ବିଦେଶ ମାଟିରେ ବସି ଚାଇନାର କ୍ଲାସ ନେଲେ ଜୟଶଙ୍କର

ସିଙ୍ଗାପୁର,୨୪।୩: ଅରୁଣାଚଳ ପ୍ରଦେଶ ଉପରେ ଚାଇନାର ଦାବିକୁ କଡ଼ା ନିନ୍ଦା କରିଛନ୍ତି ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର। ଏହି ଉତ୍ତର-ପୂର୍ବ ରାଜ୍ୟ ଭାରତର ଏକ ଅଂଶ ବୋଲି କହିଛନ୍ତି। ବେଜିଂର ଦାବିକୁ ହାସ୍ୟାସ୍ପଦ ବୋଲି ବର୍ଣ୍ଣନା କରି ବୈଦେଶିକ ମନ୍ତ୍ରୀ କହିଛନ୍ତି, ଅରୁଣାଚଳ ପ୍ରଦେଶ ଭାରତର ଏକ ଅଂଶ କାରଣ ଏହା ସର୍ବଦା ଦେଶର ଏକ ଅବିଚ୍ଛେଦ୍ୟ ଅଙ୍ଗ ହୋଇଆସୁଛି।
ତିନି ଦେଶ ଗସ୍ତର ଅଂଶ ଭାବରେ ବୈଦେଶିକ ମନ୍ତ୍ରୀ ସିଙ୍ଗାପୁରରେ ପହଞ୍ଚିଛନ୍ତି। ଏଠାରେ ଥିବା ନ୍ୟାଶନାଲ ୟୁନିଭରସିଟିର ସାଉଥ ଏସିଆନ ଷ୍ଟଡିଜ ଇନଷ୍ଟିଚ୍ୟୁଟରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଜୟଶଙ୍କର ପଡୋଶୀ ଦେଶ ଚାଇନାର ଦାବିକୁ ଭୁଲ ବୋଲି କହିଛନ୍ତି। ବେଜିଂ ଠାରୁ ୩୭୦୦ କିଲୋମିଟର ଦୂରରେ ଥିବା ସିଙ୍ଗାପୁରରେ ବୈଦେଶିକ ମନ୍ତ୍ରୀ ତାଙ୍କ ପୁସ୍ତକ ‘ହ୍ବାଏ ଇଣ୍ଡିଆ ମ୍ୟାଟର୍ସ’ ବିଷୟରେ ବିସ୍ତୃତ ଭାବରେ ଆଲୋଚନା କରିଥିଲେ।
ଏହି କାର୍ଯ୍ୟକ୍ରମରେ ଅରୁଣାଚଳ ଉପରେ ଚାଇନାର ଦାବି ସମ୍ପର୍କରେ ଏକ ପ୍ରଶ୍ନର ଉତ୍ତରରେ ଜୟଶଙ୍କର କହିଛନ୍ତି, ଏହା ଏକ ନୂଆ ପ୍ରସଙ୍ଗ ନୁହେଁ। ଚାଇନା ଏହା ପୂର୍ବରୁ ମଧ୍ୟ ଦାବି କରିଛି। ଏହି ଦାବି ହାସ୍ୟାସ୍ପଦ। ଅରୁଣାଚଳ ପ୍ରଦେଶ ଭାରତର ଏକ ଅଂଶ କାରଣ ଏହା ସର୍ବଦା ରହିଆସିଛି।
ନିକଟରେ ଚାଇନା ଅରୁଣାଚଳ ପ୍ରଦେଶ ବିଷୟରେ କହିଛି ଯେ, ଏହା ଚାଇନା ଅଞ୍ଚଳର ଏକ ଅନ୍ତନିର୍ହିତ ଅଂଶ। ଚାଇନା ପ୍ରତିରକ୍ଷା ମନ୍ତ୍ରଣାଳୟ କହିଛି ଯେ ବେଜିଂ ଭାରତ ଦ୍ୱାରା ବେଆଇନ ଭାବେ ପ୍ରତିଷ୍ଠିତ ତଥାକଥିତ ଅରୁଣାଚଳ ପ୍ରଦେଶକୁ କଦାପି ଗ୍ରହଣ କରେ ନାହିଁ। ଅନ୍ୟପକ୍ଷରେ ଚାଇନା ଏହି ଅବୈଧ ଦାବିକୁ ଭାରତ ପ୍ରତ୍ୟାଖ୍ୟାନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସଲମାନଙ୍କୁ ପୁଣି ଧମକ

ମୁମ୍ବାଇ,୧୮ା୧୦: ଅଭିନେତା ସଲମାନ ଖାନଙ୍କୁ ପୁଣି ଧମକ ମିଳିଛି। ହ୍ବାଟ୍ସଆପ୍‌ରେ ମୁମ୍ବାଇ ଟ୍ରାଫିକ୍‌ ପୋଲିସକୁ ଏପରି ଧମକପୂର୍ଣ୍ଣ ମେସେଜ ଆସିଛି। ଏଥିରେ ସଲମାନଙ୍କଠାରୁ ୫ କୋଟି...

ହମାସ୍‌ ଶୀର୍ଷନେତା ୟାହୟା ସିନ୍‌ଓ୍ବର ନିହତ: ସ୍ପଷ୍ଟ କଲା ଇସ୍ରାଏଲ୍‌

ଦେଇର୍‌ ଅଲ୍‌-ବଲାହ, ୧୭ା୧୦: ଗାଜାରେ ଇସ୍ରାଏଲୀ ସେନାର ଆକ୍ରମଣରେ ହମାସ୍‌ର ଶୀର୍ଷନେତା ୟାହୟା ସିନ୍‌ଓ୍ବରଙ୍କ ମୃତ୍ୟୁ ଘଟିଛି। ଇସ୍ରାଏଲ୍‌ କର୍ତ୍ତୃପକ୍ଷ ଏନେଇ ଗୁରୁବାର ରାତିରେ ସ୍ପଷ୍ଟ...

ଓଲଟା ସାମ୍ନା କରିବେ ନା ନିଜେ ଓଲଟି ଯିବେ ନୀତୀଶ? ପୁଣି ଅଡୁଆରେ ବିହାର ସରକାର

ପାଟନା,୧୭।୧୦: ବିହାରରେ ମଦ ଉପରେ ନିଷେଧାଦେଶ ଜାରି କରାଯାଇଥିବା ବେଳେ ଯେଉଁମାନେ ବେଆଇନ ମଦ ବ୍ୟବସାୟ କରୁଛନ୍ତି ସେମାନେ ପୁଣି ଥରେ ସରକାରଙ୍କୁ ଏକ ଶକ୍ତ...

ୟୁପିରେ ହେଉଛି ନକଲି ଏନକାଉଣ୍ଟର, ଯୋଗୀ ତାଙ୍କ ଆସନକୁ ବଞ୍ଚାଇବାକୁ…

ଲକ୍ଷ୍ନୌ,୧୭।୧୦: ଉତ୍ତର ପ୍ରଦେଶ ପୋଲିସ ଗୁରୁବାର ବହରାଇଚ ହିଂସା ଏବଂ ରାମ ଗୋପାଳ ମିଶ୍ରଙ୍କ ହତ୍ୟା ମାମଲାରେ ଅଭିଯୁକ୍ତଙ୍କୁ ଏନକାଉଣ୍ଟର କରିଛି। ଏହି ଏନକାଉଣ୍ଟରରେ ଦୁଇ...

କେଉଁଠୁ ଆସୁଛି ବିମାନକୁ ବୋମାରେ ଉଡାଇ ଦେବାର ଧମକ, ଗୁଇନ୍ଦା ଏଜେନ୍ସି ହାତରେ ଲାଗିଲା ବଡ ତଥ୍ୟ

ନୂଆଦିଲ୍ଲୀ,୧୭।୧୦: ସୋସିଆଲ ମିଡିଆରେ ବିଭିନ୍ନ ବିମାନକୁ ବୋମାରେ ଉଡାଇ ଦେବାକୁ ଧମକ ମିଳିବାର କିଛି ଦିନ ପରେ କେନ୍ଦ୍ରୀୟ ଗୁପ୍ତଚର ସଂସ୍ଥା ଲଣ୍ଡନ ଏବଂ ଜର୍ମାନୀର...

ବିଦେଶରେ ବସିଥିବା ଲୋକ ଚଲାଉଛନ୍ତି କଂଗ୍ରେସ ଅଧ୍ୟକ୍ଷଙ୍କ ଫେସବୁକ ଆକାଉଣ୍ଟ, ଖାର୍ଗେଙ୍କ ଉପରେ ବଡ ଅଭିଯୋଗ

ନୂଆଦିଲ୍ଲୀ,୧୭।୧୦: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ନାମରେ ଏକ ଭେରିଫାଏଡ ଫେସବୁକ ପେଜ୍‌କୁ ଦର୍ଶାଇ ଭାଜପା ଅଭିଯୋଗ କରିଛି ଯେ କଂଗ୍ରେସ ଅଧ୍ୟକ୍ଷଙ୍କ ଇଣ୍ଟରନେଟ ମିଡିଆ...

 ସରକାରଙ୍କ ଚିନ୍ତା ବଢ଼ାଉଛି ବିଷାକ୍ତ ମଦ ମୃତ୍ୟୁ

ପାଟନା,୧୭ା୧୦: ୨୦୧୬ରୁ ମଦକୁ ସମ୍ପୂର୍ଣ୍ଣ ନିଷେଧ କରାଯାଇଥିବା ବିହାରରେ ମଦମୃତ୍ୟୁ। ରାଜ୍ୟର ସିଓ୍ବାନ ଏବଂ ସରନ୍‌ ଜିଲାରେ ବିଷାକ୍ତ ମଦ ପିଇ ଅନୂ୍ୟନ ୨୫ ଜଣ...

ଦିଲ୍ଲୀରୁ କେଜରିଓ୍ବାଲଙ୍କ ବିଦାୟ ହେବା ନିଶ୍ଚିତ: ବିରେନ୍ଦ୍ର ସଚଦେବା

ନୂଆଦିଲ୍ଲୀ,୧୭।୧୦: ଦିଲ୍ଲୀ ଭାଜପା ରାଜ୍ୟ ସଭାପତି ବିରେନ୍ଦ୍ର ସଚଦେବ ଗୁରୁବାର ଆଇଏନଏସ ସହ କଥାବାର୍ତ୍ତା ବେଳେ କେଜରିୱାଲଙ୍କ ଚିଠି ଏବଂ କଂଗ୍ରେସର ‘ନ୍ୟାୟ-ରଥ’କୁ ନେଇ ପ୍ରତିକ୍ରିୟା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri