ଭୁଆଁବୁଲାଉଛି ବିଜେଡି: ଏମିତି କାହିଁକି କହିଲେ ଜୟନାରାୟଣ

ଭୁବନେଶ୍ୱର, ୭।୮(ସୁନିତ୍‌ ମିଶ୍ର): ଲୋକଙ୍କ ଭଲ ପାଇବା ପାଇଁ ଭାଜପା ରାଜ୍ୟରେ ଏକାକୀ ସରକାର ଗଠନ କରିଛି। ଓଡ଼ିଶାର ଜନସାଧାରଣଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ପୋଲାଭରମ ପ୍ରକଳ୍ପ ପାଇଁ ଭାଜପା ସରକାର ଉଚିତ ସମୟରେ ଠିକ୍‌ ପଦକ୍ଷେପ ନେବ। ମାତ୍ର ଏହି ପ୍ରସଙ୍ଗକୁ ନେଇ ବିଜେଡି ଅଯଥାରେ ରାଜନୀତି କରୁଛି। ଦୀର୍ଘ ୨୪ ବର୍ଷ ଧରି ସରକାରରେ ରହିବା ପରେ ପୋଲାଭରମ୍‌ ପ୍ରକଳ୍ପ ଦ୍ୱାରା ପ୍ରଭାବିତ ଅଞ୍ଚଳବାସୀଙ୍କ ଉନ୍ନତି ପାଇଁ ବିଜେଡି କିଛି କରିନାହିଁ। ଏତେଦିନ ଧରି କୁମ୍ଭକର୍ଣ୍ଣ ନିଦ୍ରାରେ ଶୋଇବା ପରେ ବର୍ତ୍ତମାନ କାହିଁକି ନିଦ ଭାଙ୍ଗିଲା ବୋଲି ଭାଜପା ବରିଷ୍ଠ ନେତା ତଥା ବିଧାୟକ ଜୟନାରାୟଣ ମିଶ୍ର ପ୍ରଶ୍ନ କରିଛନ୍ତି। ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ଜୟନାରାୟଣ କହିଛନ୍ତି, ନିର୍ବାଚନ ହାରିବା ପରେ ଦଳକୁ ଏବେ ଅଜଣା ଭୟ ଘାରିବାରେ ଲାଗିଛି। ଦଳୀୟ ନେତା ଓ କର୍ମୀମାନେ ଦଳ ଛାଡୁଥିବାରୁ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ଚିନ୍ତା ବଢ଼ିଯାଇଛି। ଏନେଇ ଦଳୀୟ ନେତା ଓ କର୍ମୀମାନଙ୍କୁ ଏକତ୍ରିତ କରିବାକୁ ପୋଲାଭରମ ଅଞ୍ଚଳକୁ ବୁଲିଯିବା ବାହାନାରେ ଦଳ ଲୋକଙ୍କୁ ଭୁଅଁା ବୁଲାଇବାକୁ ଉଦ୍ୟମ କରୁଛି। ଏହି ଯୋଜନା ସଫଳ ହେବ ନାହିଁ ବୋଲି ପୂର୍ବତନ ବିରୋଧୀ ଦଳ ନେତା ତଥା ବରିଷ୍ଠ ବିଧାୟକ ଜୟନାରାୟଣ ମିଶ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ଛାଡ଼ି ଏମିତି କହିଲେ ବିଜୟଲକ୍ଷ୍ମୀ

ଭୁବନେଶ୍ୱର,୧୮।୧୦: ବିଜେଡିକୁ ପୁଣି ଝଟ୍‌କା ଲାଗିଛି । ଜଣଙ୍କ ପରେ ଜଣେ ଦଳ ଛାଡ଼ୁଥିବା ବେଳେ ଶୁକ୍ରବାର  ବିଜେଡିରୁ ଇସ୍ତଫା ଦେଇଛନ୍ତି ବିଜୟଲକ୍ଷ୍ମୀ ମହାପାତ୍ର।ଭୁବନେଶ୍ବର ମହିଳା...

ବିବାହ କରିବାକୁ ମନା କରିବାରୁ ଯୁବତୀଙ୍କୁ ଅପହରଣ କରି ମାଡ ମାରିଲେ ଯୁବକ

ଭୁବନେଶ୍ୱର,୧୮ା୧୦(ସୂର୍ଯ୍ୟକାନ୍ତ ବେହେରା) – ବିବାହ କରିବାକୁ ମନା କରିବାରୁ ଜଣେ ଯୁବତୀଙ୍କୁ ଅପହରଣ କରି ମାଡ ମାରିବା ଅଭିଯୋଗରେ ଖାରବେଳନଗର ଥାନା ପୋଲିସ ଜଣେ ଯୁବକଙ୍କୁ...

କେବେ ଘୋଷଣା ହେବ ନୂଆ ପିସିସି ସଭାପତିଙ୍କ ନାଁ ?

  ଭୁବନେଶ୍ୱର, ୧୮।୧୦(ସୁନିତ୍‌ ମିଶ୍ର): ଓଡ଼ିଶାର ପିସିସି(ପ୍ରଦେଶ କଂଗ୍ରେସ କମିଟି) ସଭାପତି ଚୟନ ପ୍ରକ୍ରିୟା ଖୁବ୍‌ଶୀଘ୍ର ଶେଷ ହେବ। ୨ ଜଣ ବରିଷ୍ଠ ନେତାଙ୍କୁ ଏନେଇ...

ଭଡାଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ: ଜଣେ ଅଟକ, ରହସ୍ୟ ଘେରରେ….

ଭବାନୀପାଟଣା,୧୮।୧୦ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ବାହାଦୁର ବଗିଚା ପଡାର ଏକ ଭଡ଼ା ଘରୁ ଶୁକ୍ରବାର ସକାଳରେ ଜଣେ ଯୁବତୀଙ୍କ ଝୁଲନ୍ତା...

୨୪ରେ ଉପକୂଳ ଅତିକ୍ରମ କରିପାରେ ସାମୁଦ୍ରିକ ଝଡ଼: ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୮ା୧୦(ଅନିଲ ଦାସ)- ବଙ୍ଗୋପସାଗରରେ ବାତ୍ୟା ଦାନା ବାନ୍ଧୁଛି। ବର୍ଷା ହେଲେ ଧାନଚାଷ ସୁଧୁରିଯିବ। ଝଡ଼ ହେଲେ ଉଜୁଡ଼ିଯିବ। ସମ୍ଭାବ୍ୟ ବାତ୍ୟାକୁ ନେଇ ଚାଷୀକୁଳ ଶଙ୍କାରେ ପଡ଼ିଛନ୍ତି।...

ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନ: କହିଲେ ମଣ୍ଡିରୁ ଧାନ କିଣିପାରିବେନି…

ଭୁବନେଶ୍ୱର,୧୮ା୧୦(ଅନିଲ ଦାସ)- ଚଳିତ ଥର ମିଲରମାନେ ମଣ୍ଡିରୁ ଧାନ କିଣିପାରିବେନି। କେନ୍ଦ୍ରୀୟ ସଂସ୍ଥା କିମ୍ବା ସମବାୟ ସଂସ୍ଥା ମଣ୍ଡିରୁ ଧାନ କିଣିବେ। ଧାନ କ୍ରୟ ବ୍ୟବସ୍ଥାକୁ...

ବୁଦ୍ଧାଦିତ୍ୟଙ୍କ ନାଁରେ ଏଫଆଇଆର, ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗକୁ ନେଇ ଲେଖିଲେ…

ଭୁବନେଶ୍ୱର,୧୮।୧୦: ଅଭିନେତା ବୁଦ୍ଧାଦିତ୍ୟ ମହାନ୍ତିଙ୍କ ନାଁରେ ଥାନାରେ ମାମଲା। କ୍ୟାପିଟାଲ ଥାନାରେ ତାଙ୍କ ବିରୋଧରେ ଅଭିଯୋଗ ହୋଇଛି। ସୋସିଆଲ ମିଡିଆରେ ଏକ ପୋଷ୍ଟକୁ ନେଇ ଥାନାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri