Posted inଜାତୀୟ

ରାଜ୍ୟ ସଭାରେ ଜେପି ନଡ୍ଡାଙ୍କୁ ମିଳିଲା ଗୁରୁ ଦାୟିତ୍ୱ

ନୂଆଦିଲ୍ଲୀ,୨୪।୬: ଚଳିତ ବର୍ଷ ଲୋକ ସଭା ନିର୍ବାଚନେି ବିଜୟୀ ହୋଇଥିବା ଏମପିମାନେ ସୋମବାର ୧୮ତମ ଲୋକ ସଭାର ପ୍ରଥମ ସଂସଦ ଅଧିବେଶନରେ ଶପଥ ଗ୍ରହଣ କରିଥିଲେ। ଏଥିରେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କୁ ଏକ ବଡ ଦାୟିତ୍ୱ ଦିଆଯାଇଛି। ଭାଜପା ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡାଙ୍କୁ ରାଜ୍ୟସଭାରେ ଗୃହର ନେତା କରାଯାଇଛି।

ଏଥି ସହିତ, ୧୮ତମ ଲୋକ ସଭାର ପ୍ରଥମ ଅଧିବେଶନର ପ୍ରଥମ ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ତାଙ୍କ ମନ୍ତ୍ରୀ ପରିଷଦର ସଦସ୍ୟ ତଥା ଅନ୍ୟାନ୍ୟ ନୂତନ ନିର୍ବାଚିତ ସଦସ୍ୟମାନେ ଗୃହର ସଦସ୍ୟ ଭାବରେ ଶପଥ ଗ୍ରହଣ କରିଥିଲେ। କାର୍ଯ୍ୟନିର୍ବାହୀ ବାଚସ୍ପତି (ପ୍ରୋଟେମ ସ୍ପିକର) ଭର୍ତ୍ତୃହରୀ ମହତାବ ଗୃହର ପ୍ରକ୍ରିୟା ଆରମ୍ଭ କରି ସଦସ୍ୟମାନଙ୍କୁ ଶପଥ ପାଠ କରାଇଥିଲେ।

ନିକଟରେ ଶେଷ ହୋଇଥିବା ଲୋକ ସଭା ନିର୍ବାଚନ ପରେ ପ୍ରଧାନମନ୍ତ୍ରୀ ମୋଦି କ୍ରମାଗତ ତୃତୀୟ ଥର କ୍ଷମତାକୁ ଫେରିଛନ୍ତି। ଜୁନ ୯ ରେ ପ୍ରଧାନମନ୍ତ୍ରୀ ମୋଦି ଏବଂ ତାଙ୍କ ମନ୍ତ୍ରୀ ପରିଷଦ ଶପଥ ଗ୍ରହଣ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି ତୃତୀୟ ଥର ପାଇଁ ବାରାଣାସୀ ଲୋକ ସଭା ଆସନରୁ ନିର୍ବାଚିତ ହୋଇଛନ୍ତି। ପ୍ରକ୍ରିୟା ଆରମ୍ଭ ହେବା ମାତ୍ରେ ନରେନ୍ଦ୍ର ମୋଦି ଗୃହର ନେତା ହୋଇ ପ୍ରଥମେ ଶପଥ ଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହଠାତ୍‌ ନିଜ ସାଙ୍ଗକୁ ଭେଟିଲେ ରାହୁଲ ଗାନ୍ଧୀ, କାରଣ ଜାଣିଲେ…

ନୂଆଦିଲ୍ଲୀ,୨୦ା୯: କଂଗ୍ରେସ ନେତା ତଥା ଏମ୍‌ପି ରାହୁଲ ଗାନ୍ଧୀ ଶୁକ୍ରବାର ସକାଳେ ହରିୟାଣାର କର୍ଣ୍ଣଲ ଜିଲାରେ ପହଞ୍ଚିଛନ୍ତି। ସେ ଭୋର୍‌ ସମୟରେ ଘୋଗଦୀପୁର ଗ୍ରାମକୁ ଆସିଥିଲେ।...

ପଞ୍ଜୀକୃତ ଡାକ୍ତର ତାଲିକାରୁ ବାଦ୍‌ ପଡିଲେ ସନ୍ଦୀପ୍‌ ଘୋଷ

କୋଲକାତା,୧୯ା୯: ପଶ୍ଚିମବଙ୍ଗ ମେଡିକାଲ କାଉନ୍‌ସିଲ (ଡବ୍ଲ୍ୟୁବିଏମ୍‌ସି) ଗୁରୁବାର ଆର୍‌.ଜି. କର ମେଡିକାଲ କଲେଜର ପୂର୍ବତନ ପ୍ରିନ୍ସିପାଲ ସନ୍ଦୀପ୍‌ ଘୋଷଙ୍କ ପଞ୍ଜୀକରଣକୁ ବାତିଲ କରିଦେଇଛି। ପଞ୍ଜୀକୃତ ଡାକ୍ତର...

