ମା’ ଶୀତଳା ଠାକୁରାଣୀଙ୍କ ଯାତ୍ରା ପାଇଁ କାଇଁଚପୁର ଚଳଚଞ୍ଚଳ

ଗଞ୍ଜାମ,୧ା୪(ବିଦ୍ୟାଧର ସାହୁ): ଆସନ୍ତା ୩୦ରେ ଆରମ୍ଭ ହେବ ମା’ ଶୀତଳା ଠାକୁରାଣୀଙ୍କ ଯାତ୍ରା l ଏଥିପାଇଁ ଚଳଚଞ୍ଚଳ ହୋଇ ଉଠିଲାଣି ସମଗ୍ର କାଇଁଚପୁର ଅଞ୍ଚଳ l ମଙ୍ଗଳବାର ଅପରାହ୍ନରେ ଗ୍ରାମର ରେଡି ସାହିଠାରେ ପୂଜକ ଲକ୍ଷ୍ମୀ ନାରାୟଣ ପଣ୍ଡାଙ୍କ ଦ୍ୱାରା ପୂଜାର୍ଚ୍ଚନା ପରେ ମା’ଙ୍କ ଭୂମି ପୂଜା ଏବଂ ଶୁଭଖୁଣ୍ଟ ସ୍ଥାପନ କରାଯାଇଥିଲା l ଏହି ଉପଲକ୍ଷେ କୈବର୍ତ୍ତ ସାହିରେ ଠାକୁର ବାୟାଧର ଏବଂ ଦଳେଇପୁଟ ସାହିରେ ମାଲୁଆଣୀ ଠାକୁରାଣୀ ଏବଂ ରେଡି ସାହିରେ ମା’ ଶୀତଳାଇଙ୍କ ତିନୋଟି ଶୁଭଖୁଣ୍ଟି ସ୍ଥାପନ କରାଯାଇଥିଲା l ଯାତ୍ରା ପରିଚାଳନା କମିଟି ସଭାପତି ତଥା ୧୫ ନଂ ଜିଲା ପରିଷଦ ସଭ୍ୟ ସନାତନ ବେହେରା, ସମ୍ପାଦକ ଭାଗ୍ୟ ରେଡ୍ଡୀ, କୋଷାଧକ୍ଷ ପିଡ୍‌. କ୍ରିଷ୍ଣା ରେଡି, ପୂର୍ବତନ ସରପଞ୍ଚ ଗୋବିନ୍ଦ ରେଡ୍ଡୀ, ଶାନ୍ତି କମିଟି ସଦସ୍ୟ କେ ରଜନୀ ରେଡ୍ଡୀ, ଈଶ୍ୱର ସେଠୀ, ଗ୍ରାମ ଠାକୁରାଣୀଙ୍କ ପୂଜକ ଲଚ୍ଛମନ ରେଡ୍ଡୀଙ୍କ ସମେତ ଗ୍ରାମର ଭଦ୍ର ବ୍ୟକ୍ତିମାନେ ଉପସ୍ଥିତ ଥିଲେ। ଏହି ଯାତ୍ରା ମେ’ ମାସ ୧୫ ପର୍ଯ୍ୟନ୍ତ ଚାଲିବ ବୋଲି ଗ୍ରାମବାସୀଙ୍କ ପକ୍ଷରୁ କୁହାଯାଇଛି l ଏଥିପାଇଁ ରାମଦୋଳି, ମିନା ବଜାର ଆଦିଙ୍କୁ ପୂର୍ବରୁ ନିମନ୍ତ୍ରଣ କରାଯାଇଛି l ଏଥିସହ ଭକ୍ତ ଓ ଦର୍ଶକଙ୍କ ମନୋରଞ୍ଜନ ପାଇଁ ଅପେରା ଦୁର୍ଗା ମନ୍ଦିର ନାଟକ ପରିବେଷଣ କରିବା କାର୍ଯ୍ୟକ୍ରମ ରହିଛି l ପୂର୍ବରୁ ଏହି ଯାତ୍ରା ତିନି ବର୍ଷକୁ ଥରେ ଅନୁଷ୍ଠିତ ହେଉଥିଲା କିନ୍ତୁ କୌଣସି କlରଣରୁ ତାହା ବନ୍ଦ ହୋଇଯାଇଥିଲା। ୧୨ର ବର୍ଷ ପରେ ଚଳିତ ମା’ଙ୍କ ଯାତ୍ରା ଅନୁଷ୍ଠିତ ହେଉଥିବାରୁ କାଇଁଚପୁର ଗ୍ରାମ ଉତ୍ସବ ମୁଖର ହୋଇ ଉଠିଛି। ଏହି ଯାତ୍ରା ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ବୋଲି ଗ୍ରାମର ଉଦୀୟମାନ ଯୁବକ ମାସେନୁ ରେଡ୍ଡୀ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

ଫାଟିଲା ଗ୍ୟାସ ଟାଙ୍କି: ଜଳିଗଲା…

ପୁରୀ,୧୫।୪: ପୁରୀ ଜିଲା କୃଷ୍ଣପ୍ରସାଦ ପଣାଯାତ୍ରା ବେଳେ ଅଘଟଣ ଘଟିଛି। ପଣାଯାତ୍ରା ପଡିଆରେ ୫ ଦୋକାନ ଜଳି ଯାଇଛି। ହଠାତ୍‌ ଗ୍ୟାସ ଟାଙ୍କି ଅଗ୍ନିକାଣ୍ଡ ଘଟିଛି।...

ତାଣ୍ଡବ ରଚିଲା କାଳବୈଶାଖୀ: ଏକାଧିକ ଘର ଛପର ଉଡିଲା

ଦାରିଙ୍ଗବାଡି, ୧୫।୪ (ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳରେ ମଙ୍ଗଳବାର ଅପରାହ୍ନ ରେ ପ୍ରବଳ ଝଡ଼ ତୋଫାନ ସହ ବିଜୁଳି ଏବଂ ଘଡ଼ଘଡ଼ି ସହ ପ୍ରବଳ...

ଥାନା ସ୍ଥାପନ ଦାବି ତେଜିଲା

ଦେବଗଡ଼,୧୫।୪(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ଅନ୍ତର୍ଗତ କଣ୍ଢଳ ଗ୍ରାମରେ ଥାନା କିମ୍ବା ପୋଲିସ ଫାଣ୍ଡି ସ୍ଥାପନ ପାଇଁ ଅଞ୍ଚଳବାସୀଙ୍କ ପକ୍ଷରୁ ସରକାରଙ୍କ...

ଅଗ୍ନି ସୁରକ୍ଷା ପ୍ରତି ସମର୍ପିତ ହୁଅ

ସମ୍ବଲପୁର,୧୫ା୪(ପ୍ରମୋଦ ବହିଦାର): ସୁରକ୍ଷିତ ମାନବସମ୍ବଳ ଦ୍ୱାରା ଦେଶର ଆର୍ଥତ୍କ ଉନ୍ନତି ଓ ପ୍ରଗତି ସମ୍ଭବ। ସମ୍ବଲପୁର ରିଜର୍ଭ ପୋଲିସ ଲାଇନ୍‌ ପଡ଼ିଆରେ ଜିଲା ଅଗ୍ନିଶମ ବିଭାଗ...

ପାଣି ପାଇଁ ଛଟପଟ ଗ୍ରାମବାସୀ

ଝାରସୁଗୁଡ଼ା,୧୫।୪(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲା ସଦର ବ୍ଲକ ଅଧୀନ କୁ. କଣ୍ଟାପାଲି ଗ୍ରାମରେ ଥିବା ଜଳ ଯୋଗାଣ ବିଭାଗ ଟ୍ରାନ୍ସଫର୍ମର ଗତ ବୁଧବାର ରାତିଠାରୁ...

ମଦ ଚୋରାଚାଲାଣ ବେଳେ ଧରିଲେ ଗ୍ରାମବାସୀ

ବେହେରା,୧୫ା୪ (ଭୂପେଶ ତିୱାରୀ): କଳାହାଣ୍ଡି ଜିଲା ଧର୍ମଗଡ ବ୍ଲକ ବେହେରାଠାରେ ଥିବା ବିଦେଶୀ ମଦ ଦୋକାନର ଦୁଇଜଣ କର୍ମଚାରୀ ବିଦେଶୀ ମଦ ଚୋରା ଚାଲାଣ କରୁଥିବା...

ଅଧିକ ପାଠପଢ଼ି ଭବିଷ୍ୟତ ଉଜ୍ଜ୍ୱଳ ଲାଗି ଆହ୍ବାନ

ଭଞ୍ଜନଗର,୧୫।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ପଦାର୍ଥ ବିଜ୍ଞାନ ବିଭାଗର ଯୁକ୍ତ ୩ ଶେଷ ବର୍ଷ ଛାତ୍ରୀ ଛାତ୍ରଙ୍କୁ...

ସେବାଶ୍ରମ ଛାତ୍ରୀଛାତ୍ରଙ୍କୁ ମହୁମାଛି ଆକ୍ରମଣ: ୪୦ରୁ ଉର୍ଦ୍ଧ୍ୱ ଛାତ୍ରୀଛାତ୍ରଙ୍କୁ କାମୁଡିଲା, ୪ ଗୁରୁତର

ଦାରିଙ୍ଗବାଡି, ୧୫।୪ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବାଡାବାଙ୍ଗା ପଞ୍ଚାୟତରେ ଥିବା ସେବାଶ୍ରମରେ ମହୁମାଛି ଆକ୍ରମଣରେ ପ୍ରାୟ ୪୦ରୁ ଉର୍ଦ୍ଧ ଛାତ୍ରୀଛାତ୍ର ଆହତ ହୋଇଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image