ଝାରସୁଗୁଡାରୁ ଗୋଟିଏ ଦିନରେ ସର୍ବାଧିକ ୬୭ ଆକ୍ରାନ୍ତ ଚିହ୍ନଟ

ଝାରସୁଗୁଡା ଅଫିସ,୧୧ା୮: ଝାରସୁଗୁଡା ଜିଲାରୁ ମଙ୍ଗଳବାର ଗୋଟିଏ ଦିନରେ ସର୍ବାଧିକ ୬୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ନୂଆ ପଜିଟିଭଙ୍କୁ ମିଶାଇ ଜିଲାରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୬୭ରେ ପହଞ୍ଚିଛି। ଏମାନଙ୍କ ମଧ୍ୟରୁ ୩୨୫ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୪୧ ଜଣ ବିଭିନ୍ନ କୋଭିଡ୍‌ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି। ଅଦ୍ୟାବଧୀ ଜିଲାରେ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

Share