ଗୋଟିଏ ଦିନ ରାହୁଲ ଗାନ୍ଧୀ ହେବାକୁ ଚାହେଁ: କାହିଁକି ଏଭଳି କହିଲେ ବନସୁରୀ ସ୍ବରାଜ

ନୂଆଦିଲ୍ଲୀ,୧୯।୯: ଅରବିନ୍ଦ କେଜରିଓ୍ବାଲଙ୍କ ଇସ୍ତଫା ପରେ ଚର୍ଚ୍ଚାରେ ଦିଲ୍ଲୀ ରାଜନୀତି। ଅରବିନ୍ଦଙ୍କ ଇସ୍ତଫା ଏବଂ ଅତିଶୀ ଦିଲ୍ଲୀର ନୂଆମୁଖ୍ୟ ମନ୍ତ୍ରୀ ହେବାକୁ ନେଇ ସ୍ବର୍ଗତ ସୁଷମା...

ହେମନ୍ତ ସୋରେନଙ୍କ ସଙ୍ଗିନ ଅଭିଯୋଗ, କହିଲେ ସମସ୍ତ ପୂର୍ବତନ ମୁଖ୍ୟମନ୍ତ୍ରୀ ମିଶି ମୋତେ …

ରାଞ୍ଚି,୧୯।୯: ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଗୁରୁବାର ଭାଜପା ଏବଂ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି। ‘ଆପକି ସରକାର ଆପକେ ଦ୍ୱାର’ କାର୍ଯ୍ୟକ୍ରମ ଅନ୍ତର୍ଗତ ଗରୱା...

ସିଟ ଶେୟାରିଂକୁ ନେଇ କଂଗ୍ରେସ-ଶରଦ ପାଓ୍ବାରଙ୍କ ଟେନଶନ ବଢାଇଲେ ଉଦ୍ଧବ!

ମୁମ୍ବାଇ,୧୯।୯: ମହାରାଷ୍ଟ୍ରରେ ମହାବିିକାଶ ଆଘାଡି ମଧ୍ୟରେ ସିଟ ଶେୟାରିଂ ପ୍ରସଙ୍ଗ ଜଟିଳ ହେବାରେ ଲାଗିଛି। ଏମଭିଏର ସିଟ ଶେୟାରିଂ ଏତେ ସହଜରେ ଶେଷ ହେବା ପରି...

ହୋଇଗଲା ସ୍ପଷ୍ଟ… କ’ଣ ହେବ କେଜରିଓ୍ବାଲଙ୍କ ପରବର୍ତ୍ତି ପଦକ୍ଷେପ

ନୂଆଦିଲ୍ଲୀ,୧୯।୯: ଦିଲ୍ଲୀର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଅରବିନ୍ଦ କେଜରିିୱାଲ ପରବର୍ତ୍ତୀ ସମୟରେ କ’ଣ କରିବେ ତାହା ଉପରେ ସମସ୍ତଙ୍କ ନଜର ରହିଛି। ଘଟଣା...

ରିପୋର୍ଟରୁ ହେଲା ନିଶ୍ଚିତ: ତିରୁପତି ମନ୍ଦିର ପ୍ରାସାଦରେ ହେଉଛି ଗୋରୁ ମାଂସ, ମାଛ ତେଲ ବ୍ୟବହାରର

ତିରୁପତି,୧୯।୯: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁ ତିରୁପତି ମନ୍ଦିର ପ୍ରାସାଦରେ ଘିଅ ବଦଳରେ ପଶୁ ଚର୍ବି ମିଶ୍ରଣ କରିଥିବା ଅଭିଯୋଗ କରିଛନ୍ତି। ଏହା ପରେ ନମୁନା...

ଅଜିତ ଡୋଭାଲ ହାଜିର ହୋ…ଭାରତୀୟ ‘ଜେମ୍ସ ବଣ୍ଡ’ଙ୍କ ବିରୋଧରେ କେଉଁ କୋର୍ଟ ଜାରି କଲା ସମନ?

ନୂଆଦିଲ୍ଲୀ,୧୯।୯: ନ୍ୟୁୟର୍କର ଦକ୍ଷିଣ ଜିଲାର ଆମେରିକାର ଜିଲା କୋର୍ଟ ଭାରତ ସରକାରଙ୍କ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ, ପୂର୍ବତନ ର ମୁଖ୍ୟ ସାମନ୍ତ ଗୋୟଲଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri