ଜୁଏଲ ଓରାମ, ଅଶ୍ୱିନୀ ବୈଷ୍ଣବଙ୍କୁ ଆସିଲା ଫୋନ, ମିଳିବ ଏହି ମନ୍ତ୍ରୀପଦ!

ଭୁବନେଶ୍ୱର,୯।୬: ଆଜିଠୁ ମୋଦିଙ୍କ ତୃତୀୟ ଇନିଂସ। କ୍ରମାଗତ ତୃତୀୟ ଥର ପାଇଁ ନରେନ୍ଦ୍ର ମୋଦି ଦେଶର ପ୍ରଧାନମନ୍ତ୍ରୀ ହେବାକୁ ଯାଉଛନ୍ତି। ସେ ଆଜି ସନ୍ଧ୍ୟାରେ ରାଷ୍ଟ୍ରପତି ଭବନରେ ଶପଥ ଗ୍ରହଣ କରିବେ। ଏହା ପୂର୍ବରୁ ମୋଦି କ୍ୟାବିନେଟରେ କାହାକୁ ସ୍ଥାନ ମିଳିବ ସେନେଇ କଳ୍ପନାଜଳ୍ପନା ଜାରି ରହିଥିବା ବେଳେ ଆଜି ଅନେକ ମନ୍ତ୍ରୀମାନଙ୍କୁ ଫୋନ୍‌ ଆସିବା ଆରମ୍ଭ ହୋଇଛି। ଯାହାଙ୍କୁ କେନ୍ଦ୍ର କ୍ୟାବିନେଟରେ ଗୁରୁତ୍ୱପୂର୍ଣ୍ଣ ମନ୍ତ୍ରୀପଦ ମିଳିପାରେ। ତେବେ ଜୁଏଲ ଓରାମ, ଅଶ୍ୱିନୀ ବୈଷ୍ଣବଙ୍କୁ ଫୋନ ଆସିଥିବା ସୂଚନା ମିଳିଛି।
ଫୋନ କଲ ପରେ ଜୁଏଲ ମୋଦିଙ୍କ ସରକାରୀ ବାସଭବନକୁ ବାହାରିଛନ୍ତି। ପୂର୍ବାହ୍ନ ସାଢ଼େ ୧୧ଟାରେ ନୂଆ ମନ୍ତ୍ରୀମାନଙ୍କୁ ମୋଦି ଭେଟିବେ। ଅନ୍ୟପଟେ, ସୁରେଜ ପୂଜାରୀ ମଧ୍ୟ ଦିଲ୍ଲୀରେ ପହଞ୍ଚିସାରିଥିବା କୁହାଯାଉଛି। ଏପରିକି ତାଙ୍କୁ ବଡ଼ ଦାୟିତ୍ୱ ମଧ୍ୟ ମିଳିପାରେ ବୋଲି କୁହାଯାଇଛି।

ମିଳିଥିବା ସୂଚନାନୁଯାୟୀ, ଟିଡିପି, ଏଲଜେପି (ଆର) ଏବଂ ଜେଡିୟୁ ଭଳି ଦଳର ଏମ୍‌ପିମାନେ କଲ ପାଇଛନ୍ତି। ମନ୍ତ୍ରୀ ହେବା ପାଇଁ ଟିଡିପି ଏମ୍‌ପି ଚନ୍ଦ୍ରଶେଖର ପେମାସାନି ଏବଂ କିଞ୍ଜରାପୁ ରାମ ମୋହନ ନାଇଡୁଙ୍କୁ ଫୋନ୍‌ ଯାଇଛି। ଏହା ବ୍ୟତୀତ ଜେଡିଏର ରାଜ୍ୟ ସଭା ଏମ୍‌ପି ରାମ ନାଥ ଠାକୁର, ଚିରାଗ ପାସଓ୍ବାନ, ସର୍ବାନନ୍ଦ ସୋନୋଓ୍ବାଲ, ଅର୍ଜୁନ୍‌ ରାମ ମେଘଓ୍ବାଲ, ନୀତୀନ ଗଡ଼କରୀ, ଏଚ୍‌ଡି କୁମାରସ୍ବାମୀ, ଜୟନ୍ତ ଚୌଧୁରୀ, ଶିବରାଜ ଚୌହାନ, ସର୍ବାନନ୍ଦ ସୋନୱାଲ, ବାସଭରାଜ ବୋମ୍ମାଇଙ୍କୁ ମଧ୍ୟ ମନ୍ତ୍ରୀ ପଦ ପାଇଁ ଫୋନ୍‌ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri