ଗେମ୍‌ ଖେଳିବା ପାଇଁ ମୋବାଇଲ ନ ଦେବାରୁ ସାଙ୍ଗକୁ ହତ୍ୟା

କୋରାପୁଟ,୧୫।୪(ସ୍ବ.ପ୍ର.): କୋରାପୁଟ ଜିଲା ଟାଉନ ଥାନା ଅଧୀନ ମସିପୁଟ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଫ୍ରି ଫାୟାର ଖେଳକୁ ନେଇ ଜଣେ ନାବାଳକଙ୍କୁ ହତ୍ୟା କରାଯାଇଛି। ଏହି ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି। ଖବର ପାଇ କୋରାପୁଟ ଟାଉନ ପୋଲିସ ଏବଂ ସାଇଣ୍ଟିଫିକ ଟିମ୍‌ ପହଞ୍ଚି ମୃତଦେହ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି।

କୋରାପୁଟ ଅତିରିକ୍ତ ଏସ୍‌ପି ଉତ୍କଳ କେଶରୀ ଦାସଙ୍କ କହିବା ମୁତାବକ, ୩ ଜଣ ମିଶି ବିଦ୍ୟାଳୟ ନିକଟରେ ଫ୍ରି ଫାୟାର ଗେମ୍‌ ଖେଳୁଥିଲେ। ହେଲେ ନାବାଳକ ଲୁଲୁ ଭୋଇ(୧୨) ଖେଳରେ ହାରିଯାଇଥିଲେ। ଅନ୍ୟପକ୍ଷେ ପାଖରେ ଉପସ୍ଥିତ ଥିବା ଲକି ମାଳୀ(୧୯) ଏବଂ ତାଙ୍କର ଜଣେ ସାଙ୍ଗ ଗେମ୍‌ ଖେଳିବା ପାଇଁ ନାବାଳକ ଲୁଲୁଙ୍କୁ ମୋବାଇଲ ଫୋନ୍‌ ମାଗିଥିଲେ। ହେଲେ ଲୁଲୁ ଫୋନ୍‌ ଦେବାକୁ ମନା କରିଦେଇଥିଲେ।

ଏନେଇ ସେମାନଙ୍କ ମଧ୍ୟରେ ବଚସା ହୋଇଥିଲା। ଏହା କ୍ରମେ ଉଗ୍ରରୂପ ନେଇଥିଲା। ଲକି ମାଳୀ ଏବଂ ତାଙ୍କ ସାଙ୍ଗ ଏକ ପଥରରେ ଲୁଲୁ ଭୋଇଙ୍କୁ ଆକ୍ରମଣ କରିଥିଲେ। ଆକ୍ରମଣରେ ଲୁଲୁ ଅଚେତ ହୋଇଯାଇଥିଲେ। ପରେ ସେମାନେ ଲୁଲୁଙ୍କୁ ନିକଟସ୍ଥ କୋଲାବ ଡ୍ୟାମ୍‌ରେ ଫିଙ୍ଗି ଦେଇଥିଲେ।

ଶୁକ୍ରବାର ପରିବାର ଲୋକେ ଖୋଜାଖୋଜି ପରେ ଡ୍ୟାମ୍‌ରେ ମୃତଦେହ ଭାସୁଥିବା ଦେଖିବାକୁ ପାଇଥିଲେ। ଏନେଇ ଲୁଲୁଙ୍କ ମା’ କୋରାପୁଟ ଟାଉନ ଥାନାକୁ ଖବର ଦେଇଥିଲେ। ପୋଲିସ ଘଟଣା ସ୍ଥଳରେ ପହଞ୍ଚି ହତ୍ୟାକାଣ୍ଡରେ ସମ୍ପୃକ୍ତ ଲକିଙ୍କୁ ଗିରଫ କରିଥିବା ବେଳେ ଅନ୍ୟଜଣେ ନାବାଳକଙ୍କୁ ପୋଲିସ ଅଟକ ରଖି ପଚରାଉଚୁରା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବୁଲାନ୍ସରେ ଚାଲାଣ ହେଉଥିଲା କଫ ସିରପ୍‌, ମାଡିବସିଲା ପୋଲିସ: ୨ ଗିରଫ

ବଲାଙ୍ଗୀର, ୧୦ା୩(ସୁନିଲ କୁମାର ମହାନ୍ତି): ଆମ୍ବୁଲାନ୍ସରେ ଚାଲାଣ ହେଉଥିଲା ବେଆଇନ କଫ ସିରପ। ପୋଲିସ ଆଖିରେ ଧୂଳି ଦେଇ କଫ ସିରପ ବେପାରୀମାନେ ଏଭଳି ଅଭିନବ...

ଜାଣନ୍ତୁ ନବୀନଙ୍କୁ ଭେଟି କ’ଣ କହିଲେ ମନ୍ମମଥଙ୍କ ପତ୍ନୀ

ଭୁବନେଶ୍ୱର,୧୧।୩: ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ସୁର ରାଉତ ରାୟଙ୍କ ପୁଅ ମନ୍ମମଥ ନିକଟରେ ବିବାହ କରିଛନ୍ତି। ତେବେ ସେ ତାଙ୍କ ପତ୍ନୀଙ୍କୁ ନେଇ ବିଜେଡି...

୧୧ ବର୍ଷରେ ୩୮ ହାତେଇଛନ୍ତି ଜିଏ ପ୍ଲଟ

ଭୁବନେଶ୍ୱର,୧୧।୩ (ରବିନାରାୟଣ ଜେନା):ଗତ ୧୧ବର୍ଷ ମଧ୍ୟରେ ବିଏମ୍‌ସି ଅଞ୍ଚଳରେ ୩୮ ଜଣଙ୍କୁ ଜିଏ ପ୍ଲଟ ଆବଣ୍ଟନ କରାଯାଇଛି। ସେଥିମଧ୍ୟରେ ୧୩ଜଣ ବ୍ୟକ୍ତିବିଶେଷ ରହିଥିବାବେଳେ ୨୫ ଅନୁଷ୍ଠାନ...

ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବର ଆଜି ଯାଞ୍ଚ

ଯାଜପୁରରୋଡ୍‌,୧୧ା୩(ପବିତ୍ର ରଞ୍ଜନ ମହାନ୍ତି):ବ୍ୟାସନଗର ପୌର ପରିଷଦ ଅଧ୍ୟକ୍ଷା ସଙ୍ଗୀତା ପିଙ୍ଗୁଆଙ୍କ ବିରୋଧରେ ଜିଲାପାଳଙ୍କ ନିକଟରେ ଦିଆଯାଇଥିବା ଅନାସ୍ଥା ପ୍ରସ୍ତାବର ଯାଞ୍ଚ ପାଇଁ ନିର୍ଦ୍ଦେଶ ହୋଇଛି। ଯାଜପୁର...

ଟ୍ରାକରେ ଆମ୍ବୁଲାନ୍ସ ପଶିଯିବା ପରେ ମାମଲା ରୁଜୁ କଲା ରେଳବାଇ

ରାୟଗଡା,୧୧।୩: ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍‌ ଶିକରପାଇ ଓ ଭାଲୁମସ୍କା ରେଳ ଷ୍ଟେଶନର ମଧ୍ୟବର୍ତ୍ତୀ ସ୍ଥାନରେ ସୋମବାର ଏକ ଆମ୍ବୁଲାନ୍ସ ଅନଧିକାର ଭାବରେ ରେଳ ଟ୍ରାକ...

ଦୁଇ ସାଙ୍ଗ ଘରକୁ ଫେରୁଥବା ବେଳେ ଘଟିଲା ଦୁର୍ଘଟଣା : ଜଣଙ୍କ ଆଗରେ ଚାଲିଗଲା ଆଉଜଣଙ୍କ ଜୀବନ

ଦିଗପହଣ୍ଡି,୧୧।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଗଙ୍ଗାପୁର ପଞ୍ଚାୟତ ନରସିଂହଗଡ଼ ଗ୍ରାମ ନିକଟସ୍ଥ ପିପିଲିଗୁଡ଼ା ଗ୍ରାମ ନିକଟରେ ଦୁର୍ଘଟଣା ଘଟିଥିଲା।...

ଗୋ ଚାଲାଣକାରୀଙ୍କୁ ପୋଲିସର ଏନ୍‌କାଉଣ୍ଟର: ୨ ଅପରାଧୀ ଆହତ

ସମ୍ବଲପୁର,୧୧।୩(ପ୍ରମୋଦ ବହିଦାର): ସମ୍ବଲପୁରର ସିଟି ଷ୍ଟେସନ ନିକଟରେ ପୋଲିସ ଓ ଗୋରୁ ଚୋରା ଚାଲାଣକାରୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ଗୋରୁ ଚୋରା ଚାଲାଣକରୀଙ୍କ...

ବିବାହ ବନ୍ଧନରେ ଆବଦ୍ଧ ହେବେ ପୂର୍ବତନ ସାଂସଦ ପ୍ରଦୀପ ମାଝୀ

ଭୁବନେଶ୍ୱର,୧୧।୩: ବିଜେଡି ନେତା ଏବଂ ପୂର୍ବତନ ନବରଙ୍ଗପୁର ସାଂସଦ ପ୍ରଦୀପ କୁମାର ମାଝୀ ମାର୍ଚ୍ଚ ୧୨ରେ ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଉଛନ୍ତି। ସୂତ୍ର ଅନୁସାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri