୫ଜି କଭରେଜ୍‌ରେ ଜିଓ ଶ୍ରେଷ୍ଠ

ଭୁବନେଶ୍ୱର,୧୯ା୧୦(ଅନୁରାଧା ମହାରଣା):୫ଜି କଭରେଜ୍‌ ଉପଲବ୍ଧତା ଏବଂ ଡାଉନଲୋଡ୍‌ ସ୍ପିଡ୍‌ ଅନୁଭୂତି ପ୍ରଦାନ କରିବାରେ ରିଲାଏନ୍ସ ଜିଓ ସର୍ବାଗ୍ରେ ରହିଛି। ବିଶ୍ୱର ଅନ୍ୟତମ ପ୍ରମୁଖ ମାନକ ବିଶ୍ଳେଷଣ ସଂସ୍ଥା ଓପନ ସିଗ୍‌ନାଲ ପକ୍ଷରୁ ପ୍ରକାଶିତ ମୋବାଇଲ ନେଟ୍‌ୱର୍କ ଅନୁଭୂତି ରିପୋର୍ଟରୁ ଏହା ଜଣାପଡିଛି । ଏହି ରିପୋର୍ଟରେ ଉଲ୍ଲେଖ ରହିଥିବା ତଥ୍ୟ ଅନୁଯାୟୀ ଓ ୫ଜି ଉପଲବ୍ଧତା ସମୟ ସ୍କୋରରେ ଜିଓ ୫୭.୬% ସ୍କୋର ସହିତ ସର୍ବାଗ୍ରେ ରହିଥିବା ବେଳେ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଏୟାରଟେଲ ମାତ୍ର ୨୨% ସ୍କୋର ସହିତ ଦ୍ୱିତୀୟ ସ୍ଥାନରେ ରହିଛି ୫ଜି ନେଟ୍‌ୱର୍କର ବ୍ୟାପକ ଉପଲବ୍ଧତା କାରଣରୁ ଜିଓ ୫ଜି ଉପଭୋକ୍ତା ୫ଜିରେ ସଂଯୁକ୍ତ ସମୟର ପ୍ରାୟ ଦୁଇ ତୃତୀୟାଂଶ ସମୟ ଅତିବାହିତ କରୁଥିବା ବେଳେ, ଏୟାରଟେଲ ବ୍ୟବହାରକାରୀମାନେ ୫ଜି କଭରେଜ୍‌ ହେତୁ ୫ଜି ସମୟର କେବଳ ଏକ ଚତୁର୍ଥାଂଶ ସମୟ ଅତିବାହିତ କରୁଥିବା ଏହି ରିପୋର୍ଟରେ ଦର୍ଶାଯାଇଛି । ସେହିଭଳି ସାମଗ୍ରିକ ଡାଉନ୍‌ଲୋଡ ସ୍ପିଡ୍‌ ଅଭିଜ୍ଞତା କ୍ଷେତ୍ରରେ ଜିଓର ପ୍ରଦର୍ଶନ ମଧ୍ୟ ଉତ୍କୃଷ୍ଟ ରହିଥିବା ଏହି ରିପୋର୍ଟରେ ଉଲ୍ଲେଖ କରାଯାଇଛି। ଜିଓ ଉପଭୋକ୍ତାଙ୍କ ହାରାହାରି ଡାଉନଲୋଡ୍‌ ସ୍ପିଡ୍‌ ପ୍ରାୟ ୬୨ ଏମ୍‌ବିପିଏସ୍‌ ରହିଥିବା ବେଳେ ଏୟାରଟେଲ କ୍ଷେତ୍ରରେ ଏହା ୪୪.୭ ଏମ୍‌ବିପିଏସ୍‌, ଭୋଡାଫୋନ ଆଇଡିଆ କ୍ଷେତ୍ରରେ ୧୫.୨ ଏମ୍‌ବିପିଏସ୍‌ ଏବଂ ବିଏସ୍‌ଏନ୍‌ଏଲ୍‌ କ୍ଷେତ୍ରରେ ୩.୫ ଏମ୍‌ବିପିଏସ୍‌ ରହିଥିଲା । ସୂଚନାଯୋଗ୍ୟ, ଇଣ୍ଟରନେଟ୍‌ ସର୍ଫିଂ, ବଡ଼ ଫାଇଲ ଡାଉନ୍‌ଲୋଡ୍‌ କରିବା, ଭିଡିଓ ଦେଖିବା ଏବଂ ସଙ୍ଗୀତ ଶୁଣିବା ପାଇଁ ଡାଉନ୍‌ଲୋଡ୍‌ ସ୍ପିଡ୍‌ ଗୁରୁତ୍ୱପୂର୍ଣ୍ଣ। ସାମଗ୍ରିକ କଭରେଜ ଅଭିଜ୍ଞତା ବର୍ଗରେ ମଧ୍ୟ ରିଲାଏନ୍ସ ଜିଓ ସର୍ବାଧିକ ୯୯.୩% ସହିତ ଆଗରେ ରହିଛି । ଜାତୀୟ ସ୍ତରରେ ମଧ୍ୟ ଜିଓ ୫ଜି ଉପଲବ୍ଧତା ବର୍ଗରେ ବେଶ୍‌ ଆଗରେ ରହିଛି । ଜିଓ ବ୍ୟବହାରକାରୀମାନେ ସେମାନଙ୍କର ଦୁଇ ତୃତୀୟାଂଶ ସମୟ ୫ଜି ସହିତ ସଂଯୁକ୍ତ ବୋଲି ଓପନ ସିଗ୍‌ନାଲ ରିପୋର୍ଟରେ କହିଛି। ଜିଓ ନେଟ୍‌ୱର୍କରେ ୫ଜି ଉପଭୋକ୍ତା ୬୬.୭% ସମୟ ସଂଯୁକ୍ତ ରହିଛନ୍ତି, ଯାହା ଏୟାରଟେଲ ତୁଳନାରେ ୩ ଗୁଣା ଅଧିକ। ସେହିପରି ଜିଓ ବ୍ୟବହାରକାରୀଙ୍କର ସର୍ବାଧିକ ସ୍ଥିର ଅଭିଜ୍ଞତା ରହିଛି କାରଣ ଜିଓ ସର୍ବାଧିକ ୬୬.୫% ସ୍କୋର ସହିତ ସ୍ଥିର ଗୁଣବତ୍ତା ବଜାୟ ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀମନ୍ଦିର ସେବାୟତଙ୍କୁ ଆକ୍ରମଣ ଘଟଣା: ପନ୍ତିବଡ଼ୁ ସେବକ ନିଲମ୍ବିତ

ପୁରୀ,୧୯।୧୦: ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ତଥା ସିନିଅର ସୁପରଭାଇଜର ବକ୍ସି ରାମଚନ୍ଦ୍ର ପ୍ରତିହାରୀଙ୍କୁ ଆକ୍ରମଣ ଘଟଣାରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ଶ୍ରୀମନ୍ଦିର ପ୍ରଶାସନ। ଏହି...

ଟ୍ରେନ୍‌ରେ ବାଣ ପରିବହନ କଲେ ଜେଲ

ଭୁବନେଶ୍ୱର,୧୯ା୧୦(ଅନୁରାଧା ମହାରଣା):ଦୀପାବଳି ପାଖେଇ ଆସୁଥିବାରୁ ବାଣଜନିତ ସମ୍ଭାବ୍ୟା ବିପଦକୁ ଏଡାଇବା ଲାଗି ପୂର୍ବତଟ ରେଳପଥ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଇଛି। ଟ୍ରେନରେ ବାଣ ଓ ଅନ୍ୟାନ୍ୟ...

ଏଯାଏ ପିଲାଙ୍କୁ ମିଳିଲାନି ୟୁନିଫର୍ମ, ଜୋତା: ଆନ୍ଦୋଳନ ଚେତାବନୀ ଦେଲା ଅଭିଭାବକ ସଂଘ

ଭୁବନେଶ୍ୱର,୧୯ା୧୦(ଶର୍ମିଷ୍ଠା ପାଣିଗ୍ରାହୀ):ଶିକ୍ଷାବର୍ଷ ଅଧା ହେଲାଣି। ହେଲେ ଏଯାଏ ପିଲାଙ୍କୁ ମିଳିଲା ନାହିଁ ସ୍କୁଲ ୟୁନିଫର୍ମ ଓ ଜୋତା। ଏହାକୁ ନେଇ ସାରା ରାଜ୍ୟରେ ତୀବ୍ର ଅସନ୍ତୋଷ...

ବିବାହ କରିବାକୁ ମନା କରିବାରୁ ପ୍ରେମିକାଙ୍କୁ ଅପହରଣ କରିନେଲେ ପ୍ରେମିକ: ଆଉ ତା’ପରେ ଘଟିଲା…

ଭୁବନେଶ୍ୱର,୧୯ା୧୦ (ସୂର୍ଯ୍ୟକାନ୍ତ ବେହେରା):ବିବାହ କରିବାକୁ ମନା କରିବାରୁ ଜଣେ ଯୁବତୀଙ୍କୁ ଅପହରଣ କରି ମାଡ ମାରିବା ଅଭିଯୋଗରେ ଖାରବେଳନଗର ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ...

ବିଜେଡି ଛାଡ଼ି ଏମିତି କହିଲେ ବିଜୟଲକ୍ଷ୍ମୀ

ଭୁବନେଶ୍ୱର,୧୮।୧୦: ବିଜେଡିକୁ ପୁଣି ଝଟ୍‌କା ଲାଗିଛି । ଜଣଙ୍କ ପରେ ଜଣେ ଦଳ ଛାଡ଼ୁଥିବା ବେଳେ ଶୁକ୍ରବାର  ବିଜେଡିରୁ ଇସ୍ତଫା ଦେଇଛନ୍ତି ବିଜୟଲକ୍ଷ୍ମୀ ମହାପାତ୍ର।ଭୁବନେଶ୍ବର ମହିଳା...

ବିବାହ କରିବାକୁ ମନା କରିବାରୁ ଯୁବତୀଙ୍କୁ ଅପହରଣ କରି ମାଡ ମାରିଲେ ଯୁବକ

ଭୁବନେଶ୍ୱର,୧୮ା୧୦(ସୂର୍ଯ୍ୟକାନ୍ତ ବେହେରା) – ବିବାହ କରିବାକୁ ମନା କରିବାରୁ ଜଣେ ଯୁବତୀଙ୍କୁ ଅପହରଣ କରି ମାଡ ମାରିବା ଅଭିଯୋଗରେ ଖାରବେଳନଗର ଥାନା ପୋଲିସ ଜଣେ ଯୁବକଙ୍କୁ...

କେବେ ଘୋଷଣା ହେବ ନୂଆ ପିସିସି ସଭାପତିଙ୍କ ନାଁ ?

  ଭୁବନେଶ୍ୱର, ୧୮।୧୦(ସୁନିତ୍‌ ମିଶ୍ର): ଓଡ଼ିଶାର ପିସିସି(ପ୍ରଦେଶ କଂଗ୍ରେସ କମିଟି) ସଭାପତି ଚୟନ ପ୍ରକ୍ରିୟା ଖୁବ୍‌ଶୀଘ୍ର ଶେଷ ହେବ। ୨ ଜଣ ବରିଷ୍ଠ ନେତାଙ୍କୁ ଏନେଇ...

ଭଡାଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ: ଜଣେ ଅଟକ, ରହସ୍ୟ ଘେରରେ….

ଭବାନୀପାଟଣା,୧୮।୧୦ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ବାହାଦୁର ବଗିଚା ପଡାର ଏକ ଭଡ଼ା ଘରୁ ଶୁକ୍ରବାର ସକାଳରେ ଜଣେ ଯୁବତୀଙ୍କ ଝୁଲନ୍ତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri