Categories: ଜାତୀୟ

ଇସ୍ତଫା ଦେଲେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନ,

ରାଞ୍ଚି,୩।୭: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଇସ୍ତଫା ଦେଇଛନ୍ତି ଚମ୍ପାଇ ସୋରେନ। ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚାର ସଭାପତି ହେମନ୍ତ ସୋରେନ ଜେଲ୍ରୁ ଫେରିବା ପରେ ପୁନର୍ବାର ମୁଖ୍ୟମନ୍ତ୍ରୀ ହେବା ପାଇଁ ରାଜ୍ୟପାଳଙ୍କ ନିକଟରେ ଦାବି କରିଛନ୍ତି।

ଜେଲ୍ରୁ ଫେରିବା ପରେ ହେମନ୍ତ ବିଧାନସଭା ଦଳର ନେତା ଭାବରେ ନିର୍ବାଚିତ ହୋଇଛନ୍ତି। ହେମନ୍ତଙ୍କୁ ପ୍ରବର୍ତ୍ତନ ନିର୍ଦେଶାଳୟ (ଇଡି) ଗିରଫ କରିବା ପରେ ତାଙ୍କର ଘନିଷ୍ଠ ସହଯୋଗୀ ଚମ୍ପାଇ ସୋରେନଙ୍କୁ ରାଜ୍ୟ କମାଣ୍ଡ ହସ୍ତାନ୍ତର କରାଯାଇଥିଲା। ବର୍ତ୍ତମାନ ମୁକ୍ତ ହେବା ପରେ ହେମନ୍ତ ସୋରେନ ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ହେବେ।

ଜାନୁଆରୀ ୩୧ରେ ଇଡି ତାଙ୍କୁ ଦିଲ୍ଲୀ ସ୍ଥିତ ବାସଭବନରୁ ଗିରଫ କରିଥିଲା। ପାଞ୍ଚ ମାସ ଧରି ଜେଲରେ ରହିବା ପରେ ହାଇକୋର୍ଟରୁ ତାଙ୍କୁ ବେଲ୍ ମିଳିଛି। ଜୁନ୍ ୨୮ରେ ହାଇକୋର୍ଟ ବେଲ୍ ଦେବା ପରେ ଜାମିନରେ ମୁକୁଳିଛନ୍ତି ସୋରେନ୍। ବୁଧବାର ଇଣ୍ଡିଆ ମେଣ୍ଟର ବିଧାୟକମାନଙ୍କୁ ନେଇ ରାଞ୍ଚିରେ ଜରୁରୀ ବୈଠକ ବସିଥିଲା, ଯେଉଁଥିରେ ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ମଧ୍ୟ ଯୋଗ ଦେଇଥିଲେ।

Share