କାଳବୈଶାଖୀରେ ସ୍କୁଲ ଛପର ଉଡ଼ିଗଲା

ପାଟଣା,୧୫ା୬(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ଅଞ୍ଚଳରେ ଗୁରୁବାର ରାତିରେ କାଳବୈଶାଖୀ ତାଣ୍ଡବ ରଚିଛି। ଏଥିରେ ପାଟଣା ବ୍ଲକ୍‌ ଚିନାମାଳୀପଶି ହାଇସ୍କୁଲରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ଛପର ଉଡିଯିବା ସହ ବହୁ ମୂଲ୍ୟବାନ ସାମଗ୍ରୀ ନଷ୍ଟ ହୋଇଯାଇଛି। ସ୍କୁଲ ଖୋଲିବା ପୂର୍ବରୁ ମରାମତି କରିବାକୁ ଅଭିଭାବକ ଦାବି କରିଛନ୍ତି।
ସୂଚନା ମୁତାବକ, ଗତ ବର୍ଷ ଲକ୍ଷ୍ମୀ ନାରାୟଣ ଉଚ୍ଚ ବିଦ୍ୟାଳୟର ୫-ଟି ଅଧୀନରେ ରୂପାନ୍ତରୀକରଣ ହୋଇଥିଲା। କାଳବୈଶାଖୀ ପ୍ରଭାବରେ ଝଡ଼ତୋଫାନରେ ସ୍ମାର୍ଟ କ୍ଲାସ ରୁମ୍‌ ସହ ସାଇନ୍ସଲ୍ୟାବର ଛପର ଉଡିଯିବା ସହ ସିଲିଂ ଭାଙ୍ଗି ଚୁରମାର ହୋଇଯାଇଛି। ଏଥିସହ ସ୍ମାର୍ଟ କ୍ଲାସ୍‌ରୁମରେ ଥିବା ୨ଟି ସ୍ମାର୍ଟ ବୋର୍ଡ ବର୍ଷା ପାଣିରେ ଭିଜିବା ସହ, ବୈଦ୍ୟୁତିକ ସାମଗ୍ରୀ, ଡେସ୍କ, ବିଜ୍ଞାନ ଉପକରଣ ଭାଙ୍ଗି ଯାଇଛି। ସ୍କୁଲରେ ୯ମ ଓ ୧୦ ଶ୍ରେଣୀରେ ମୋଟ ୯୪ ଛାତ୍ରୀଛାତ୍ର ଅଧ୍ୟୟନ କରୁଛନ୍ତି। ଜୁନ ୧୮ରେ ବିଦ୍ୟାଳୟ ଖୋଲିବାକୁ ଥିବା ବେଳେ ବିଦ୍ୟାଳୟରେ ଛାତ୍ରୀଛାତ୍ରମାନେ କେଉଁଠି ବସି ପଢିବେ ସେ ନେଇ ଶିକ୍ଷକ ଓ ଅଭିଭାବକ ଚିନ୍ତାରେ ପଡିଛନ୍ତି। ସ୍କୁଲ ଖୋଲିବା ପୂର୍ବରୁ ଯୁଦ୍ଧକାଳୀନ ଭିତ୍ତିରେ କ୍ଲାସ୍‌ ରୁମ୍‌ ମରାମତି କରାଯିବାକୁ ସ୍ଥାନୀୟ ସରପଞ୍ଚ ଝୁମିତା ନାୟକଙ୍କ ସହ ମୋ ସ୍କୁଲ ଅଭିଯାନ ସଭାପତି ପ୍ରଦୀପ ନାୟକ ଦାବି କରିଛନ୍ତି। ପ୍ରଧାନ ଶିକ୍ଷକ ସାଧୁ ଚରଣ ପ୍ରଧାନ ସ୍କୁଲ ଖୋଲିବା ପୂର୍ବରୁ ଶ୍ରେଣୀଗୃହ ମରାମତି କରିବାକୁ ପାଟଣାର ନବ ନିର୍ବାଚିତ ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କୁ ନିବେଦନ କରିଛନ୍ତି। ଜିଲା ଶିକ୍ଷା ଅଧିକାରୀ ଗୌରୀରାଣୀ ନାୟକ କହିଛନ୍ତି, ସ୍କୁଲ ଖୋଲିବା ପୂର୍ବରୁ ଶ୍ରେଣୀ ଗୃହ ମରାମତି କରିବାକୁ ଚେଷ୍ଟା କରାଯିବ। ବିଧାୟକଙ୍କ ନିର୍ଦ୍ଦେଶ କ୍ରମେ ପାଟଣା ବିଡିଓ ଶିବ ଶଙ୍କର ମୁର୍ମୁ, ସହକାରୀ ଯନ୍ତ୍ରୀ ସିଦ୍ଧ ମାଝୀ ଓ ଯନ୍ତ୍ରୀ ସୀତାକାନ୍ତ ବେଉରିଆ ପ୍ରମୁଖ ଘଟଣାସ୍ଥଳ ପରିଦର୍ଶନ କରି ଫେରିଛନ୍ତି। ବିଡିଓ କହିଛନ୍ତି, ଦିନେ ୨ ଦିନ ମଧ୍ୟରେ ପୁନଃ ସ୍କୁଲ ଗୃହ ନିର୍ମାଣ କାର୍ଯ୍ୟ ଆରମ୍ଭ କରାଯିବ। ଅନ୍ୟପକ୍ଷେ ବର୍ଷା, ପବନ ପ୍ରଭାବରେ ପାଟଣାରୁ କେନ୍ଦୁଝର ମଇଦାନ କେଲ ରାସ୍ତା, ଚିନାମାଳୀପଶିରୁ ଭୀମକୁଣ୍ଡ ରାସ୍ତାର ଗୋଧିରାମ ପଡ଼ା ନିକଟରେ ଗଛ ପଡ଼ି ରାସ୍ତା ଅବରୋଧ ହୋଇଥିଲା। ବିଭିନ୍ନ ସ୍ଥାନରେ ଗଛ ପଡ଼ି ତୁରୁମୁଙ୍ଗା ସବ୍‌ ଡିଭିଜନର ବିଭିନ୍ନ ଗଁାରେ ବିଦ୍ୟୁତ୍‌ ସରବରାହ ବ୍ୟାଘାତ ହୋଇଥିଲା। ୧୭ ଘଣ୍ଟା ପରେ କେତେକ ସ୍ଥାନକୁ ବିଦ୍ୟୁତ ସେବା ସ୍ବଭାବିକ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଳସମ୍ପଦର ସୁରକ୍ଷା ପାଇଁ ଶପଥ ପାଠ

ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର)-ଦିଗପହଣ୍ଡି ସ୍ଥିତ ଘୋଡାହାଡ ପାଣି ପଞ୍ଚାୟତ ଶୀର୍ଷ କମିଟି କାର୍ଯ୍ୟାଳୟ ପରିସରରେ ରବିବାର ବିଭାଜନ ସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ପାଳନ ସମାରୋହ...

ଦୁଇ ବାଇକ୍‌ ମୁହାଁମୁହିଁ, ଚାଲିଗଲା ଦୁଇ ଜୀବନ 

ନବରଙ୍ଗପୁର,୨୨।୧୨(ସଦାଶିବ ପ୍ରହରାଜ): ନବରଙ୍ଗପୁର ସହର ଗ୍ଲେଜ ହୋଟେଲ ସମ୍ମୁଖ ରାସ୍ତାରେ ଦୁର୍ଘଟଣା ଘଟି ୨ ବାଇକ୍‌ ଚାଳକଙ୍କ ମୃତ୍ୟୁ ହୋଇଛି। ସେମାନେ ହେଲେ ବଡ଼ଡାଇଭଟ୍ଟା ଅଞ୍ଚଳର...

ଦୁଇ ଦିନିଆ ରାୟଗଡ଼ା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ: ସଜେଇ ହେଉଛି ସହର

ରାୟଗଡ଼ା,୨୨।୧୨(ଆଶିଷ ରଞ୍ଜନ ପଣ୍ଡା)- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଡିସେମ୍ବର ୨୬ରେ ଦୁଇ ଦିନିଆ ରାୟଗଡ଼ା ଜିଲା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ସମୟରେ...

ରାତ୍ର ଜଗୁଆଳିଙ୍କ ଭରସାରେ ଅବକାରୀ ଥାନା: ଖବର ପ୍ରକାଶ ପରେ ମଧ୍ୟ ଅବକାରୀ ବିଭାଗର ଭାଙ୍ଗୁନି ନିଦ

ଥୁଆମୂଳ ରାମପୁର,୨୨।୧୧(ଦୁର୍ଗା କୀର୍ତ୍ତି) କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ଥିବା ଅବକାରୀ ଅଫିସ ବାହାର ଓ ଭିତର ଗେଟ ପ୍ରାୟ ଅଧିକାଂଶ ମାସ ହେବ...

ଦୁର୍ବଳ ହେଉଛି ସଙ୍ଗଠନ: ଧରାପଡ଼ିଲେ ୧୩ ମାଓବାଦୀ

ମାଲକାନଗିରି,୨୨ା୧୨(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ବିଜାପୁର ଜିଲାର ଦୁଇଟି ସ୍ଥାନରୁ ୮ ଓ ସୁକମା ଜିଲା ପୋଲିସ ଦ୍ୱାରା ୪ ଲକ୍ଷ ପୁରସ୍କାର ଘୋଷିତ ୫ ମୋଟ...

ଜାନୁଆରୀ ୧ରୁ ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ

ଭୁବନେଶ୍ୱର,୨୨।୧୨: ଜାନୁଆରୀ ୧ରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ମହାପ୍ରଭୁଙ୍କ ଧାଡ଼ି ଦର୍ଶନ। ଏନେଇ ୨୭ ଏବଂ ୨୮ ତାରିଖ ସୁଦ୍ଧା ପରିବର୍ତ୍ତନ ପ୍ରକ୍ରିୟା କ୍ରିୟାନୁୟନ ହୋଇଯିବ।...

ଶ୍ରେଷ୍ଠ ସ୍ଥାନ ଅଧିକାର କଲେ ଶ୍ୱେତାଶ୍ରୀ: ଜିତିଲେ ସ୍ବର୍ଣ୍ଣପଦକ

ଛତ୍ରପୁର,୨୨ା୧୨(ଦିଲୀପ ସାମଲ): ଭୁବନେଶ୍ୱର ସି. ଭି. ରମଣ ଗ୍ଲୋବାଲ ବିଶ୍ୱବିଦ୍ୟାଳୟରେ ଆୟୋଜିତ ପଞ୍ଚମ ସମାବର୍ତ୍ତନ ଉତ୍ସବରେ ବିଟେକ କମ୍ପ୍ୟୁଟର ଇଞ୍ଜିନିୟରିଂ ବିଭାଗରେ ଛତ୍ରପୁରର ଶ୍ୱେତାଶ୍ରୀ ଶତପଥୀ...

ବର୍ଷା ଉଜାଡ଼ିଲା ମୁଗ ଫସଲ

ଧରାକୋଟ,୨୨ା୧୨(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଦୁଇଦିନର ଲଘୁଚାପ ଜନିତ ଲଗାଣ ବର୍ଷା ଧରାକୋଟ ଅଞ୍ଚଳର ବିଭିନ୍ନ ପଞ୍ଚାୟତର ଏକର ଏକର ଜମିରେ ପାଣି ଜମି ରହିଛି। ଏହାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri