ନୂଆଦିଲ୍ଲୀ,୨୬।୯: ଲୋକ ସଭା ନିର୍ବାଚନକୁ ନେଇ ସମସ୍ତ ରାଜନୈତିକ ଦଳ ଏବେଠାରୁ ପ୍ରସ୍ତୁତି ଆରମ୍ଭ କଲେଣି। ଗୋଟିଏ ପଟେ ଦେଶରେ କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନକୁ ନେଇ ରାଜନୈତିକ ମାହୋଲ ସରଗରମ ରହିଥିବା ବେଳେ ଏବେ ଭାଜପା ଅଧ୍ୟକ୍ଷଙ୍କୁ ନେଇ ଏକ ଚର୍ଚ୍ଚା ଆରମ୍ଭ ହୋଇଛି। ବର୍ତ୍ତମାନ ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡାଙ୍କ କାର୍ଯ୍ୟକାଳ ୨୦୨୩ ଜାନୁଆରୀ ୧୯କୁ ଶେଷ ହେବାକୁ ଯାଉଛି। ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ, ଲୋକ ସଭା ନିର୍ବାଚନକୁ ଦୃଷ୍ଟିରେ ଦେଖି ନଡ୍ଡାଙ୍କ କାର୍ଯ୍ୟକାଳକୁ ବୃଦ୍ଧି କରିବାକୁ ଦଳ ନିଷ୍ପତ୍ତି ନେଇଛି। ଆଗାମୀ ଲୋକ ସଭା ନିର୍ବାଚନ ପର୍ଯ୍ୟନ୍ତ ତାଙ୍କ କାର୍ଯ୍ୟକାଳ ଅବଧି ବୃଦ୍ଧି କରାଯିବା ସହ ତାଙ୍କ ସେବା ମଧ୍ୟ ବୃଦ୍ଧି କରାଯିବ। ସୂଚନାଯୋଗ୍ୟ, ୨୦୨୦ ଜାନୁଆରୀ ୨୦ ତାରିଖରୁ ଜେ.ପି. ନଡ୍ଡା ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ଭାବେ କାର୍ଯ୍ୟରତ ଅଛନ୍ତି।