Advertisement

ଜଷ୍ଟିସ ହରିଶ ଟଣ୍ଡନ ହେବେ ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି

ଭୁବନେଶ୍ବର,୬।୩: ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ ହରିଶ ଟଣ୍ଡନଙ୍କୁ ନିଯୁକ୍ତ କରାଯାଇଛି। ଏନେଇ ସୁପ୍ରିମକୋର୍ଟ କଲେଜିୟମ ପକ୍ଷରୁ ସୁପାରିସ କରାଯାଇଛି। ଜଷ୍ଟିସ ହରିଶ ଟଣ୍ଡନ ଏବେ କୋଲକାତା ହାଇକୋର୍ଟର ବିଚାରପତି ଅଛନ୍ତି।

ସୁଚନାଯୋଗ୍ୟ,୧୯ ଜାନୁଆରୀ ୨୦୨୫ରେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଥିବା ଜଷ୍ଟିସ ଚକ୍ରଧାରୀ ଶରଣ ସିଂ ଅବସର ନେଇଥିଲେ । ଜଷ୍ଟିସ ସିଂଙ୍କ ଅବସର ପରେ ଏହି ସ୍ଥାୟୀ ପଦବୀ ଖାଲି ପଡ଼ିଥିଲା ।

 

Subscribe to Dharitri WhatsApp ChannelSubscribe to Dharitri WhatsApp Channel

Share