Posted inଖେଳ

ବିବାହ ବାର୍ଷିକୀରେ ମା’ ହେଲେ ଜ୍ୱାଲା ଗୁଟ୍ଟା: ଖୁସି ହେଲା ଦ୍ୱିଗୁଣିତ

ଚେନ୍ନାଇ,୨୨।୪: ପୂର୍ବତନ ଭାରତୀୟ ବ୍ୟାଡମିଣ୍ଟନ ତାରକା ଜ୍ୱାଲା ଗୁଟ୍ଟା ମା’ ହୋଇଛନ୍ତି। ସେ କନ୍ୟା ସନ୍ତାନ ଜନ୍ମ ଦେଇଛନ୍ତି। ଏହାସହ ଜ୍ୱାଲାଙ୍କ ଖୁସି ଦ୍ୱିଗୁଣିତ ହୋଇଛି। କାରଣ ସେ ବିବାହ ବାର୍ଷିକୀରେ ମା’ ହୋଇଛନ୍ତି। ଜ୍ୱାଲା ୨୨ ଏପ୍ରିଲ ୨୦୨୧ରେ ତାମିଲ ଅଭିନେତା ବିଷ୍ଣୁ ବିଶାଲଙ୍କୁ ବିବାହ କରିଥିଲେ। ଏବେ ୨୨ ଏପ୍ରିଲ ୨୦୨୫ରେ ସେ ଏକ କନ୍ୟା ସନ୍ତାନକୁ ଜନ୍ମ ଦେଇଛନ୍ତି।

ଜ୍ୱାଲାଙ୍କ ମା’ ହେବାର ଖବର ତାଙ୍କ ସ୍ବାମୀ ବିଷ୍ଣୁ ଇନଷ୍ଟାଗ୍ରାମରେ ଶେୟାର କରିଛନ୍ତି। ସେ ପୋଷ୍ଟରେ ଝିଅ ହାତର ଏକ ଫଟୋ ଶେୟାର କରି ଲେଖିଛନ୍ତି, ଆମ ଚତୁର୍ଥ ବିବାହ ବାର୍ଷିକୀରେ ଆମେ ଏହି ଉପହାର ପାଇଲୁ।

ଜ୍ୱାଲା ଗୁଟ୍ଟା ବିଷ୍ଣୁଙ୍କ ଦ୍ୱିତୀୟ ପତ୍ନୀ। ୨୦୧୯ ମସିହାରୁ ପରସ୍ପରକୁ ଡେଟ କରିବା ପରେ, ଦୁହେଁ ୨୦୨୧ ମସିହାରେ ବିବାହ କରିଥିଲେ।
ବ୍ୟାଡମିଣ୍ଟନ କୋର୍ଟରେ ତାଙ୍କର ଚମତ୍କାର ଖେଳ ବ୍ୟତୀତ, ଜ୍ୱାଲା ଗୁଟ୍ଟା ତାଙ୍କ ବ୍ୟକ୍ତିଗତ ଜୀବନ ପାଇଁ ମଧ୍ୟ ଚର୍ଚ୍ଚାରେ ଥା’ନ୍ତି। ଜ୍ୱାଲାଙ୍କ ନାମ ପୂର୍ବତନ ଭାରତୀୟ କ୍ରିକେଟ ଅଧିନାୟକ ମହମ୍ମଦ ଆଝାରୁଦ୍ଦିନଙ୍କ ସହ ମଧ୍ୟ ଜଡିତ ଥିଲା।

ବିଷ୍ଣୁ ବିଶାଲ ମଧ୍ୟ ଜ୍ୱାଲାଙ୍କ ଦ୍ୱିତୀୟ ସ୍ବାମୀ ଥିଲେ। ସେ ପ୍ରଥମେ ବ୍ୟାଡମିଣ୍ଟନ ଖେଳାଳି ଚେତନ ଆନନ୍ଦଙ୍କୁ ବିବାହ କରିଥିଲେ। କିନ୍ତୁ, ୨୦୦୫ ମସିହାରେ ହୋଇଥିବା ସେହି ବିବାହ ୨୦୧୧ ମସିହାରେ ଭାଙ୍ଗିଯାଇଥିଲା।

 

View this post on Instagram

 

A post shared by Vishnu Vishal (@thevishnuvishal)


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ପାଇଁ…

ଅନୁଗୋଳ,୩୧ା୧୨: ଜମି ମ୍ୟୁଟେସନ କେସ୍‌ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ...

ଉଷୁ କପ ପ୍ରତିଯୋଗିତାରେ ବଲାଙ୍ଗୀରକୁ ୩ ପଦକ, ଜିଲା ପ୍ରଶାସନ ପକ୍ଷରୁ ଖେଳାଳୀଙ୍କୁ ସମ୍ବର୍ଦ୍ଧନା

ବଲାଙ୍ଗୀର,୩୧/୧୨ -( ସୁନିଲ କୁମାର ମହାନ୍ତି): ଦ୍ବିତୀୟ ତମ ଜାତୀୟ ଫେଡେରେସନ ଉଷୁ କପ ପ୍ରତିଯୋଗିତା ଛତିଶଗଡ଼ ଠାରେ ଅନୁଷ୍ଠିତ ହୋଇଥିଲା । ଏହି ପ୍ରତିଯୋଗୀତା...

ବାଇକ୍‌କୁ ଧକ୍କାଦେଲା ବାଇକ୍‌, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...

ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୪୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ  

ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ  ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର  ଗଣିଆନାଳ ଛକ...

ହାତରେ ମଦ ବୋତଲ ଧରି ବୁଲୁଛନ୍ତି ତେନ୍ଦୁଲକରଙ୍କ ଝିଅ ସାରା, ଭିଡିଓ ଭାଇରାଲ୍

ଗୋଆ,୩୧ା୧୨: କ୍ରିକେଟ୍ ଦୁନିଆର ମହାନ ଖେଳାଳି ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ଏବେ ଚର୍ଚ୍ଚାରେ। ନିକଟରେ ସାରାଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍...

ନୂଆବର୍ଷରୁ ଶନିଙ୍କ ସାଢେ ସାତ ଚାଲି ଆରମ୍ଭ; ଏହି ୩ ରାଶିର ଖରାପ ଟାଇମ ଷ୍ଟାର୍ଟ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହରାଜ ଶନିଙ୍କୁ କର୍ମଫଳ ଦାତା ଓ ନ୍ୟାୟ ପ୍ରଦାତା ଗ୍ରହ ଭାବେ ଗଣନା କରଯାଇଥାଏ । ଶନି ଯେତେବେଳେ ଗୋଟିଏ ରାଶିରେ ଦୀର୍ଘ...

କେମିତି ରହିବ ମୋଦି-ଟ୍ରମ୍ପଙ୍କ ୨୦୨୬? ଭବିଷ୍ୟବାଣୀରେ ଜଣାପଡିଲା ସତ!

୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ୨୦୨୬ ଏବେ ପାଖେଇ ଆସୁଛି। ୨୦୨୬ ବର୍ଷ ଲୋକଙ୍କ ପାଇଁ କିପରି ହେବ ସେ ବିଷୟରେ ଜ୍ୟୋତିଷମାନେ ଭବିଷ୍ୟବାଣୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri