୨୨ ବର୍ଷ ପରେ ନ୍ୟାୟ: ୬ ଜଣଙ୍କୁ ଆଜୀବନ ଜେଲ

ଓଡ଼ଗାଁ,୨୫ା୨(ଆଦର୍ଶ କୁମାର ପଟ୍ଟନାୟକ) ନୟାଗଡ଼ ଜିଲା ଶରଣକୁଳ ଥାନା ଅଧୀନ କେଶପାନିଆ ଗ୍ରାମରେ ୨୨ ବର୍ଷ ତଳେ ଘଟିଥିବା ମଦନ ନାହାକ ହତ୍ୟା ମାମଲାର ରାୟ ଶନିବାର ପ୍ରକାଶ ପାଇଛି। ଓଡ଼ଗାଁ ଅତିରିକ୍ତ ଜିଲା ଓ ଦୌରାଜଜ୍‌ ମାନସ ରଞ୍ଜନ ରଥ ଏହି ମାମଲାରେ ୬ ଅଭିଯୁକ୍ତଙ୍କୁ ଦୋଷୀସାବ୍ୟସ୍ତ କରି ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ସୂଚନା ଅନୁଯାୟୀ, ୧୦ା୧୦ା୨୦୦୨ରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି କେଶପାନିଆ ଗ୍ରାମର ମଦନ ନାହାକଙ୍କୁ ସେହି ଗ୍ରାମର ମୋଚି ନାଇକଙ୍କ ସମେତ ୧୮ ଜଣ କଟୁରି, ଠେଙ୍ଗାରେ ମରଣାନ୍ତକ ଆକ୍ରମଣ କରିଥିଲେ। ଏହି ଘଟଣାରେ ମଦନଙ୍କ ମୃତ୍ୟୁ ହୋଇଥିବା ବେଳେ ତାଙ୍କୁ ଉଦ୍ଧାର କରିବାକୁ ଯାଇଥିବା ଯୁଗଳ ନାହାକଙ୍କ ସମେତ ଅନ୍ୟମାନେ ଅଭିଯୁକ୍ତମାନଙ୍କ ବୋମା ଓ ପଥର ମାଡ଼ରେ ଗୁରୁତର ହୋଇଥିଲେ। ଏନେଇ ମୃତ ମଦନଙ୍କ ଝିଅ କୁମାରୀ ନାହାକଙ୍କ ଅଭିଯୋଗକ୍ରମେ ଶରଣକୁଳ ଥାନା ପୋଲିସ ବିଭିନ୍ନ ଦଫାରେ ଏକ ମାମଲା(ନଂ.୮୬/୨୦୦୨) ରୁଜୁ କରିଥିଲା। ପୋଲିସ ଅଭିଯୁକ୍ତମାନଙ୍କୁ ଗିରଫ କରିବା ସହିତ ତଦନ୍ତ କରି କୋର୍ଟରେ ଅଭିଯୋଗପତ୍ର ଦାଖଲ କରିଥିଲା। ଏହି ମାମଲା ଓଡ଼ଗାଁ ଅତିରିକ୍ତ ଜିଲା ଓ ଦୌରାଜଜ୍‌ଙ୍କ ଅଦାଲତରେ ଏସ୍‌ଟି କେସ ନଂ. ୪୪୪/୫୦-୨୦୦୩/୨୦୨୩ରେ ପଞ୍ଜୀକୃତ ହୋଇ ବିଚାର ପ୍ରକ୍ରିୟା ଚାଲିଥିଲା। ୧୮ ଜଣ ସାକ୍ଷୀଙ୍କ ବୟାନକୁ ଭିତ୍ତି କରି ଅତିରିକ୍ତ ଜିଲା ଓ ଦୌରାଜଜ୍‌ ରଥ ମୁଦାଲା ଗଣେଶ ନାହାକ, ମେଳିଆ ନାହାକ, ଚତୁର୍ଭୁଜ ନାହାକ, ଭାଗୀ ନାହାକ, ଭୀମ ନାହାକ ଓ ମୋଚି ନାହାକଙ୍କୁ ଦୋଷୀ ସାବ୍ୟସ୍ତ କରି ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିବା ସହିତ ୧୦ ହଜାର ଟଙ୍କା ଲେଖା ଜରିମାନା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଜରିମାନା ଅନାଦୟ ଅଭିଯୁକ୍ତମାନେ ଅତିରିକ୍ତ ୬ ମାସ ସଶ୍ରମ କାରାଦଣ୍ଡ ଭୋଗିବେ ବୋଲି କୋର୍ଟ ନିଜ ରାୟରେ ସ୍ପଷ୍ଟ କରିଛନ୍ତି। ଏହା ସହିତ ମୁଦାଲା ଭାଗୀ ନାହାକଙ୍କୁ ବିସ୍ଫୋରକ ନିରୋଧ ଆଇନ ଅନୁଯାୟୀ ଯୁଗଳ ନାହାକଙ୍କୁ ଆଘାତ କରିଥିବାରୁ ଦଫା ୩୨୬ ଅନୁସାରେ ଅତିରିକ୍ତ ୨୦ ବର୍ଷ ସଶ୍ରମ କାରାଦଣ୍ଡ ଓ ୧୦ ହଜାର ଟଙ୍କା ଜରିମାନା ପାଇଁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଜରିମାନା ଅନାଦୟ ୧ ବର୍ଷ ଅଧିକ ସଶ୍ରମ କାରାଦଣ୍ଡ ଭୋଗିବାକୁ କୋର୍ଟ କହିଛନ୍ତି। ଅନ୍ୟପକ୍ଷେ ଏହି ମାମଲାର ୨ ଅଭିଯୁକ୍ତଙ୍କ ତଦନ୍ତ ପ୍ରକ୍ରିୟା ଚାଲିଥିବା ବେଳେ ପରଲୋକ ଘଟିଥିଲା। ଅନ୍ୟ ୧୦ ଅଭିଯୁକ୍ତଙ୍କୁ ପ୍ରମାଣ ଅଭାବରୁ କୋର୍ଟ ନିର୍ଦ୍ଦୋଷରେ ଖଲାସ କରିଛନ୍ତି। ଅତିରିକ୍ତ ସରକାରୀ ଓକିଲ ଇନ୍ଦୁଭୂଷଣ ମିଶ୍ର ଏହି ମାମଲାକୁ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୬ ଲକ୍ଷ ଯୋଗ୍ୟ ହିତାଧିକାରୀ ପାଇବେ ରାଶନ କାର୍ଡ

ଭୁବନେଶ୍ୱର,୨୭ା୪(ସୁନିତ୍‌ ମିଶ୍ର): ରାଜ୍ୟରେ ପ୍ରାୟ ଲକ୍ଷେ ଲୋକଙ୍କ ରାଶନ କାର୍ଡ କଟିଛି। ଏହାବାଦ୍‌ ଅନ୍ୟ ୫ ଲକ୍ଷ ମୃତ ହିତାଧିକାରୀଙ୍କୁ ମିଶାଇ ମୋଟ ୬ ଲକ୍ଷ...

ରାଇପାହାଡ଼ର ଘରେ ଘରେ ଆନ୍ଧ୍ର, ଓଡ଼ିଶା ବିଦ୍ୟୁତ୍‌ ମିଟର

ନନ୍ଦପୁର,୨୭ା୪ (ତୁଷାରକାନ୍ତ ମହାନ୍ତି): ଗୋଟିଏ ଘରେ ଲାଗିଛି ଦୁଇ ରାଜ୍ୟର ବିଦ୍ୟୁତ୍‌ ମିଟର। ଗୋଟିଏ ଆନ୍ଧ୍ରର ଅନ୍ୟଟି ଓଡ଼ିଶାର। ଏଭଳି ଘଟଣା ନନ୍ଦପୁର ବ୍ଲକ୍‌ ଗୋଲୁର...

ଗଛରେ ପିଟିଲା ସ୍କର୍ପିଓ, ଚାଲିଗଲା ୩ ଜୀବନ

କୁଆଁରମୁଣ୍ଡା,୨୬ା୪(ମହେନ୍ଦ୍ର କୁମାର ସାହୁ): ଝାଡ଼ଖଣ୍ଡ ରାଜ୍ୟ ଚତରାରେ ଶନିବାର ଏକ ସ୍କର୍ପିଓ ରାସ୍ତା ପାଶର୍‌ବରେ ଥିବା ଗଛରେ ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ସୁନ୍ଦରଗଡ଼...

କାଳବୈଶାଖୀ ତାଣ୍ଡବ: ଉପୁଡ଼ିଲା ଗଛ, ଅନ୍ଧାରରେ ଗାଁ

ନନ୍ଦପୁର,୨୫।୪(ତୁଷାରକାନ୍ତ ମହାନ୍ତି): ନବରଙ୍ଗପୁର ଜିଲା ନନ୍ଦପୁରରେ ଶନିବାର କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ବର୍ଷା ପବନ ହୋଇ ଏକାଧିକ ଗଛ ଉପୁଡ଼ି ରାସ୍ତା ଅବରୋଧ...

ମିଳିଲାନି ମୃତ ଯୁବକଙ୍କ ପରିଚୟ, ଶବ ସତ୍କାର କଲେ ସ୍ବେଚ୍ଛାସେବୀ

ବରଗଡ଼,୨୬।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାରର ସ୍ବେଚ୍ଛାସେବୀମାନେ ଶନିବାର ଜଣେ ଅଚିହ୍ନା ଯୁବକଙ୍କ ମୃତଦେହକୁ ସତ୍କାର କରିଛନ୍ତି । ଗତ ୨୧ତାରିଖ ବରଗଡ଼...

ନାବାଳିକାଙ୍କୁ ବଳାତ୍କାର: ଫେରାର ଅଭିଯୁକ୍ତ ଗିରଫ

ଜୟପୁର,୨୬ା୪(ପବନ ପାଣିଗ୍ରାହୀ)- ନାବାଳିକା ବଳାତ୍କାର ମାମଲାର ଫେରାର ଅଭିଯୁକ୍ତଙ୍କୁ ଶନିବାର ଜୟପୁର ମହିଳା ପୋଲିସ ଗିରଫ କରିଛି। ଅଭିଯୁକ୍ତ ହେଲେ ଘେନୁ ହନ୍ତାଳ। ମିଳିଥିବା ସୂଚନା...

ମୌଳିକ ସେବା ଅପହଞ୍ଚ: ଚଟାଣରେ ଚିକିତ୍ସା, ହାତରେ ସାଲାଇନ

ବରଗଡ଼,୨୬।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ରହିଥିବା ସହରାଞ୍ଚଳ ଗୋଷ୍ଠି ସ୍ବାସ୍ଥ୍ୟକେନ୍ଦ୍ରରେ ରୋଗୀଙ୍କୁ ସର୍ବନିମ୍ନ ମୌଳିକା ସୁବିଧା ସୁଯୋଗ ଅପହଞ୍ଚ ହୋଇପଡ଼ିଛି। ଏଠାରେ ଡାକ୍ତର ଅଭାବ ନିତିଦିନିଆ...

ମନ୍ଦାକିନୀଙ୍କ ଉପରେ ପୁଣି ଭରଷା କଲା କଂଗ୍ରେସ

ଭବାନୀପାଟଣା,୨୬ା୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରର ସାମାଜିକ କର୍ମୀ ମନ୍ଦାକିନୀ ବାଣୁଆ ପୁଣି ଥରେ ରାଜ୍ୟ ଯୁବ କଂଗ୍ରେସ ସାଧାରଣ ସମ୍ପାଦିକା ଭାବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image