କନିଷ୍ଠ ଯନ୍ତ୍ରୀଙ୍କୁ ଛାଡୁନି ଚୌକି ମୋହ: ବଦଳି ଆଦେଶକୁ ବେଖାତିର୍‌

ବରଗଡ଼,୨୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ବିଭାଗର ସରକାରୀ କାର୍ଯ୍ୟାଳୟରେ ଅନେକ ଅଧିକାରୀ, କର୍ମଚାରୀ ଦୀର୍ଘବର୍ଷ ଧରି ଅବସ୍ଥାପିତ ରହିଛି। ସମ୍ପୃକ୍ତ କାର୍ଯ୍ୟାଳୟରେ ସେମାନଙ୍କ ଚୌକି ମୋହ ଛାଡୁ ନାହିଁ। ଏପରିକି ବଦଳି ଆଦେଶକୁ ମଧ୍ୟ କିଛି କର୍ମଚାରୀ ଖାତିର୍‌ କରୁ ନାହାନ୍ତି। ବରଗଡ଼ ଜିଲା ପରିଷଦ ଅଧିନରେ କାର୍ଯ୍ୟରତ କନିଷ୍ଠ ଯନ୍ତ୍ରୀଙ୍କ ବଦଳି କ୍ଷେତ୍ରରେ ଏଭଳି ଏକ ଘଟଣା ସାମ୍ନାକୁ ଆସିଛି।
ମିଳିଥିବା ସୂଚନା ଅନୁଯାୟୀ, ଜିଲା ପରିଷଦର ମୁଖ୍ୟ କାର୍ଯ୍ୟନିର୍ବାହୀ ତଥା ମୁଖ୍ୟ ଉନ୍ନୟନ ଅଧିକାରୀଙ୍କ ପତ୍ରସଂଖ୍ୟା-୨୬୩, ତା-୨୭।୧।୨୦୨୫ରିଖ ଅନୁଯାୟୀ, ଜିଲାର ବିଭିନ୍ନ ବ୍ଲକରେ କାର୍ଯ୍ୟରତ ୩୫ଜଣ ଏବଂ ଜଣେ ନୂତନଭାବେ ଯୋଗ ଦେଇଥିବା କନିଷ୍ଠ ଯନ୍ତ୍ରୀ ଅର୍ଥାତ୍‌ ସମୁଦାୟ ୩୬ଜଣ କନିଷ୍ଠ ଯନ୍ତ୍ରୀଙ୍କ କାର୍ଯ୍ୟକ୍ଷେତ୍ରରେ ଅଦଳବଦଳ ହୋଇଛି। ଗତ ଜାନୁୟାରୀ ମାସ ୩୧ତାରିଖ ସୁଦ୍ଧା ରିଲିଭ୍‌ ହୋଇ ବଦଳି ଆଦେଶ ମୁତାବକ ନୂତନ କାର୍ଯ୍ୟକ୍ଷେତ୍ରରେ ତୁରନ୍ତ ଯୋଗଦାନ କରିବାକୁ ଜିଲା ପରିଷଦ ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀଙ୍କ ନିର୍ଦ୍ଦେଶ ରହିଛି। କିନ୍ତୁ ଆଉ ସପ୍ତାହକ ପରେ ବଦଳି ଆଦେଶକୁ ୩ମାସ ବିତିଯିବ, କିନ୍ତୁ ଅନେକ କନିଷ୍ଠ ଯନ୍ତ୍ରୀ ସେମାନେ କାର୍ଯ୍ୟ କରୁଥିବା କାର୍ଯ୍ୟକ୍ଷେତ୍ର ଛାଡ଼ି ନଥିବା କିମ୍ବା ନୂତନ କାର୍ଯ୍ୟକ୍ଷେତ୍ରରେ ଯୋଗଦାନ କରି ନଥିବା ଜିଲାରେ ଚର୍ଚ୍ଚାର ବିଷୟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା, ୧୫ରୁ ଊର୍ଦ୍ଧ୍ବ ଆହତ ସୂଚନା

ଧର୍ମଶାଳା,୧୪।୧୨(ଶିବପ୍ରସାଦ ମହାନ୍ତି): ଧର୍ମଶାଳାରେ ପୁଣିଥରେ ହିଂସା ଦେଖିବାକୁ ମିଳିଛି । ଧର୍ମଶାଳା ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା କରାଯାଇଥିବା ସୂଚନା ରହିଛି...

ପ୍ରଥମେ ମିଳିମିଶି ଦରମା ବଢ଼ାଇଦେଲେ: ଏବେ ଲୋକ ଦେଖାଣିଆ ରାଜନୈତିକ ବୟାନବାଜୀ

ଭୁବନେଶ୍ବର,୧୪।୧୨: ଏବେ ରାଜ୍ୟର ଘରେ ଘରେ ଆଉ ଗଳି କନ୍ଦିରେ ଚର୍ଚ୍ଚା ବିଧାୟକଙ୍କ ଦରମା ବୃଦ୍ଧି। ଓଡିଶା ଭଳି ଗରିବ ରାଜ୍ୟର ବିଧାୟକ ମାନେ ଭାରତରେ...

ବେସାହାରା ଲଳିତାଙ୍କୁ ସାହାରା ଦେବାକୁ ଦାବି, ପାଠ ସହିତ ବଞ୍ଚିବାର ସହାୟତା ଆଶାରେ ଲଳିତା

କେନ୍ଦୁଝର,୧୪।୧୨ (ନରେଶ ଚନ୍ଦ୍ର ପଟ୍ଟନାୟକ) : କଥାରେ ଅଛି ଦୁଃଖ ଯେତେବେଳେ ପରିବାର ବନ୍ଧୁବର୍ଗଙ୍କୁ ସାଙ୍ଗରେ ନେଇକି ଆସେ । ଏଭଳି ଏକ ଦୁଃଖଦ ଘଟଣା...

ଧାନଖଳାରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ, ଜଳିଗଲା ୬୦୦ ବସ୍ତା ଧାନ

ବଲାଙ୍ଗୀର,୧୪ା୧୨(ସୁନିଲ କୁମାର ମହାନ୍ତି): ପୁଣି ଧାନ ଖଳାରେ ନିଆଁ ଲଗାଇ ଦେଇଛନ୍ତି ଦୁର୍ବୃତ୍ତ। ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଉଡାର ପଞ୍ଚାୟତ ଜଲିଆ ଗାଁର ଚାଷୀ...

ବିଳମ୍ବିତ ନ୍ୟାୟ ଲୋକଙ୍କ ଉପରେ ବୋଝ: CJI

କଟକ,୧୪।୧୨: ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି(CJI) ସୂର୍ଯ୍ୟ କାନ୍ତ ରବିବାର କଟକ ଶହୀଦ ଭବନରେ ହାଇକୋର୍ଟ ବାର୍‌ ପକ୍ଷରୁ ଆୟୋଜିତ ଆଲୋଚନାଚକ୍ରରେ ଯୋଗ ଦେଇଛନ୍ତି। ଏହି ଅବସରରେ...

ବାପି ସର୍ଖେଲଙ୍କ ବଡ଼ ବୟାନ, କହିଲେ ମୁଁ ଦାମଙ୍କ ପୁଅ

ଭୁବନେଶ୍ବର,୧୪।୧୨: ବାପି ସର୍ଖେଲ ବଡ଼ ବୟାନ ଦେଇଛନ୍ତି। ନିଜକୁ ଦାମଙ୍କ ପୁଅ କହିଲେ ପାରାଦୀପ ଶ୍ରମିକ ନେତା ବାପି ସର୍ଖେଲ । ପାରାଦୀପ, କୁଜଙ୍ଗରେ ଆୟୋଜିତ...

କୋଟଗଡ଼ରେ ହାତୀ ଆତଙ୍କ: ନଷ୍ଟ କଲେ ଫସଲ

ବାଲିଗୁଡ଼ା,୧୪ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ବନଖଣ୍ଡର କୋଟଗଡ଼ ଅଭୟାରଣ୍ୟରେ ଦେଖିବାକୁ ମିଳିଛି ହାତୀ ଆତଙ୍କ। ଗତ ଦୁଇଦିନ ଧରି କୋଟଗଡ଼ ବନାଞ୍ଚଳର ଲାସେରୀ...

ପର୍ଯ୍ୟଟକଙ୍କୁ ଦୂରଦୂରାନ୍ତରୁ ଟାଣିଆଣୁଛି ଦାରିଙ୍ଗବାଡ଼ି, ମୌଳିକ ସୁବିଧା ପାଇଁ ନିବେଦନ

ଦାରିଙ୍ଗବାଡ଼ି,୧୪ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ି ସମେତ ତା’ର ଆଖପାଖରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ଏଭଳି ଏକ ପର୍ଯ୍ୟଟନକ୍ଷେତ୍ର ଦାରିଙ୍ଗବାଡ଼ିଠାରୁ ମାତ୍ର ୨୨...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri