ଖୋଲୁନିି ଜେଏମ୍‌ଏଫସି କୋର୍ଟ

ଖଇରା,୧୩।୩(ଡି.ଏନ.ଏ.)- ବାଲେଶ୍ୱର ଜିଲା ଖଇରା ବ୍ଲକରେ ଜେଏମଏଫସି କୋର୍ଟ ଖୋଲାଯିବା ନେଇ ଘୋଷଣାର ୨୦ ମାସ ବିତି ଯାଇଥିଲେ ହେଁ ଏ ପର୍ଯ୍ୟନ୍ତ ଅସ୍ଥାୟୀ କୋର୍ଟ ଚାଲି ପାରିଲାନ। ପରିତ୍ୟକ୍ତ ଅବସ୍ଥାରେ ଥିବା ପୁରୁଣା ବାଳିକା ବିଦ୍ୟାଳୟକୁ ମରାମତି କରି ଚଲାଇବାକୁ ହୋଇଥିବା ନିଷ୍ପତ୍ତି ଏ ପର୍ଯ୍ୟନ୍ତ କାର୍ଯ୍ୟକ୍ଷମ ହୋଇ ପାରିଲାନି। କୋର୍ଟ ଖୋଲାଯିବା କାର୍ଯ୍ୟକୁ ତ୍ୱରାନ୍ନିତ କରିବାକୁ ସ୍ଥାନୀୟ ବୁଦ୍ଧିଜୀବୀ ଶିକ୍ଷାବିତ ତଥା ଜନଜାଗରଣ ମଞ୍ଚର ସଦସ୍ୟମାନେ ଶନିବାର ଜିଲା ଦୌରାଜଜ ଭଗବାନ ପ୍ରଧାନଙ୍କୁ ତାଙ୍କ ପ୍ରକୋଷ୍ଠରେ ଭେଟି ଏକ ସ୍ମାରକପତ୍ର ପ୍ରଦାନ କରିଛନ୍ତି।
୨୦୨୦ ଅଗଷ୍ଟ ୭ରେ ଖଇରାଠାରେ ଜେଏମ୍‌ଏଫ୍‌ସି କୋର୍ଟ ଖୋଲିବା ପାଇଁ ଘୋଷଣା କରାଯାଇଥିଲା। ଏଥି ନିମିତ୍ତ ସ୍ଥାନ ଅନୁଧ୍ୟାନ ପାଇଁ ୨୦୨୧ ଫେବୃଆରୀ ୧୩ ରେ ଜିଲା ବିଚାର ବିଭାଗୀୟ ମୁଖ୍ୟ ହିରଣ୍ମୟ ବିଶୋଇଙ୍କ ନେତୃତ୍ୱରେ ଏକ ଟିମ୍‌ ଖଇରା ଗସ୍ତରେ ଆସିଥିଲେ। ସ୍ଥାୟୀ କୋର୍ଟ ନିର୍ମାଣ ହେବା ପର୍ଯ୍ୟନ୍ତ ପରିତ୍ୟକ୍ତ ଅବସ୍ଥାରେ ଥିବା ପୁରୁଣା ବାଳିକା ବିଦ୍ୟାଳୟରେ ଆନୁସଙ୍ଗିକ ବ୍ୟବସ୍ଥା କରି ଅସ୍ଥାୟୀ ଭାବେ ଚଲାଇବା ପାଇଁ ରାଜସ୍ବ ବିଭାଗ ଓ ଗ୍ରାମ୍ୟ ଉନ୍ନୟନ ବିଭାଗକୁ ଦାୟିତ୍ୱ ଅର୍ପଣ କରିଥିଲେ। ହେଲେ ଏପର୍ଯ୍ୟନ୍ତ କୋର୍ଟ ସ୍ଥାପନା ନେଇ କୌଣସୀ କାର୍ଯ୍ୟ ଆରମ୍ଭ ନ ହେବା ସହ କୋର୍ଟ ଖୋଲା କାର୍ଯ୍ୟକୁ ତ୍ୱରାନ୍ନିତ କରାଯିବାକୁ ସ୍ଥାନୀୟ ଜନଜାଗରଣ ମଞ୍ଚର ସଭାପତି ଉମେଶ ଚନ୍ଦ୍ର ନାୟକ, ସମ୍ପାଦକ ନିରଞ୍ଜନ ବେହେରା, ବୁଦ୍ଧିରାମ ପାଣିଗ୍ରାହୀ, ଅଭିରାମ ମହାପାତ୍ର, ଅରୁଣ କୁମାର ଦାସ, ବରିଷ୍ଠ ଆଇନଜୀବୀ ଭରତ ଚନ୍ଦ୍ର ପଣ୍ଡା ପ୍ରମୁଖଙ୍କ ପକ୍ଷରୁ ଏହି ଦାବୀ ପତ୍ର ପ୍ରଦାନ କରାଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ଚରମ ନିଷ୍ପତ୍ତି : ଜାଗା ପାଇଁ ଦେହରେ ପେଟ୍ରୋଲ ଢାଳି ନିଜୁକ ଜାଳିଲେ

ନୀଳଗିରି,୨୨।୯(ପ୍ରଶାନ୍ତ କୁମାର ବିଶ୍ବାଳ): ଜିଲାପରିଷଦ ପାଣ୍ଠିରୁ ଗାଁ ଲୋକେ ନିର୍ମାଣ କରୁଥିଲେ କଂକ୍ରିଟ ରାସ୍ତା। ହେଲେ ଏହି ରାସ୍ତାକୁ ନିଜ ଜାଗା କହି ରାସ୍ତା ନିର୍ମାଣକୁ...

ଅଙ୍ଗନଓ୍ବାଡି କର୍ମୀଙ୍କୁ ଗଛରେ ବାନ୍ଧି ମାଡ଼ ମାରିବା ଘଟଣା: କର୍ମୀଙ୍କ ସହ କଥା ହୋଇ ଉପମୁଖ୍ୟମନ୍ତ୍ରୀ କହିଲେ…

ବାଲେଶ୍ୱର,୨୨ା୯(ବାଞ୍ଛାନିଧି ଦେ): ବାଲେଶ୍ବର ଜିଲା ସିଂଲା ଥାନା ବାଲିଆପାଳ ବ୍ଲକ ଅନ୍ତର୍ଗତ ମହାପଦା ଅଙ୍ଗନଓ୍ବାଡ଼ି କେନ୍ଦ୍ର କର୍ମୀ ଉର୍ମିଳା ସାମଲଙ୍କୁ ଗଛରେ ବାନ୍ଧି ନିସ୍ତୁକ ମାଡ଼...

ମତ୍ସ୍ୟଜୀବୀଙ୍କ ଜାଲରେ ପଡ଼ିଲା ଅଦ୍ଭୁତ ମାଛ, ଦେଖିବାକୁ ଲୋକଙ୍କ ପ୍ରବଳ ଭିଡ଼, କେଜି ଏତିକି ଟଙ୍କାରେ ହେଲା ବିକ୍ରି

ଭୋଗରାଇ,୨୨ା୯(ପ୍ରଦୀପ ଦାସ): ଓଡ଼ିଶା ସୀମାନ୍ତ ପଶ୍ଚିମବଙ୍ଗ ରାଜ୍ୟ ଦୀଘା ମୁହାଣରେ ବଙ୍ଗୀୟ ମତ୍ସ୍ୟଜୀବୀଙ୍କ ଜାଲରେ ଧରାପଡ଼ିଛନ୍ତି ଲକ୍ଷାଧିକ ଟଙ୍କାର ତେଲିଆ ଶିଳା ମାଛ। ଦୀଘା ମୁହାଣକୁ...

ଥମୁନି ମହିଳାଙ୍କ ଉପରେ ଅତ୍ୟାଚାର, ଅଙ୍ଗନୱାଡି କେନ୍ଦ୍ରରେ କଙ୍ଗାରୁ କୋର୍ଟ

ବାଲେଶ୍ୱର,୨୨ା୯(ବାଞ୍ଛାନିଧି ଦେ): ଅଙ୍ଗନୱାଡ଼ି କେନ୍ଦ୍ରରେ ପଶି କଙ୍ଗାରୁ କୋର୍ଟ କରି କର୍ମୀଙ୍କୁ ଗଛରେ ବାନ୍ଧି ନିସ୍ତୁକ ମାଡ଼ ମାରିବା ଘଟଣା ସାଧାରଣରେ ଆଲୋଡ଼ନ ସୃଷ୍ଟି କରିଛି।...

ସୁବର୍ଣ୍ଣରେଖା ବନ୍ୟାକୁ ୭ ଦିନ, ଭୋକ ଉପାସରେ…

ଭୋଗରାଇ, ୨୧ା୯(ପ୍ରଦୀପ ଦାସ): ସୁବର୍ଣ୍ଣରେଖା ବନ୍ୟାକୁ ୭ଦିନ ପୂରିଛି। ହେଲେ ଅଦ୍ୟାବଧି ଭୋଗରାଇ ବ୍ଲକର ବନ୍ୟା ସ୍ଥିତିରେ ସୁଧାର ଆସିନାହିଁ। ଭୋଗରାଇର ୨୧ ପଞ୍ଚାୟତର ଶତାଧିକ...

ଘରୁ ମିଳିଥିଲା ନଗଦ ୪୫ ଲକ୍ଷ ଟଙ୍କା, କୋଟିଏ ଟଙ୍କାର ବ୍ୟାଙ୍କ ଡିପୋଜିଟ୍: ବନ୍ଧାହେଲେ କୁବେର ଯନ୍ତ୍ରୀ

ବାଲେଶ୍ୱର,୨୧।୯: ବାଲେଶ୍ୱର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀଙ୍କ ଏନ୍‌ଭି ହରିହର ରାଓଙ୍କୁ ବାନ୍ଧିଲା ପୋଲିସ। ଆୟ ବର୍ହିଭୂତ ସଂପତ୍ତି ଠୁଳ ମାମଲାରେ ତାଙ୍କଚ ଭିଜିଲାନ୍ସ...

ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବାଲେଶ୍ୱର,୨୦ା୯(ବାଞ୍ଛାନିଧି ଦେ): ବାଲେଶ୍ୱର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ ଚାଲିଛି। ଯନ୍ତ୍ରୀ ଏନ୍‌.ଭି ହରିହର ରାଓଙ୍କ...

ସୁବର୍ଣ୍ଣରେଖାରେ ବନ୍ୟା

ଭୋଗରାଇ(ପ୍ରଦୀପ ଦାସ)/ ବାଲିଆପାଳ (ଗୋପାଳ ଚନ୍ଦ୍ର ସାହୁ)/କାଳିପଦା(ରାଜଶ୍ରୀ ପାଣିଗ୍ରାହୀ)/ଜଳେଶ୍ୱର (ରବିନାରାୟଣ ପାତ୍ର), ୧୮।୯: ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ସୁବର୍ଣ୍ଣରେଖାର ନିମ୍ନ ଅବବାହିକରେ ପ୍ରଥମ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri