Posted inଖେଳ

ଜୟନ୍ତୀଙ୍କୁ ୨ ସ୍ବର୍ଣ୍ଣ,୧ ରୌପ୍ୟ

ଭୁବନେଶ୍ୱର, ୨୦।୮ (କ୍ରୀଡ଼ା ପ୍ରତିନିଧି): ବେଙ୍ଗାଲୁରୁର ଶ୍ରୀ କାନ୍ତିରଭା ଷ୍ଟାଡିୟମରେ ଚାଲିଥିବା ୪ର୍ଥ ଇଣ୍ଡିଆନ ଓପନ ଜାତୀୟ ପାରା ଆଥ୍‌ଲେଟିକ ଚାମ୍ପିୟନଶିପ୍‌ରେ ଓଡ଼ିଶାର ଜୟନ୍ତୀ ବେହେରା ଦ୍ୱିତୀୟ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ଶୁକ୍ରବାର ପ୍ରତିଯୋଗିତାର ଦ୍ୱିତୀୟ ଦିବସରେ ଅନୁଷ୍ଠିତ ୨୦୦ ମିଟର ରେସ୍‌ର ମହିଳା ଟି-୪୭ ବର୍ଗରେ ଜୟନ୍ତୀ ୨୮.୩୯ ସେକେଣ୍ଡରେ ଅତିକ୍ରମ କରି ପ୍ରଥମସ୍ଥାନ ଅଧିକାର କରିଛନ୍ତି। ସେହିପରି ୪୦୦ ମିଟର ରେସରେ ୧:୦୩.୨୭ ସେକେଣ୍ଡ ସମୟ ନେଇ ସେ ରୌପ୍ୟ ପଦକଲାଭ କରିଛନ୍ତି। ପ୍ରତିଯୋଗିତାର ପ୍ରଥମ ଦିବସରେ ଅର୍ଥାତ୍‌ ଗୁରୁବାର ଅନୁଷ୍ଠିତ ୧୦୦ ମିଟର ରେସ୍‌ରେ ୧୩.୨୩ ସେକେଣ୍ଡ ସମୟ ନେଇ ଜୟନ୍ତୀ ସ୍ବର୍ଣ୍ଣ ପଦକ ହାସଲ କରିଥିଲେ। ତେଣୁ ପ୍ରତିଯୋଗିତାରେ ସେ ୨ ସ୍ବର୍ଣ୍ଣ ଓ ୧ ରୌପ୍ୟ ପଦକ ପାଇଛନ୍ତି। ପୁରୁଷ ଟି-୪୪ ବର୍ଗ ଲଙ୍ଗଜମ୍ପରେ ଓଡ଼ିଶାର ରଶ୍ମିରଞ୍ଜନ ମଲିକ ୫.୮୦ ମିଟର କ୍ଲିୟର କରି ବ୍ରୋଞ୍ଜ ପଦକ ପାଇଛନ୍ତି। ସେ ପୂର୍ବରୁ ୧୦୦ ମିଟର ରେସ୍‌ରେ ୧୨.୩୨ ସେକେଣ୍ଡ ସମୟ ନେଇ ବ୍ରୋଞ୍ଜ ପଦକ ହାସଲ କରିଥିଲେ।
ପ୍ରଫୁଲ୍ଲଙ୍କୁ ରୌପ୍ୟ
ପ୍ରତିଯୋଗିତାରେ ଭାଗ ନେଇଥିବା ଅନ୍ୟତମ ଓଡ଼ିଆ ଆଥ୍‌ଲେଟ ପ୍ରଫୁଲ୍ଲ କୁମାର ଖଣ୍ଡାୟତରାୟ ହୁଇଲଚେୟାର ଏଫ୍‌-୫୪ ବର୍ଗ ଜାଭେଲିନ୍‌ ଥ୍ରୋରେ ରୌପ୍ୟ ପଦକ ହାସଲ କରିଛନ୍ତି। ସେ ୨୦.୧୮ ମିଟର ଦୂରକୁ ଥ୍ରୋ କରି ଏହି ସଫଳତା ପାଇଛନ୍ତି। ପ୍ରଫୁଲ୍ଲଙ୍କର ଏହାଥିଲା ବ୍ୟକ୍ତିଗତ ଶ୍ରେଷ୍ଠ ପ୍ରଦର୍ଶନ।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

ଇତିହାସ ରଚିଲେ ହାର୍ଦ୍ଦିକ ପାଣ୍ଡ୍ୟା; ଏପରି କରିବାରେ ପ୍ରଥମ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୪।୧୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚରେ ଏକ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ...

ତୃତୀୟ ଟି୨୦ରେ ଭାରତର ଦମ୍‌ଦାର ବିଜୟ: ୨-୧ରେ ସିରିଜ୍‌ ଅଗ୍ରଣୀ

ଧର୍ମଶାଳା,୧୪।୧୨: ଧର୍ମଶାଳାରେ ରବିବାର ଖେଳାଯାଇଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ବିଜୟୀ ହୋଇଛି। ଭାରତୀୟ ବ୍ୟାଟର ୨୫ ବଲ୍‌ ବାକି...

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨:  ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

୧୧୭ ରନ୍‌ରେ ଅଟକିଲା ଦକ୍ଷିଣ ଆଫ୍ରିକା

ଧର୍ମଶାଳା,୧୪।୧୨:ଧର୍ମଶାଳାରେ ରବିବାର ଖେଳାଯାଉଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ୧୧୭ ରନ୍‌ରେ ଅଲ୍‌ଆଉଟ ହୋଇଯାଇଛି ଦକ୍ଷିଣ ଆଫ୍ରିକା। ଫଳରେ ଭାରତ ଆଗରେ ୧୧୮ ରନ୍‌ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri