Posted inଖେଳ

ଆଇସିସିର ଚେୟାରମ୍ୟାନ ଭାବେ କୋଟି କୋଟି ଟଙ୍କା ଦରମା ପାଇବେ ପାଇବେ ଜୟ ଶାହା, ନିଜ ନାଁରେ କରିବେ ଏହି ରେକର୍ଡ

ନୂଆଦିଲ୍ଲୀ,୨୮।୮: ଭାରତୀୟ କ୍ରିକେଟ ବୋର୍ଡର ସଚିବ ଜୟ ଶାହାଙ୍କ ଆନ୍ତର୍ଜାତୀୟ କ୍ରିକେଟ ଜଗତରେ ଦବ୍‌ ଦବା ବୃଦ୍ଧି ପାଇଛି। ଦେଶର ଗୃହମନ୍ତ୍ରୀ ଅମିତ ଶାହାଙ୍କ ପୁଅ ଜୟ ଶାହା ଆନ୍ତର୍ଜାତୀୟ କ୍ରିକେଟ ପରିଷଦ ବା ଆଇସିସିରେ ତାଙ୍କୁ ବଡ଼ ଦାୟିତ୍ୱ ମିଳିଛି।

ଜୟ ଶାହା ବର୍ତ୍ତମାନ ଆଇସିସିର ନୂଆ ଚେୟାରମ୍ୟାନ ଭାବରେ ନିର୍ବାଚିତ ହୋଇଛନ୍ତି। ତାଙ୍କର କାର୍ଯ୍ୟକାଳ ୨୦୨୪ ଡିସେମ୍ବର ୧ରୁ ଆରମ୍ଭ ହେବ। ସେ ଏହି ପଦ ଗ୍ରହଣ କରିବା ମାତ୍ରେ ସର୍ବକନିଷ୍ଠ ଆଇସିସି ଚେୟାରମ୍ୟାନ ହେବାର ରେକର୍ଡ ଅର୍ଜନ କରିବେ। ତାଙ୍କୁ ଏବେ ୩୫ବର୍ଷ ହୋଇଛି।

ଭାରତରୁ ଏବେଯାଏଁ ଜଗମୋହନ ଡାଲମିଆ, ଶରଦ ପାୱାର, ଏନ ଶ୍ରୀନିବାସନ ଏବଂ ଶଶାଙ୍କ ମନୋହର ଏହି ପଦବୀରେ ରହିଛନ୍ତି। ଜୟ ଶାହା ଆଇସିସି ଚେୟାରମ୍ୟାନ ଭାବରେ ଦାୟିତ୍ୱ ଗ୍ରହଣ କରିବା ପରେ ବିସିସିଆଇ ସଚିବ ଦାୟିତ୍ୱ ରୋହନ ଜେଟଲୀଙ୍କ ନିକଟକୁ ଯାଇପାରେ, ଯିଏକି ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଅରୁଣ ଜେଟଲୀଙ୍କ ପୁଅ।

ଜୟ ଶାହା ଦୁଇ ବର୍ଷ ପାଇଁ ଆଇସିସି ଚେୟାରମ୍ୟାନ ଭାବରେ କାର୍ଯ୍ୟ କରିବେ, ଯାହା ଆଗକୁ ମଧ୍ୟ ବଢିପାରେ। ଆଇସିସି ଚେୟାରମ୍ୟାନ ଭାବରେ ଜୟ ଶାହା ବାର୍ଷିକ ୨ କୋଟି ୪୬ ଲକ୍ଷରୁ ଅଧିକ ବେତନ ପାଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଇତିହାସ ରଚିଲେ ଯଶସ୍ବୀ ଜୟସ୍ବାଲ, ପ୍ରଥମ ଭାରତୀୟ ଭାବେ…

ପୁଣେ,୨୫।୧୦: ଭାରତୀୟ ବ୍ୟାଟ୍ସମ୍ୟାନ୍‌ ଯଶସ୍ବୀ ଜୟସ୍ବାଲ ୨୦୨୪ରେ ଟେଷ୍ଟ କ୍ରିକେଟରେ ୧୦୦୦ ରନ୍‌ ପୂରଣ କରିଥିବା ଦ୍ୱିତୀୟ ବ୍ୟାଟ୍ସମ୍ୟାନ୍‌ ପାଲଟିଛନ୍ତି। ବାମହାତୀ ଏହି ବ୍ୟାଟ୍ସମ୍ୟାନ୍‌ ନ୍ୟୁଜିଲାଣ୍ଡ...

ସାଣ୍ଟନର୍‌ଙ୍କ ଆଗରେ ମୁଣ୍ଡ ନୁଆଁଇଲା ଟିମ୍‌ ଇଣ୍ଡିଆ: ନ୍ୟୁଜିଲାଣ୍ଡର ଦବ୍‌ଦବା ଜାରି

ପୁଣେ,୨୫।୧୦: ଭାରତ-ନ୍ୟୁଜିଲାଣ୍ଡ ପୁଣେ ଟେଷ୍ଟରେ ଦ୍ୱିତୀୟ ଦିନର ଖେଳ ଶେଷ ହେବା ବେଳକୁ ନ୍ୟୁଜିଲାଣ୍ଡ ୫ ଉଇକେଟ ହରାଇ ୧୯୮ ରନ ସଂଗ୍ରହ କରିଥିଲା। ଦ୍ୱିତୀୟ...

ମୁଁ ଖୁବ୍‌ଶୀଘ୍ର କରିବି ବଡ଼ ଘୋଷଣା:ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପୋଷ୍ଟକୁ ନେଇ ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୧୦: ଭାରତୀୟ ଦଳର ତାରକା ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ବର୍ତ୍ତମାନ ବ୍ରେକ୍‌ରେ ଅଛନ୍ତି। କିନ୍ତୁ ଶୁକ୍ରବାର ସେ ଇନଷ୍ଟାଗ୍ରାମରେ ଏକ ପୋଷ୍ଟ କରିଛନ୍ତି, ଯାହାକୁ ନେଇ...

କୋହଲିଙ୍କୁ ନଚାଉଛନ୍ତି ସ୍ପିନର୍ସ: ୨୬ ପାଳିରେ ୨୧ଥର ଆଉଟ୍‌

ପୁଣେ,୨୫।୧୦: ନ୍ୟୁଜିଲାଣ୍ଡ ବିପକ୍ଷରେ ପୁଣେ ଟେଷ୍ଟର ପ୍ରଥମ ଇନିଂସରେ ବିରାଟ କୋହଲି କିଛି ବିଶେଷ କରିପାରି ନ ଥିଲେ। ସେ ମାତ୍ର ଏକ ରନ ସ୍କୋର...

ଦ୍ୱିତୀୟ ଟେଷ୍ଟରେ ପୁଣି ଭାରତର ବ୍ୟାଟିଂ ବିପର୍ଯ୍ୟୟ; ୧୫୬ ରେ ଅଲଆଉଟ

ପୁଣେ,୨୫ା୧୦: ପୁଣେର ମହାରାଷ୍ଟ୍ର କ୍ରିକେଟ୍ ଆସୋସିଏସନ୍ (ଏମସିଏ) ଷ୍ଟାଡିୟମରେ ଟିମ୍ ଇଣ୍ଡିଆ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ଦ୍ୱିତୀୟ ମ୍ୟାଚ୍ ଖେଳାଯାଉଛି। ଶୁକ୍ରବାର ମ୍ୟାଚର ଦ୍ୱିତୀୟ ଦିନ।...

ଷ୍ଟାଡିୟମ୍‌ରେ ପାଣି ପାଇଁ ହାହାକାର: ୨୦ ଦର୍ଶକ ମେଡିକାଲ୍‌ରେ ଆଡମିଟ୍‌

ପୁଣେ,୨୫ା୧୦: ପାଣି ବୋତଲ ପହଞ୍ଚିବାରେ ବିଳମ୍ବ କାରଣରୁ ଭାରତ-ନ୍ୟୁଜିଲାଣ୍ଡ ଦ୍ୱିତୀୟ ଟେଷ୍ଟରେ ଦର୍ଶକଙ୍କୁ ହଇରାଣ ହେବାକୁ ପଡିଛି। ଷ୍ଟାଡିୟମରେ ପାଣି ଅଭାବ ଯୋଗୁ ପରିସ୍ଥିତି ବିଗିଡି...

ବଡ଼ ଅଫର୍‌କୁ ନା କହିଲେ କେଏଲ୍‌ ରାହୁଲ: ଆଇପିଏଲ କ୍ୟାରିୟର୍‌କୁ ନେଇ ଉଠିଲା ପ୍ରଶ୍ନ

ନୂ୍‌ଆଦିଲ୍ଲୀ,୨୫।୧୦: ଆଇପିଏଲ ମେଗା ନିଲାମ ୨୦୨୫ ପୂର୍ବରୁ ଲକ୍ଷୌ ସୁପର ଜିଆଣ୍ଟସ(ଏଲ୍‌ଏସ୍‌ଜି)ରେ କେ.ଏଲ ରାହୁଲଙ୍କ ଭବିଷ୍ୟତକୁ ନେଇ ପ୍ରଶ୍ନ ଉଠିଛି। ଏଲ୍‌ଏସ୍‌ଜି ଅଧିନାୟକ କେ.ଏଲ ରାହୁଲଙ୍କୁ...

ସ୍ତନ କର୍କଟ ବିଜ୍ଞାପନ ଦେଇ ଫସିଲା ଯୁବରାଜ ସିଂଙ୍କ ଏନ୍‌ଜିଓ

ନୂଆଦିଲ୍ଲୀ,୨୫ା୧୦:ଭାରତୀୟ କ୍ରିକେଟର ଯୁବରାଜ ସିଂଙ୍କ ଏନ୍‌ଜିଓ ‘ୟୁଓ୍ବିକ୍ୟାନ୍‌’ ପକ୍ଷରୁ ସ୍ତନ କର୍କଟ ସଚେତନତା ପାଇଁ ଦିଲ୍ଲୀ ମେଟ୍ରୋରେ ଦିଆଯାଇଥିବା ବିବାଦୀୟ ବିଜ୍ଞାପନ ସମାଲୋଚିତ ହୋଇଛି। ଉକ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri