ଜୁଲାଇରେ ଜିଓର ସର୍ବାଧିକ ନୂତନ ଗ୍ରାହକ

ଭୁବନେଶ୍ୱର, ୩୦।୯ : ଚଳିତ ବର୍ଷ ଜୁଲାଇରେ ରିଲାଏନ୍ସ ଜିଓ ଓଡ଼ିଶାର ସର୍ବାଧିକ ସଂଖ୍ୟକ ନୂଆ ମୋବାଇଲ ଗ୍ରାହକ ଯୋଡ଼ିଥିବାବେଳେ ରାଜ୍ୟରେ ସବୁଠାରୁ ପସନ୍ଦର ଡିଜିଟାଲ ସେବା ପ୍ରଦାନକାରୀ କମ୍ପାନୀ ଭାବେ ଉଭାହୋଇଛି। ଏପରିକି ଭାରତୀୟ ଦୂରସଞ୍ଚାର ନିୟାମକ କର୍ତ୍ତୃପକ୍ଷ (ଟ୍ରାଇ) ଦ୍ୱାରା ପ୍ରକାଶିତ ସଦ୍ୟତମ ଟେଲିକମ୍‌ ଗ୍ରାହକ ତଥ୍ୟ ଅନୁଯାୟୀ ରିଲାଏନ୍ସ ଜିଓ ୨୦୨୩ ଜୁଲାଇରେ ପ୍ରାୟ ୧.୪୨ଲକ୍ଷ ନୂତନ ମୋବାଇଲ ଗ୍ରାହକ ଯୋଡ଼ିଛି। ଏହା ସହ ୨୦୨୩ ଜୁଲାଇ ୩୧ସୁଦ୍ଧା ଜିଓ ସର୍ବାଧିକ ୧.୪୩ କୋଟି ମୋବାଇଲ ଗ୍ରାହକ ଏବଂ ୨.୩୮ ଲକ୍ଷ ଜିଓ ଫାଇବର ହୋମ୍‌ ବ୍ରଡ୍‌ବ୍ୟାଣ୍ଡ ଉପଭୋକ୍ତାଙ୍କ ସହ ଉଭୟ ଓୟାରଲେସ୍‌ ଏବଂ ଓୟାରଲାଇନ୍‌ ବର୍ଗରେ ସାମିଲ କରାଇବା ସହିତ ରାଜ୍ୟରେ ଏକ ନମ୍ବର ସ୍ଥାନକୁ ସୁଦୃଢ଼ କରିଛି। ବିଶେଷକରି ୨୦୨୩ ଜୁଲାଇରେ ଓଡ଼ିଶାର ମୋଟ ମୋବାଇଲ ଉପଭୋକ୍ତାଙ୍କ ସଂଖ୍ୟା ୧.୫ଲକ୍ଷ ବୃଦ୍ଧି ପାଇଛି। ଅପରପକ୍ଷରେ ଟ୍ରାଇ ଦ୍ୱାରା ପ୍ରକାଶିତ ସଦ୍ୟତମ ଟେଲିକମ୍‌ ଉପଭୋକ୍ତାଙ୍କ ତଥ୍ୟ ଅନୁଯାୟୀ, ଜିଓ ସାରା ଦେଶରେ ୩୯ ଲକ୍ଷରୁ ଅଧିକ ନୂଆ ଗ୍ରାହକଙ୍କୁ ଜୁଲାଇରେ ଯୋଡ଼ିଥିବା ବେଳେ ୨୦୨୩ ଜୁଲାଇ ୩୧ ସୁଦ୍ଧା ଜିଓର ମୋଟ ଗ୍ରାହକ ୪୪.୨ କୋଟିରୁ ଅଧିକ ମୋବାଇଲ ଗ୍ରାହକ ରହିଛନ୍ତି। ସେହିଭଳି ରିଲାଏନ୍ସ ଜିଓ ମଧ୍ୟ ଜୁଲାଇରେ ୧.୯୭ଲକ୍ଷରୁ ଅଧିକ ଜିଓଫାଇବର ହାଇସ୍ପିଡ୍‌ ବ୍ରଡ୍‌ବ୍ୟାଣ୍ଡ ଗ୍ରାହକ ଯୋଡ଼ିଛି। ଫଳରେ ଦେଶରେ ଜିଓ ଫାଇବର ଗ୍ରାହକଙ୍କ ସଂଖ୍ୟା ୧କୋଟିରୁ ଅଧିକ ହୋଇଛି। ସୂଚନାଯୋଗ୍ୟ, ରିଲାଏନ୍ସ ଜିଓ ଓଡ଼ିଶାରେ ସର୍ବାଧିକ ପସନ୍ଦଯୋଗ୍ୟ ଡିଜିଟାଲ ସେବା ପ୍ରଦାନକାରୀ କମ୍ପାନୀ ହୋଇଥିବା ବେଳେ ଟେଲିକମ୍‌ ଶିଳ୍ପରେ ମଧ୍ୟ ସର୍ବାଧିକ ଗ୍ରାହକ ଓ ରାଜସ୍ବ ବଜାର ଅଂଶ ହାସଲ କରିଛି। ଓଡ଼ିଶାର ୧ ନମ୍ବର ଡିଜିଟାଲ ସେବା ପ୍ରଦାନକାରୀ ଭାବେ ଜିଓ ଦ୍ରୁତଗତିରେ ନିଜର ଟ୍ରୁ-୫ଜି ନେଟ୍‌ୱାର୍କକୁ ବିସ୍ତାର କରୁଛି ଏବଂ ରାଜ୍ୟର ସମସ୍ତ ଜିଲାରେ ୫ଜି ନେଟ୍‌ୱାର୍କ ପହଞ୍ଚାଇଥିବା ପ୍ରଥମ ଟେଲିକମ୍‌ ଅପରେଟର ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବୃହତ୍‌ ସଞ୍ଚୟ ଉପରେ ଆକର୍ଷଣୀୟ ରିହାତି

ନୂଆଦିଲ୍ଲୀ,୨୨।୯: ଇ କର୍ମସ ବଜାରରେ ସବୁଠାରୁ ବଡ଼ ପର୍ବ ଆମାଜନ୍‌ ଗ୍ରେଟ୍‌ ଇଣ୍ଡିଆନ ଫେଷ୍ଟିଭାଲ-୨୦୨୪ ସମ୍ପର୍କରେ ଘୋଷଣା କରାଯାଇଛି। ୨୦୨୪ ସେପ୍ଟେମ୍ବର ୨୭ରୁ ଏହି ମହାପର୍ବ...

ଅକ୍ଟୋବର ୨ରୁ ବୁଣାକାରଙ୍କ ମଜୁରି ବୃଦ୍ଧି

ନୂଆଦିଲ୍ଲୀ,୨୨।୯: ଭାରତ ସରକାରଙ୍କ ସୂକ୍ଷ୍ମ, ଲଘୁ ଏବଂ ମଧ୍ୟମ ଉଦ୍ୟୋଗ ମନ୍ତ୍ରଣାଳୟ ଅଧୀନ ଖଦି ଏବଂ ଗ୍ରାମୋଦ୍ୟୋଗ ଆୟୋଗ (କେଭିଆଇସି)ର ଅଧ୍ୟକ୍ଷ ମନୋଜ କୁମାର ଚଳିତ...

ଅକ୍ଟୋବର ୨୭ରେ ‘ଲେକ୍‌ ସାଇଡ୍‌ ଗ୍ଲାମର’

ଭୁବନେଶ୍ୱର,୨୧।୯: (ଅଭୟ ଦାଶ): ସ୍ବସ୍ତି ଗ୍ରୁପ୍‌ର ପ୍ରମୁଖ ହୋଟେଲ ସ୍ବସ୍ତି ଚିଲିକା ରେସର୍ଟ ପକ୍ଷରୁ ଏକ ଦିନିକିଆ ଫ୍ୟାଶନ ଶୋ ୨୦୨୪ ଅକ୍ଟୋବର ୨୭ ରେ...

ଯୋଗାଣ ଶୃଙ୍ଖଳାରେ କାର୍ଯ୍ୟଦକ୍ଷତାକୁ ବହୁଗୁଣିତ କରିବ

ନୂଆଦିଲ୍ଲୀ,୨୧।୯: ଓଡ଼ିଶା ଓ ଛତିଶଗଡ଼ ମଧ୍ୟରେ କୋଇଲା ପରିବହନକୁ ସୁଗମ କରିବା ଲାଗି ଭାରତ ସରକାର ସର୍‌ଡେଗା-ଭାଲୁମୁଣ୍ଡା ରେଳ ଲାଇନ ସଂଯୋଗୀକରଣ ପ୍ରକଳ୍ପକୁ ଅନୁମୋଦନ ଦେବା...

ପିଏନ୍‌ବି ପକ୍ଷରୁ ପିଏମ୍‌ ଇ-ବିଶ୍ୱକର୍ମା ପ୍ରୋଗ୍ରାମ

ଭୁବନେଶ୍ୱର,୨୧।୯: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ(ପିଏନ୍‌ବି)ର ବହୁ ପ୍ରତୀକ୍ଷିତ କାର୍ଯ୍ୟକ୍ରମ ‘ପ୍ରଧାନମନ୍ତ୍ରୀ ବା ପିଏମ୍‌ ଇ-ବିଶ୍ୱକର୍ମା ଯୋଜନା’ ନିକଟରେ ଶୁଭାରମ୍ଭ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ପିଏନ୍‌ବି ଭୁବନେଶ୍ୱର...

ଟିପିସିଓଡିଏଲ୍‌ ଏପିଏସ୍‌ସିସିର ଶୁଭାରମ୍ଭ

ଭୁବନେଶ୍ୱର,୨୧।୯: ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିସିଓଡିଏଲ୍‌) ପକ୍ଷରୁ କଟକ ସହରାଞ୍ଚଳରେ ଏକ ୨୪ ଘଣ୍ଟିଆ ସ୍କାଡ଼ା ଏନାବଲ୍ଡ ସର୍କଲ ୟୁନିଟ୍‌ ପଏଣ୍ଟ ବା...

ୟୁବିଆଇର ନୂତନ ଶାଖା ଉଦ୍‌ଘାଟିତ

ଭୁବନେଶ୍ୱର,୨୧।୯ (ଅଭୟ ଦାଶ): ୟୁନିୟନ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ୟୁବିଆଇ)ର ନୂତନ ଶାଖା ‘ନିଶ୍ଚିନ୍ତକୋଇଲ ଶାଖା’ ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରରେ ମାହାଙ୍ଗା ବିଧାୟକ...

ଶେୟାର ବଜାରରେ ନୂଆ ରେକର୍ଡ: ପ୍ରଥମଥର ୮୪ ହଜାର ପଏଣ୍ଟ ପାର୍‌ କଲା ସେନସେକ୍ସ

ନୂଆଦିଲ୍ଲୀ,୨୦।୯: କ୍ରମାଗତ ଦ୍ୱିତୀୟ ଦିନ ପାଇଁ ଘରୋଇ ଷ୍ଟକ ମାର୍କେଟ ନୂତନ ସର୍ବକାଳୀନ ରେକର୍ଡ ସୃଷ୍ଟି କରିଛି। ବ୍ୟବସାୟରେ ଧୀର ଆରମ୍ଭ ହେବା ପରେ, ଅଳ୍ପ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri