ନାବାଳିକା ଦୁଷ୍କର୍ମକାରୀକୁ ୨୦ ବର୍ଷ ଜେଲ ଦଣ୍ଡାଦେଶ

କେନ୍ଦୁଝର,୨୪ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ସୋମବାର ଏକ ନାବାଳିକା ଦୁଷ୍କର୍ମ ମାମଲାର ବିଚାର କରି ଫାଷ୍ଟଟ୍ରାକ୍ କୋର୍ଟର ବିଚାରପତି ବିଜୟ କୁମାର ମିଶ୍ର ତେଲକୋଇ ଥାନା ଅନ୍ତର୍ଗତ ଧନୁର୍ଜୟପୁର ଗ୍ରାମର ଅଭିଯୁକ୍ତ ସମ୍ବାରି ଜୁଆଙ୍ଗ(୩୦)ଙ୍କୁ ୨୦ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇବା ସହ ୧୦ ହଜାର ଟଙ୍କା ଜରିମାନା ଏବଂ ଜରିମାନା ଅନାଦେୟ ଅଧିକ ୬ ମାସ ସଶ୍ରମ କାରାଦଣ୍ଡାରେ ଦଣ୍ଡିତ କରିଛନ୍ତି ।

ଘଟଣାରୁ ପ୍ରକାଶ ଯେ, ଗତ ତା ୧୨/୫/୨୦୨୩ ରେ ଦିନବେଳେ ଏକ ଶାରିରୀକ ଅକ୍ଷମ ନାବାଳିକା(୧୫) ଘରେ ଏକୁଟିଆ ଥିବାର ସୁଯୋଗ ନେଇ ଆସାମୀ ତା’ ଘରେ ପଶି ଜୋର ଜବରଦସ୍ତ ଦୁଷ୍କର୍ମ କରିଥିଲେ।ଏହି ସମୟରେ ପୀଡିତାର ବାପା ପହଞ୍ଚି ଯିବାରୁ ଆସାମୀ ପୀଡିତାକୁ ଛାଡି ଦୌଡି ପଳାଇଥିଲା ଏବଂ ପୀଡିତା ତାଙ୍କ ବାପାକୁ ଘଟଣା ବିଷୟରେ କହିଥିଲେ। ଏହାପରେ ପୀଡିତାର ବାପା ତା ୧୩/୫/୨୦୨୩ ରିଖ ସକାଳେ ତେଲକୋଇ ଥାନାରେ ଲିଖିତ ଅଭିଯୋଗ କରିବା ପରେ ତେଲକୋଇ ଥାନା କେଶ ରୁଜୁ ହୋଇ ୧୪ ତାରିଖରେ ଆସାମୀକୁ ଦଫା ୪୫୦/୩୭୬/୫୦୬ ଓ ପୋକ୍ସ ଧାରା ୬ ରେ ଗିରଫ କରି କୋର୍ଟ ଚାଲାଣ କରିଥିଲା ।

ସୋମବାର ଫାଷ୍ଟଟ୍ରାକ୍ କୋର୍ଟର ମାନ୍ୟବର ବିଚାରପତି ବିଜୟ କୁମାର ମିଶ୍ର ୧୮ ଜଣ ସାକ୍ଷୀଙ୍କ ବୟାନ ଓ ପୋଲିସ ତଦନ୍ତକୁ ଭିତ୍ତି କରି ଆସାମୀକୁ ଉପରୋକ୍ତ ଦଣ୍ଡ ଶୁଣାଇବା ସହ ପୀଡିତାକୁ ୫ଲକ୍ଷ ଟଙ୍କା ଅନୁକମ୍ପାମୂଳକ ରାଶି ପ୍ରଦାନ ନିମନ୍ତେ ଜିଲ୍ଲା ଆଇନସେବା ପ୍ରାଧିକରଣକୁ ନିର୍ଦ୍ଦେଶ ଦେଇଛନ୍ତି । ସରକାରଙ୍କ ତରଫରୁ ସ୍ୱତନ୍ତ୍ର ପିପି ଜ୍ଞାନେନ୍ଦ୍ର ନାଥ ଜେନା ମକଦ୍ଦମା ପରିଚାଳନା କରୁଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

Pahalgam Attack: କ୍ୟାମେରାରେ ରେକର୍ଡ ହେଲା ଭୟଙ୍କର ଦୃଶ୍ୟ

ନୂଆଦିଲ୍ଲୀ,୨୩।୪: ଜମ୍ମୁ ଓ କଶ୍ମୀରର ପାହାଲଗାମରେ ଏକ ଭୟଙ୍କର ଆତଙ୍କବାଦୀ ଆକ୍ରମଣ ଘଟିଛି। ଆତଙ୍କବାଦୀମାନେ ପର୍ଯ୍ୟଟକଙ୍କୁ ଟାର୍ଗେଟ କରି ଏହି ଆକ୍ରମଣ କରିଥିବା ଜଣାପଡିଛି। ଏହି...

ମୋଦିଙ୍କ ସହ ଏକାଠି ହେଲେ ଟ୍ରମ୍ପ-ପୁଟିନ୍‌, ପାକ୍‌ ଉପରେ ହେବ ବଡ଼ ଏୟାରଷ୍ଟ୍ରାଇକ୍‌!

ନୂଆଦିଲ୍ଲୀ,୨୩।୪: ଜମ୍ମୁ-କଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ୨୮ ଜଣଙ୍କ ମୃତ୍ୟୁ ହୋଇଛି। ପର୍ଯ୍ୟଟକଙ୍କ ଉପରେ ଆତଙ୍କବାଦୀ ଆକ୍ରମଣ ପରେ, ତଦନ୍ତ ଏଜେନ୍ସିଗୁଡ଼ିକ ତଦନ୍ତ ଆରମ୍ଭ...

ଉଦଳାରୁ ୱେଷ୍ଟ ବେଙ୍ଗଲ କାଠ ଚାଲାଣ : ମାଡ଼ିବସିଲା ବନ ବିଭାଗ

ଉଦଳା,୨୩।୪ (ସନ୍ତୋଷ କୁମାର ବାଛିନି): ବନ ବିଭାଗକୁ ବୋକା ବନାଇ ସମସ୍ତଙ୍କ ସାମ୍ନାରେ କରୁଥିଲେ ଲୁଟ୍‌। ଗୋଟିଏ ଜାଗା ପାଇଁ ପୁରୁଣା ଅନୁମତି ପତ୍ର ଥିବା...

ଦିଲ୍ଲୀରେ ହଲଚଲ: ଡୋଭାଲଙ୍କୁ ବଡ଼ ଦାୟିତ୍ୱ, ଥରିଲା ପାକିସ୍ତାନ

ନୂଆଦିଲ୍ଲୀ,୨୩।୪: ଜମ୍ମୁ-କଶ୍ମୀରର ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଶ୍ରୀନଗରରେ ପହଞ୍ଚିଛନ୍ତି। ଏହା ପରେ ସେ ଆକ୍ରମଣ ସ୍ଥାନକୁ ମଧ୍ୟ ଯାଇଛନ୍ତି।...

ସୁନ୍ଦର କରିବ କିସ୍‌ମିସ୍‌

ଡ୍ରାଏଫ୍ରୁଟ୍‌ଭାବେ କିସ୍‌ମିସ୍‌ ବ୍ୟବହାର କରାଯାଏ। କିନ୍ତୁ ତ୍ୱଚାକୁ ସୁନ୍ଦର ଓ ଅଧିକ ଗ୍ଲୋ କରିବା ପାଇଁ ମଧ୍ୟ ଏହାକୁ ବ୍ୟବହାର କରିହେବ। ଏଥିପାଇଁ ଜାଣିରଖନ୍ତୁ ଉପାୟ…....

Pahalgam Terror Attack:‘ପାକିସ୍ତାନର ରିଆକ୍ସନ ହେବ ହାର୍ଡ’, ଆତଙ୍କବାଦୀ ଆକ୍ରମଣକୁ ନେଇ ଏମିତି କହିଲେ PAK ପୂର୍ବତନ ହାଇ କମିଶନର

ଶ୍ରୀନଗର,୨୩।୪: ମଙ୍ଗଳବାର (୨୨ ଏପ୍ରିଲ) କଶ୍ମୀରର ପହଲଗାମରେ ହୋଇଥିବା Terror Attack ସମଗ୍ର ବିଶ୍ୱରେ ହଇଚଇ ସୃଷ୍ଟି କରିଛି। ବିଶ୍ୱର ସମସ୍ତ ଦେଶର ନେତାମାନେ ଏହି...

ପିଲା ମିଛ କହୁଛି କି ?

ଭୟରେ ହେଉ ଅବା ଅନ୍ୟ କିଛି କାରଣ ପାଇଁ ପିଲାମାନେ ବେଳେବେଳେ ମିଛ କହି ଦିଅନ୍ତି। ତେବେ ଛୋଟବେଳରୁ ସେମାନଙ୍କର ଏହି ଅଭ୍ୟାସ ବଦଳାଇବା ଦରକାର।...

Pahalgam Terror Attack: କଶ୍ମୀରରେ ପହଞ୍ଚି ଭୋ ଭୋ ହୋଇ କାନ୍ଦିଲେ ଅପରାଜିତା, କହିଲେ…

ନୂଆଦିଲ୍ଲୀ,୨୩।୪: ଜମ୍ମୁ କଶ୍ମୀରର ପହଲଗାମରେ ଆତଙ୍କବାଦୀମାନେ ପର୍ଯ୍ୟଟକଙ୍କ ଉପରକୁ ଗୁଳିବର୍ଷା କରିବା ଘଟଣା ପୁରା ଦେଶକୁ ସ୍ତବ୍ଧ କରିଦେଇଛି। ଏହି ଘଟଣା କେବଳ ଦେଶ ନୁହେଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image