Posted inଜାତୀୟ

ପ୍ରଧାନ ବିଚାରପତି ଭାବେ ଆଜି ଶପଥ ନେବେ ଜଷ୍ଟିସ୍‌ ଖାନ୍ନା

ନୂଆଦିଲ୍ଲୀ,୧୧ା୧୧(ପି.ଟି.): ବହୁ ଗୁରୁତ୍ୱପୂର୍ଣ୍ଣ ସୁପ୍ରିମକୋର୍ଟ ରାୟ ସହ ଜଡ଼ିତ ଥିବା ସର୍ବବରିଷ୍ଠ ବିଚାରପତି ଜଷ୍ଟିସ୍‌ ସଞ୍ଜୀବ ଖାନ୍ନା ସୋମବାର ଭାରତର ୫୧ତମ ପ୍ରଧାନ ବିଚାରପତି (ସିଜେଆଇ) ଭାବେ ଶପଥ ଗ୍ରହଣ କରିବେ। ସୋମବାର ପୂର୍ବାହ୍ନ ୧୦ଟାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ଭବନରେ ତାଙ୍କୁ ଶପଥ ପାଠ କରାଇବେ। ବିଦାୟୀ ସିଜେଆଇ ଜଷ୍ଟିସ୍‌ ଡି.ଓ୍ବାଇ. ଚନ୍ଦ୍ରଚୂଡ଼ ରବିବାର ଅବସର ଗ୍ରହଣ କରିଥିବାବେଳେ ଜଷ୍ଟିସ୍‌ ଖାନ୍ନା ତାଙ୍କ ସ୍ଥାନ ନେବେ। ସେ ଏହି ପଦବୀରେ ୨୦୨୫ ମେ’ ୧୩ ପର୍ଯ୍ୟନ୍ତ ରହିବେ। ଅକ୍ଟୋବର ୧୬ରେ ସିଜେଆଇ ଚନ୍ଦ୍ରଚୂଡ଼ ପରବର୍ତ୍ତୀ ସିଜେଆଇ ଭାବେ ଜଷ୍ଟିସ୍‌ ଖାନ୍‌ଙ୍କ ନାମ ସୁପାରିସ କରିବା ପରେ ତାଙ୍କ ନିଯୁକ୍ତି ନେଇ କେନ୍ଦ୍ର ସରକାର ୨୪ରେ ଆନୁଷ୍ଠାନିକ ବିଜ୍ଞପ୍ତି ପ୍ରକାଶ କରିଥିଲେ। ଗତ ଶୁକ୍ରବାର ଜଷ୍ଟିସ୍‌ ଚନ୍ଦ୍ରଚୂଡ଼ଙ୍କର ସର୍ବୋଚ୍ଚ ଅଦାଲତରେ ଶେଷଦିନ ଥିଲା। ତାଙ୍କୁ ଅନ୍ୟ ବିଚାରପତି, ଆଇନଜୀବୀ ଏବଂ ସୁପ୍ରିମକୋର୍ଟ ତଥା ହାଇକୋର୍ଟର କର୍ମଚାରୀମାନେ ଭବ୍ୟ ବିଦାୟ ସମ୍ବର୍ଦ୍ଧନା ଦେଇଥିଲେ। ୨୦୧୯ ଜାନୁଆରୀରୁ ଜଷ୍ଟିସ୍‌ ଖାନ୍ନା ସୁପ୍ରିମକୋର୍ଟର ବିଚାରପତି ଭାବେ କାର୍ଯ୍ୟ କରିଆସୁଥିବାବେଳେ ଇଭିଏମ୍‌ଗୁଡ଼ିକର ପବିତ୍ରତାକୁ କାଏମ ରଖିବା ସହ ଇଲେକ୍ଟୋରାଲ ବଣ୍ଡ୍‌ ଯୋଜନାକୁ ରଦ୍ଦ କରିବା, ଅନୁଚ୍ଛେଦ ୩୭୦ ଉଚ୍ଛେଦକୁ କାଏମ ରଖିବା ଏବଂ ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ଅନ୍ତରୀଣ ଜାମିନ ପ୍ରଦାନ କରିବା ଭଳି ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ମୋଦିଙ୍କୁ ନେଇ ଏମିତି କହିଦେଲେ ଟ୍ରମ୍ପ: ବିଶ୍ୱରେ ପଡ଼ିଗଲା ଚହଳ

ଓ୍ବାଶିଂଟନ୍‌,୧୭।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତାଙ୍କର ‘ମହାନ ବନ୍ଧୁ’ ଭାବରେ ବର୍ଣ୍ଣନା କରିଛନ୍ତି।...

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

ସୁଦାନରୁ ଫେରିଲେ ଆଦର୍ଶ; ‘ବଞ୍ଚିବି ବୋଲି ଭାବି ନଥିଲି, ଦିନେ ଖାଇଲେ ଦିନେ ଖାଉନଥିଲି’

ଭୁବନେଶ୍ୱର,୧୭।୧୨: ସୁଦାନରୁ ସୁରକ୍ଷିତ ଭାବେ ଫେରିବା ପରେ ନିଜ ଉପରେ ହୋଇଥିବା ଯନ୍ତ୍ରଣା ବଖାଣିଛନ୍ତି ଆଦର୍ଶ ବେହେରା। ସେ ସୁରକ୍ଷିତ ଫେରିଥିବାରୁ ଭାରତ ସରକାରଙ୍କୁ ଧନ୍ୟବାଦ...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…

ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍‌ଜିଏନ୍‌ଆର୍‌ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍‌ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...

ସ୍ବିଫ୍ଟ କାର୍‌ରେ ପାର୍ଟନର୍‌ଙ୍କୁ ବସାଇ ଜଙ୍ଗଲକୁ ନେଲେ ବୟଫ୍ରେଣ୍ଡ: ଆଉ ତା’ପରେ କଲେ ଏମିତି କାଣ୍ଡ

ଲକ୍ଷ୍ନୌ,୧୭ା୧୨:ଉତ୍ତରପ୍ରଦେଶରେ ଏକ ବୀଭତ୍ସ ହତ୍ୟା ଘଟଣା ଘଟିଛି। ଜଣେ ଟ୍ୟାକ୍ସି ଡ୍ରାଇଭର ତାଙ୍କ ସ୍ତ୍ରୀ ଉମା(୩୦)ଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଜଙ୍ଗଲ ମଧ୍ୟରେ ଫିଙ୍ଗିଦେଇଥିଲେ।...

କମ୍ୟୁନିଟି ସେଣ୍ଟର ସ୍ଥାନାନ୍ତର ଉଦ୍ୟମକୁ ବିରୋଧ: ବିରୋଧ କଲା ଜିଲା ଆଦିବାସୀ କଲ୍ୟାଣ ସଂଘ

ଅମରପାଲି,୧୭/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଲପଦର ପଞ୍ଚାୟତର ହୋତାପାଲି ( ସୁରଧାପାଲି) ଠାରେ ନିର୍ମାଣ ହେବାକୁ ଥିବା ଏକ କମ୍ୟୁନିଟି ସେଣ୍ଟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri