍କ ପାଇଁ ନାମାଙ୍କନ ପ୍ରକ୍ରିୟା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ହେବାକୁ ଯାଉଛି, କାରଣ ଏହା ଏକ ପୋଷ୍ଟ ଯାହା କ୍ରିକେଟ ଦୁନିଆର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଏ। ଏହି ପଦ ପାଇଁ ଭାରତର ଜୟ ଶାହାଙ୍କ ନାମ ମଧ୍ୟ ଆସୁଛି।ସୂଚନାଯୋଗ୍ୟ, ଜୟ ଶାହା ବର୍ତ୍ତମାନ ବିସିସିଆଇର ସଚିବ ଏବଂ ଏସିସିର ସଭାପତି ଭାବରେ କାର୍ଯ୍ୟ କରିଛନ୍ତି। ନୂତନ ଅଧ୍ୟକ୍ଷଙ୍କ କାର୍ଯ୍ୟକାଳ ଡିସେମ୍ବର ୧, ୨୦୨୪ରୁ ଆରମ୍ଭ ହେବାକୁ ଯାଉଛି ଏବଂ ଏହା ୩ବର୍ଷ ପାଇଁ ହେବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବାଂଲାଦେଶକୁ ହରାଇ ଇତିହାସ ରଚିଲା ଭାରତ, ୯୨ ବର୍ଷରେ ପ୍ରଥମ ଥର ପାଇଁ ହେଲା ଏମିତି

ନୂଆଦିଲ୍ଲୀ,୨୨।୯: ଭାରତ ବଡ଼ ବିଜୟ ହାସଲ କରିଛି। ଟେଷ୍ଟ ସିରିଜର ପ୍ରଥମ ମ୍ୟାଚରେ ଭାରତ ବାଂଲାଦେଶକୁ ୨୮୦ ରନରେ ପରାସ୍ତ କରିଛି। ରୋହିତ ଶର୍ମାଙ୍କ ଅଧିନାୟକତ୍ୱ...

କଳିକେଶ ଜାତୀୟ ରାଇଫଲ ଆସୋସିଏଶନ ସଭାପତି ଭାବେ ନିର୍ବାଚିତ

ନୂଆଦିଲ୍ଲୀ,୨୧ା୯: କଳିକେଶ ନାରାୟଣ ସିଂଦେଓ ନ୍ୟାଶନାଲ ରାଇଫଲ ଆସୋସିଏଶନ ଅଫ୍‌ ଇଣ୍ଡିଆ (ଏନ୍‌ଆରଏଆଇ)ର ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ସ୍ଥାନୀୟ କନଷ୍ଟିଚ୍ୟୁଶନ କ୍ଲବ ଅଫ୍‌ ଇଣ୍ଡିଆଠାରେ...

ଗିଲ୍‌ଙ୍କ ଚମତ୍କାର ଶତକ: ବାଂଲାଦେଶକୁ ବିଶାଳ ଟାର୍ଗେଟ୍‌

ଚେନ୍ନାଇ,୨୧।୯: ବାଂଲାଦେଶ ବିପକ୍ଷରେ ୨୮୭/୪ ସ୍କୋରରେ ଭାରତ ଦ୍ୱିତୀୟ ଇନିଂସ ଘୋଷଣା କରିଛି। ଟିମ ଇଣ୍ଡିଆ ପ୍ରଥମ ଇନିଂସରେ ୩୭୬ ରନ ସଂଗ୍ରହ କରିଥିଲା। ଏଥି...

କିଛି ଜିନିଷ ସିକ୍ରେଟ୍‌ ରହିବା ଭଲ: ରିଷଭ ପନ୍ତଙ୍କ ସହ ଡେଟିଂଙ୍କୁ ନେଇ ମୁହଁ ଖୋଲିଲେ ଉର୍ବଶୀ

ବଲିଉଡ ଅଭିନେତ୍ରୀ ଉର୍ବଶୀ ରଉତେଲା ପ୍ରାୟତଃ ଭାରତୀୟ କ୍ରିକେଟର ରିଷଭ ପନ୍ତଙ୍କ ସହ ଡେଟିଂ ବିଷୟରେ ଗୁଜବ ପ୍ରଚାର କରିଥା’ନ୍ତି। ସୋସିଆଲ ମିଡିଆରେ ବାରମ୍ବାର ଆଲୋଚନା...

୬୩୭ ଦିନ ପରେ ଟେଷ୍ଟରେ କମାଲ୍‌ କଲେ ପନ୍ତ

ଚେନ୍ନାଇ,୨୧।୯: ଟିମ ଇଣ୍ଡିଆର ତାରକା ଉଇକେଟ କିପର-ବ୍ୟାଟ୍ସମ୍ୟାନ ରିଷଭ ପନ୍ତଙ୍କ ଟେଷ୍ଟ କ୍ରିକେଟ ପ୍ରତ୍ୟାବର୍ତ୍ତନ ଦୃଢ ଼ ପ୍ରମାଣିତ ହେଉଛି। ଦେଢ ବର୍ଷରୁ ଅଧିକ ସମୟ...

ପାଟିରେ କଳାଫିତା କାମୁଡି ବ୍ୟାଟିଂ କଲେ ବାଂଲାଦେଶ ବ୍ୟାଟ୍ସମ୍ୟାନ୍‌: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୧।୯: ଚେନ୍ନାଇ ଟେଷ୍ଟର ଦ୍ୱିତୀୟ ଦିନରେ ବାଂଲାଦେଶ ଅଲରାଉଣ୍ଡର ଶାକିବ ଅଲ ହାସନ ପାଟିରେ ଏକ କଳାଫିତା କାମୁଡି ବ୍ୟାଟିଂ କରିବାକୁ ବାହାରିଥିଲେ। ଶାକିବଙ୍କ ଭିଡିଓ...

୫୧ ବର୍ଷ ପୁରୁଣା ରେକର୍ଡ ଭାଙ୍ଗିଲେ ଯଶସ୍ବୀ ଜୟସ୍ବାଲ: ଗାଭାସ୍କରଙ୍କୁ ପଛରେ ପକାଇଲେ

ଚେନ୍ନାଇ,୨୧।୯: ଚେନ୍ନାଇରେ ଭାରତ ଏବଂ ବାଂଲାଦେଶ ମଧ୍ୟରେ ଖେଳାଯାଉଥିବା ଟେଷ୍ଟ ଏକ ରୋମାଞ୍ଚକର ମୋଡ଼ରେ ପହଞ୍ଚିଛି। ଦୁଇ ଦିନ ମଧ୍ୟରେ ଦୁଇଟି ଇନିଂସ ଶେଷ ହୋଇଛି।...

ଦକ୍ଷିଣ ଆଫ୍ରିକାକୁ ଧୂଳିଚଟାଇ ଇତିହାସ ରଚିଲା ଆଫଗାନିସ୍ତାନ

ନୂଆଦିଲ୍ଲୀ,୨୧।୯: ଆଫଗାନିସ୍ତାନ ଇତିହାସ ସୃଷ୍ଟି କରିଛି। ଦିନିକିଆ ସିରିଜରେ ଆଫଗାନିସ୍ତାନ ପ୍ରଥମ ଥର ପାଇଁ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛନ୍ତି। ଆଫଗାନିସ୍ତାନ ଏବଂ ଦକ୍ଷିଣ ଆଫ୍ରିକା...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri