ଜିଓ ଏୟାରଫାଇବରର ନୂଆ ମାଇଲଖୁଣ୍ଟ

ଭୁବନେଶ୍ୱର,୨୨।୨ଦେଶର ପ୍ରମୁଖ ଟେଲିକମ୍‌ କମ୍ପାନୀ ତଥା ଜିଓ ଏୟାରଫାଇବରର ଓଡ଼ିଶା ୟୁନିଟ୍‌ ନିକଟରେ ଉଲ୍ଲେଖନୀୟ ସଫଳତା ସହ ନୂଆ ମାଇଲଖୁଣ୍ଟ ହାସଲ କରିଛି। ବିଶେଷକରି ଗୃହ ମନୋରଞ୍ଜନ, ସ୍ମାର୍ଟ ହୋମ୍‌ ସେବା ଓ ହାଇସ୍ପିଡ୍‌ ବ୍ରଡ୍‌ବ୍ୟାଣ୍ଡର ସମନ୍ବିତ ଏଣ୍ଡ-ଟୁ-ଏଣ୍ଡ ସମାଧାନ ଜିଓ ଏୟାରଫାଇବର ବର୍ତ୍ତମାନ ଓଡ଼ିଶାର ୨୫୦ ରୁ ଅଧିକ ସହର ଏବଂ ନିକଟବର୍ତ୍ତୀ ଗ୍ରାମଗୁଡ଼ିକରେ ଉପଲବ୍ଧ। ଏପରିକି ୨୦୨୩ ନଭେମ୍ବରରେ ଆରମ୍ଭ ହୋଇଥିବା ଏହି ସେବା ରାଜ୍ୟର ଓୟାରଲାଇନ ବ୍ରଡ୍‌ବ୍ୟାଣ୍ଡ ସଂଯୋଗ କ୍ଷେତ୍ରରେ ରହିଥିବା ସଂଯୋଗଜନିତ ଆହ୍ବାନକୁ ଅତିକ୍ରମ କରିପାରିଛି ଏବଂ ସାରା ଦେଶର ବ୍ୟବହାକାରୀଙ୍କୁ ଉନ୍ନତ ଡିଜିଟାଲ ଅନୁଭବ ପ୍ରଦାନ କରୁଛି। ବର୍ତ୍ତମାନ ସାରା ଭାରତରେ ଜିଓର ଅପ୍ଟିକାଲ ଫାଇବର ଭିିତ୍ତିଭୂମି ୧.୫ନିୟୁତ କି.ମି.ରୁ ଅଧିକ ବ୍ୟାପ୍ତ ରହିଛି, ତଥାପି ଦେଶର ଅନେକ ସ୍ଥାନରେ ପ୍ରତ୍ୟକ୍ଷ ସଂଯୋଗ ପ୍ରଦାନ କରିବା ଲାଗି ବହୁ ସମୟ ଲାଗୁଛି।
ସେହିଭଳି ଘର କିମ୍ବା ପରିସର ପର୍ଯ୍ୟନ୍ତ ଅପ୍ଟିକାଲ ଫାଇବର ପହଞ୍ଚାଇବାରେ ରହିଥିବା ଜଟିଳତା ଓ ବିଳମ୍ବ ପାଇଁ ବର୍ତ୍ତମାନ ପର୍ଯ୍ୟନ୍ତ ଅନେକ ସମ୍ଭାବ୍ୟ ଗ୍ରାହକ ହୋମ ବ୍ରଡ୍‌ବ୍ୟାଣ୍ଡରୁ ବଞ୍ଚତ୍ତ ରହିଛନ୍ତି। ଏହିଭଳି ପରିସରଗୁଡ଼ିକୁ ସଂଯୋଗ ପ୍ରଦାନ କରିବା କାର୍ଯ୍ୟ ଜିଓ ପକ୍ଷରୁ ତ୍ୱରାନ୍ବିତ କରାଯାଇଛି। ଏପରିକି ରାଜ୍ୟର ଶେଷ ମାଇଲ ସଂଯୋଗୀକରଣରେ ରହିଥିବା ସମସ୍ୟାକୁ ଦୂରକରିବା ସହ ଜିଓ ଏୟାରଫାଇବର ପ୍ରତ୍ୟେକ ଘର ଓ କ୍ଷୁଦ୍ର ବ୍ୟବସାୟିକ ପ୍ରତିଷ୍ଠାନକୁ ବ୍ରଡ୍‌ବ୍ୟାଣ୍ଡ ସୁବିଧା ସହିତ ସଂଯୁକ୍ତ କରୁଛି, ଯେଉଁଠାରେ ପୂର୍ବରୁ ଗୁଣାତ୍ମକ ହୋମ ବ୍ରଡ୍‌ବ୍ୟାଣ୍ଡ୍‌ ସୁବିଧା ସେମାନଙ୍କ ପରିସରକୁ ଅପ୍ଟିିକାଲ-ଫାଇବର ସମ୍ପ୍ରସାରଣରେ ରହିଥିବା ବିଭିନ୍ନ ଜଟିଳତା କାରଣରୁ ଉପଲବ୍ଧ ହୋଇପାରୁ ନ ଥିଲା। ବିଶେଷକରି ଘରୁ କାର୍ଯ୍ୟ କରୁଥିବା ଆଇଟି ପ୍ରଫେସନାଲଙ୍କଠାରୁ ଆରମ୍ଭକରି ଛୋଟ ବଡ ଉଦ୍ୟୋଗ, ହୋଟେଲ ଓ ରେସ୍ତୋରାଁ, ଡିଜିଟାଲ ଷ୍ଟୁଡିଓ, ଶିକ୍ଷାନୁଷ୍ଠାନ, କ୍ଷୁଦ୍ର ବ୍ୟବସାୟ ଓ ବ୍ୟକ୍ତିଗତ ପରିବାର ପର୍ଯ୍ୟନ୍ତ ଜିଓ ଏୟାରଫାଇବର ଓଡ଼ିଶାର ୨୫୦ରୁ ଅଧିକ ଛୋଟ ବଡ଼ ସହରରେ ବର୍ତ୍ତମାନ ଏହା ସର୍ବାଧିକ ପସନ୍ଦ ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାର୍ବଣ ସମୟରେ ନିୟନ୍ତ୍ରଣରେ ରହିବ ଦରଦାମ୍: ଆଶ୍ୱସ୍ତ କଲେ ସରକାର

ନୂଆଦିଲ୍ଲୀ,୧୮ା୯: ସରକାର ନାଗରିକମାନଙ୍କୁ ଆଶ୍ୱାସନା ଦେଇଛନ୍ତି ଯେ ଆଗାମୀ ପାର୍ବଣ ଋତୁରେ ଅତ୍ୟାବଶ୍ୟକ ଦ୍ରବ୍ୟର ମୂଲ୍ୟ ବୃଦ୍ଧି ହେବ ନାହିଁ। ବଢୁଥିବା ଦରଦାମ୍ ଏବେ ଲୋକମାନଙ୍କର...

ଜିଡିପିରେ ଓଡ଼ିଶାର ଜବରଦସ୍ତ ଉନ୍ନତି: ପଛରେ ପଡିଲା ପଶ୍ଚିମବଙ୍ଗ

ନୂଆଦିଲ୍ଲୀ,୧୮।୯: ପ୍ରଧାନମନ୍ତ୍ରୀଙ୍କ ଅର୍ଥନୈତିକ ପରାମର୍ଶଦାତା ପରିଷଦ (ଇଏସି-ପିଏମ) ପକ୍ଷରୁ ଏକ ରିପୋର୍ଟ ପ୍ରକାଶ ପାଇଛି। ଏହି ରିପୋର୍ଟରେ ଦର୍ଶାଯାଇଛି ଯେ, ଉଦାରୀକରଣ ପରେ ଦକ୍ଷିଣ ରାଜ୍ୟଗୁଡ଼ିକ...

ଭାରତରେ ବଢିଚାଲିଛନ୍ତି କୋଟିପତି: ୧୦ କୋଟିରୁ ଅଧିକ ଆୟ କରୁଥିବା ଲୋକଙ୍କ ସଂଖ୍ୟା ୬୩ ପ୍ରତିଶତ ବୃଦ୍ଧି

ନୂଆଦିଲ୍ଲୀ,୧୭।୯: ଦେଶରେ କୋଟିପତି ଲୋକଙ୍କ ସଂଖ୍ୟାରେ ବଡ ମାତ୍ରାରେ ବୃଦ୍ଧି ଘଟିଛି। ଗତ ପାଞ୍ଚ ବର୍ଷ ମଧ୍ୟରେ ୧୦ କୋଟିରୁ ଅଧିକ ଆୟ କରୁଥିବା ଭାରତୀୟଙ୍କ...

ଶେୟାର ବଜାର କାରବାରରେ ଉତ୍ସାହ

ନୂଆଦିଲ୍ଲୀ,୧୭।୯: ଦିନକ ପରେ ପୁଣି ଥରେ ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟିଛି। ଏପରିକି ଚଳିତ ସପ୍ତାହର ପ୍ରଥମ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ...

୮ ନିୟୁତ ଟନ୍‌କୁ ବୃଦ୍ଧିପାଇବ ଉତ୍ପାଦନ କ୍ଷମତା

ଯାଜପୁର,୧୭ା୯(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା କଳିଙ୍ଗନଗର ଟାଟା ଷ୍ଟିଲ କାରଖାନାର ଦ୍ୱିତୀୟ ପର୍ଯ୍ୟାୟ ସମ୍ପ୍ରସାରଣ ଖୁବ୍‌ଶୀଘ୍ର ସମ୍ପନ୍ନ ହେବାକୁ ଯାଉଛି। ଏହିକ୍ରମରେ ଏହାର ଉତ୍ପାଦନ କ୍ଷମତା...

ଭାରତରେ ବିଏମ୍‌ଡବ୍ଲ୍ୟୁ ରିଟେଲ ନେକ୍ସଟର ଶୁଭାରମ୍ଭ

ନୂଆଦିଲ୍ଲୀ,୧୭।୯ (ଅଭୟ ଦାଶ): ଭାରତରେ ବିଏମ୍‌ଡବ୍ଲ୍ୟୁ ଗ୍ରୁପର ରିଟେଲ ନେକ୍ସଟ ଡିଲରଶିପ ଶୁଭାରମ୍ଭ ସମ୍ପର୍କରେ କମ୍ପାନୀର ଇଣ୍ଡିଆ ୟୁନିଟ ପକ୍ଷରୁ ବିସ୍ତୃତ ଭାବେ ଘୋଷଣା କରାଯାଇଛି।...

ଭାରତ ଏକବିଂଶ ଶତାବ୍ଦୀର ଶ୍ରେଷ୍ଠ ଆହ୍ବାନ

ନୂଆଦିଲ୍ଲୀ,୧୭।୯ (ଅଭୟ ଦାଶ): ଗୁଜରାଟର ଗାନ୍ଧୀନଗରସ୍ଥିତ ମହାତ୍ମା ମନ୍ଦିରଠାରେ ୪ର୍ଥ ବିଶ୍ୱ ଅକ୍ଷୟ ଶକ୍ତି ନିବେଶକ ସମ୍ମିଳନୀ ଏବଂ ପ୍ରଦର୍ଶନୀ (ରି-ଇନ୍‌ଭେଷ୍ଟ)କୁ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...

କୁଲଦୀପ ଏଭରଗ୍ରୀନ୍‌ ଚା’ର ବ୍ରାଣ୍ଡ୍‌ ଆମ୍ବାସାଡର

ଭୁବନେଶ୍ୱର,,୧୬।୯ (ଅଭୟ ଦାଶ): ଦେଶର ପ୍ରମୁଖ ଚା’ ବ୍ରାଣ୍ଡ୍‌ ତଥା ନେହା ଏଣ୍ଟରପ୍ରାଇଜର୍ସ ଦ୍ୱାରା ପ୍ରସ୍ତୁତ ଲୋକପ୍ରିୟ ଉତ୍ପାଦ ଏଭରଗ୍ରୀନ ଚା’ର ବ୍ରାଣ୍ଡ୍‌ ଆମ୍ବାସାଡର ଭାବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri