ଜେଏସ୍‌ପିକୁ ସମ୍ମାନଜନକ ଏକ୍ସିଡ୍‌ ସିଏସ୍‌ଆର୍‌ ଆଓ୍ବାର୍ଡ

ଭୁବନେଶ୍ୱର, ୫।୮: ଦେଶର ପ୍ରମୁଖ ଘରୋଇ ଶିଳ୍ପ ସଂସ୍ଥା ତଥା ଅଗ୍ରଣୀ କମ୍ପାନୀ ଜିନ୍ଦଲ ଷ୍ଟିଲ୍‌ ଆଣ୍ଡ ପାୱାର (ଜେଏସ୍‌ପି) କୁ ନିକଟରେ ଆଉ ଏକ ଜାତୀୟସ୍ତରର ପୁରସ୍କାର ପ୍ରଦାନ କରାଯାଇଛି। ଏପରିକି କମ୍ପାନୀର କର୍ପୋରେଟ୍‌ ସାମାଜିକ ଦାୟିତ୍ୱବୋଧ/ଉତ୍ତରଦାୟିତ୍ୱ (ସିଏସ୍‌ଆର୍‌) କାର୍ଯ୍ୟକ୍ରମ ଅଧୀନରେ କାର୍ଯ୍ୟକାରୀ ହୋଇଥିବା ବିଭିନ୍ନ ପଦକ୍ଷେପ ନିମନ୍ତେ ଜେଏସ୍‌ପିକୁ ପରିବେଶ, ଜଙ୍ଗଲ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ ଦ୍ୱାରା ସମର୍ଥିତ ସମ୍ମାନଜନକ ‘ଏକ୍ସିଡ୍‌ ସିଏସ୍‌ଆର୍‌ ଆୱାର୍ଡ-୨୦୨୪’ରେ ସମ୍ମାନିତ କରାଯାଇଛି।
ଉଲ୍ଲେଖଯୋଗ୍ୟ, ୨୦୨୪ ଅଗଷ୍ଟ ୨ରେ ହାଇଦ୍ରାବାଦଠାରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଅବସରରେ ତେଲଙ୍ଗାନାର କୃଷି ମନ୍ତ୍ରୀ ଟି. ନାଗେଶ୍ୱର ରାଓଙ୍କଠାରୁ ଜେଏସ୍‌ପିର ପ୍ରେସିଡେଣ୍ଟ ତଥା ଗ୍ରୁପ ସିଏସ୍‌ଆର ମୁଖ୍ୟ ପ୍ରଶାନ୍ତ ହୋତା ଏହି ପୁରସ୍କାର ଗ୍ରହଣ କରିଥିଲେ। ଏହି ପରିପ୍ରେକ୍ଷୀରେ ପୂର୍ବତନ ପ୍ରଶାସନିକ ଅଧିକାରୀ ତଥା ଇଣ୍ଡିଆନ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ କର୍ପୋରେଟ୍‌ ଆଫେୟାର୍ସର ପୂର୍ବତନ ଡିଜି ଡ.ଭାସ୍କର ଚାଟାର୍ଜୀ ଓ ଅନ୍ୟମାନେ ଉକ୍ତ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ। ବିଶେଷ କରି ଭାରତ ସରକାରଙ୍କ ପରିବେଶ, ଜଙ୍ଗଲ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ ସମର୍ଥନରେ ଆୟୋଜିତ ଏହି ସ୍ବତନ୍ତ୍ର ସମ୍ମାନ ଉତ୍ସବ କାର୍ଯ୍ୟକ୍ରମ ସଷ୍ଟେନେବଲ୍‌ ଡେଭେଲପମେଣ୍ଟ ଫାଉଣ୍ଡେଶନ ଦ୍ୱାରା ମିଳିତ ଭାବେ ଆୟୋଜନ କରାଯାଇଥିଲା।
ଏ ସମ୍ପର୍କରେ ଜେଏସ୍‌ପିର ଅଧ୍ୟକ୍ଷ ତଥା ଏମ୍‌ପି ନବୀନ ଜିନ୍ଦଲ କହିଛନ୍ତି, ସ୍ଥାନୀୟ ଜନସାଧାରଣଙ୍କ ଜୀବନଧାରଣ ମାନରେ ନିରନ୍ତର ଉନ୍ନତି ସାଙ୍ଗକୁ ଷ୍ଟିଲ ଆଣ୍ଡ ପାୱାରର ଭିଜନ ଏବଂ ମିଶନରେ ଅନ୍ତର୍ଭୁକ୍ତ ରହିଛି।
ସେହିଭଳି ପିପୁଲ୍‌ ଫାଷ୍ଟ, ନେଶନ୍‌ ଫାଷ୍ଟ’ର ମାର୍ଗଦର୍ଶକ ଦର୍ଶନକୁ ଅନୁସରଣ କରି ଆମେ ସର୍ବଦା ସମାଜ ଓ ପରିବେଶ ଉପରେ ସକାରାତ୍ମକ ପ୍ରଭାବ ପକାଇବା ପାଇଁ କାର୍ଯ୍ୟ କରୁଛୁ, ଯାହାଦ୍ୱାରା ଲୋକଙ୍କ ଜୀବନ ଏବଂ ଜୈବ ବିବିଧତାର ଗୁଣବତ୍ତା କ୍ରମାଗତ ଭାବେ ପରବର୍ତ୍ତୀ ଉନ୍ନତସ୍ତରକୁ ପରିବର୍ତ୍ତିତ ହେବ। ଏପରିକି ଜିନ୍ଦଲ ଜୁରି ଏବଂ ଶାଲୁ ଜିନ୍ଦଲଙ୍କ ନେତ୍ୱତ୍ତ୍ୱାଧୀନ ଜେଏସ୍‌ପି ଫାଉଣ୍ଡେଶନକୁ ମଧ୍ୟ ସେ ଧନ୍ୟବାଦ ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅକ୍ଟୋବର ୨୭ରେ ‘ଲେକ୍‌ ସାଇଡ୍‌ ଗ୍ଲାମର’

ଭୁବନେଶ୍ୱର,୨୧।୯: (ଅଭୟ ଦାଶ): ସ୍ବସ୍ତି ଗ୍ରୁପ୍‌ର ପ୍ରମୁଖ ହୋଟେଲ ସ୍ବସ୍ତି ଚିଲିକା ରେସର୍ଟ ପକ୍ଷରୁ ଏକ ଦିନିକିଆ ଫ୍ୟାଶନ ଶୋ ୨୦୨୪ ଅକ୍ଟୋବର ୨୭ ରେ...

ଯୋଗାଣ ଶୃଙ୍ଖଳାରେ କାର୍ଯ୍ୟଦକ୍ଷତାକୁ ବହୁଗୁଣିତ କରିବ

ନୂଆଦିଲ୍ଲୀ,୨୧।୯: ଓଡ଼ିଶା ଓ ଛତିଶଗଡ଼ ମଧ୍ୟରେ କୋଇଲା ପରିବହନକୁ ସୁଗମ କରିବା ଲାଗି ଭାରତ ସରକାର ସର୍‌ଡେଗା-ଭାଲୁମୁଣ୍ଡା ରେଳ ଲାଇନ ସଂଯୋଗୀକରଣ ପ୍ରକଳ୍ପକୁ ଅନୁମୋଦନ ଦେବା...

ପିଏନ୍‌ବି ପକ୍ଷରୁ ପିଏମ୍‌ ଇ-ବିଶ୍ୱକର୍ମା ପ୍ରୋଗ୍ରାମ

ଭୁବନେଶ୍ୱର,୨୧।୯: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ(ପିଏନ୍‌ବି)ର ବହୁ ପ୍ରତୀକ୍ଷିତ କାର୍ଯ୍ୟକ୍ରମ ‘ପ୍ରଧାନମନ୍ତ୍ରୀ ବା ପିଏମ୍‌ ଇ-ବିଶ୍ୱକର୍ମା ଯୋଜନା’ ନିକଟରେ ଶୁଭାରମ୍ଭ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ପିଏନ୍‌ବି ଭୁବନେଶ୍ୱର...

ଟିପିସିଓଡିଏଲ୍‌ ଏପିଏସ୍‌ସିସିର ଶୁଭାରମ୍ଭ

ଭୁବନେଶ୍ୱର,୨୧।୯: ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିସିଓଡିଏଲ୍‌) ପକ୍ଷରୁ କଟକ ସହରାଞ୍ଚଳରେ ଏକ ୨୪ ଘଣ୍ଟିଆ ସ୍କାଡ଼ା ଏନାବଲ୍ଡ ସର୍କଲ ୟୁନିଟ୍‌ ପଏଣ୍ଟ ବା...

ୟୁବିଆଇର ନୂତନ ଶାଖା ଉଦ୍‌ଘାଟିତ

ଭୁବନେଶ୍ୱର,୨୧।୯ (ଅଭୟ ଦାଶ): ୟୁନିୟନ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ୟୁବିଆଇ)ର ନୂତନ ଶାଖା ‘ନିଶ୍ଚିନ୍ତକୋଇଲ ଶାଖା’ ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରରେ ମାହାଙ୍ଗା ବିଧାୟକ...

ଶେୟାର ବଜାରରେ ନୂଆ ରେକର୍ଡ: ପ୍ରଥମଥର ୮୪ ହଜାର ପଏଣ୍ଟ ପାର୍‌ କଲା ସେନସେକ୍ସ

ନୂଆଦିଲ୍ଲୀ,୨୦।୯: କ୍ରମାଗତ ଦ୍ୱିତୀୟ ଦିନ ପାଇଁ ଘରୋଇ ଷ୍ଟକ ମାର୍କେଟ ନୂତନ ସର୍ବକାଳୀନ ରେକର୍ଡ ସୃଷ୍ଟି କରିଛି। ବ୍ୟବସାୟରେ ଧୀର ଆରମ୍ଭ ହେବା ପରେ, ଅଳ୍ପ...

ଆଇଫୋନ୍‌ କିଣିବାକୁ ଦୌଡିଲେ ଲୋକେ: ଜାଣନ୍ତୁ କାହିଁକି

ମୁମ୍ବାଇ,୨୦।୯:ଭେଟେରାନ ଟେକ୍‌ କମ୍ପାନୀ ଆପଲ ଆଜିଠାରୁ ଆଇଫୋନ ୧୬ ସିରିଜ ବିକ୍ରି ଆରମ୍ଭ କରିଛି। ସେପ୍ଟେମ୍ବର ୯ରେ ‘ଇଟିସ୍‌ ଗ୍ଲୋ ଟାଇମ’ରେ ଏଆଇ ବୈଶିଷ୍ଟ୍ୟ ସହିତ...

ବଜାରରେ ଏଚ୍‌ପିର ନୂତନ ଉତ୍ପାଦ

ନୂଆଦିଲ୍ଲୀ,୨୦।୯ (ଅଭୟ ଦାଶ):ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଇ-ଉତ୍ପାଦନକାରୀ ବ୍ରାଣ୍ଡ ଏଚ୍‌ପିର ନୂତନ ଉତ୍ପାଦ ରେଞ୍ଜର ଅନାବରଣ ନିକଟରେ ହୋଇଯାଇଛି। ଏପରିକି ବ୍ରାଣ୍ଡ୍‌ର ଅଫିସ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri