ଜୁଏଲ ଓରାମଙ୍କ ସ୍ତ୍ରୀଙ୍କୁ ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ, କହିଲେ ଏହା ଆମ ପାଇଁ …

ଭୁବନେଶ୍ୱର,୧୮ା୮: କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମଙ୍କ ସ୍ତ୍ରୀଙ୍କ ଦେହାନ୍ତ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କୁ  ଶେଷ ଦର୍ଶନ କରିଛନ୍ତି। ତାଙ୍କ ସହିତ ମନ୍ତ୍ରିମଣ୍ଡଳ ସଦସ୍ୟ ଓ ଅନ୍ୟ ବ୍ୟକ୍ତି ବିଶେଷ ମଧ୍ୟ ଶେଷ ଦର୍ଶନ କରିଛନ୍ତି।
ଏ ନେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ସେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ଚିକିତ୍ସାରେ କୌଣସି ତ୍ରୁଟି ନ ଥିଲା। ହଠାତ୍‌ ଏଭଳି ଘଟିଗଲା।  ଏହା ସମସ୍ତଙ୍କ ପାଇଁ ଦୁଖଃଦ ଘଟଣା, ଏହା ଜୁଏଲଙ୍କ ପରିବାର ସହ ଆମ ସମସ୍ତଙ୍କ ପାଇଁ ବହୁତ ବଡ଼ କ୍ଷତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ସୂଚନାଯୋଗ୍ୟ, କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମଙ୍କ ସ୍ତ୍ରୀ ଝିଙ୍ଗିଆ ଓରାମଙ୍କ ପରଲୋକ ଘଟିଛି। ଭୁବନେଶ୍ୱରସ୍ଥିତ ଏକ ଘରୋଇ ମେଡିକାଲରେ ଶନିବାର ରାତିରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୫୮ ବର୍ଷ ବୟସ ହୋଇଥିଲା। ଡେଙ୍ଗୁ ରୋଗରେ ଆକ୍ରାନ୍ତ ହୋଇ ସେ ୯ ଦିନ ଧରି ମେଡିକାଲରେ ଚିକିତ୍ସିତ ହେଉଥିଲେ। ତାଙ୍କ ବିୟୋଗରେ ରାଜନୈତିକ ବ୍ୟକ୍ତିବିଶେଷମାନେ ଶୋକ ପ୍ରକାଶ କରିବା ସହ ଜୁଏଲଙ୍କୁ ଭେଟି ସମବେଦନା ଜଣାଇଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିକୁ ଝଟ୍‌କା ପରେ ଝଟ୍‌କ: ଗାଦିଚ୍ୟୁତ ହେଲେ… 

ଭୁବନେଶ୍ୱର,୨୫।୧୦: ବିଜେଡିକୁ ଝଟ୍‌କା ପରେ ଝଟ୍‌କା। ଚଳିତ ନିର୍ବାଚନ  ହାରିବା ପରେ ବିଜେଡିକୁ ଗୋଟିଏ ପରେ ଗୋଟିଏ ଝଟକା ଲାଗି ଚାଲିଛି । ଦଳର ବରିଷ୍ଠ...

ଶନିବାର, ରବିବାର ସରକାରୀ ଛୁଟି ବାତିଲ, ଜାଣନ୍ତୁ କାହିଁକି…

ଭୁବନେଶ୍ୱର,୨୫ା୧୦(ଅନିଲ ଦାସ): ବାତ୍ୟା ‘ଦାନା’ ଯୋଗୁ କ୍ଷତିଗ୍ରସ୍ତ ଅଞ୍ଚଳରେ ରିଲିଫ ଓ ପୁନରୁଦ୍ଧାର କାର୍ଯ୍ୟକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଶନିବାର ଓ ରବିବାର ୨ଦିନ...

୨୦ ଟଙ୍କାରେ ଦହିବରା ଖାଇଦେବାରୁ ଝିଅକୁ ପିଟିପିଟି ମାରିଦେଲା ମାଆ

ଫତେଗଡ,୨୫।୧୦: ୨୦ ଟଙ୍କାରେ ଦହିବରା ଖାଇଦେବାରୁ ଝିଅକୁ ପିଟିପିଟି ମାରିଦେଲା ମାଆ। ଏପରି ବୀଭତ୍ସ ହତ୍ୟାକାଣ୍ଡ ନୟାଗଡ ଜିଲା ଫତେଗଡ ଥାନା ଅଞ୍ଚଳରେ ଘଟିଛି। ଏନେଇ...

ଅନାସ୍ଥା ପ୍ରସ୍ତାବରେ ପଦ ହରାଇଥିଲେ ଏନ୍‌ଏସି ଅଧ୍ୟକ୍ଷ: ହିମାଦ୍ରୀଙ୍କୁ ମିଳିଲା ନୂଆ ଦାୟିତ୍ୱ

ଭବାନୀପାଟଣା,୨୫।୧୦ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଏନଏସି ଅଧ୍ୟକ୍ଷ ମୁକେଶ ଅଗ୍ରୱାଲ ଅନାସ୍ଥା ପ୍ରସ୍ତାବରେ ନିଜ ପଦ ହରାଇଥିବା ନେଇଁ ଗୁରୁବାର ଗୃହ...

ମୁଖ୍ୟମନ୍ତ୍ରୀଙ୍କ ହୃଦୟ ଜିଣିଲେ ଆଶାକର୍ମୀ ଶିବାନୀ, ଟେଲିଫୋନ୍‌ କରି ଦେଲେ ଏଭଳି ପ୍ରତିଶ୍ରୁତି

ଭୁବନେଶ୍ୱର/ରାଜନଗର,୨୫।୧୦: ବାତ୍ୟା ‘ଦାନା’ ପାଇଁ ଭିନ୍ନକ୍ଷମ ମହିଳାଙ୍କୁ ପିଠିରେ ବୋହି ବାତ୍ୟା ଆଶ୍ରୟସ୍ଥଳକୁ ନେଇ ଚର୍ଚ୍ଚାରେ ଅଛନ୍ତି କେନ୍ଦ୍ରାପଡ଼ା ରାଜନଗର ଅଞ୍ଚଳର ଆଶାକର୍ମୀ ଶିବାନୀ ମଣ୍ଡଳ।...

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଆସନ୍ତାକାଲି ଏହି ୩ ଜିଲାରେ ସ୍କୁଲ-କଲେଜ ଛୁଟି

ଭୁବନେଶ୍ୱର,୨୫।୧୦: ମୋହନ ସରକାରଙ୍କ ବଡ଼ ଘୋଷଣା। ପ୍ରବଳ ବର୍ଷା ହେବାକୁ ଥିବାର ଏହି ୩ଟି ଜିଲାରେ ସ୍କୁଲ-କଲେଜ ଛୁଟି ଘୋଷଣା କରିଛନ୍ତି ସରକାର। ବାତ୍ୟା ଦାନା...

ପ୍ରବଳ ବର୍ଷା ଆଲର୍ଟ, ସବୁ ସ୍କୁଲ ଛୁଟି

ଭଦ୍ରକ,୨୫।୧୦: ବାତ୍ୟା ପରେ ଉପକୂଳ ଜିଲାରେ ଜାରି ରହିଛି ପ୍ରବଳ ବର୍ଷା। ବାତ୍ୟା ପରେ ତୁହାକୁ ତୁହା ବର୍ଷାରେ ବେହାଲ ହେଳାଣି ଉପକୂଳିଆ ଜିଲା। ପାଣିପାଗ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri