ତାଣ୍ଡବ ରଚିଲା କାଳବୈଶାଖୀ: ଉଡ଼ାଇ ନେଲା ଛପର, ଭାଙ୍ଗିଲା ବିଦ୍ୟୁତ୍‌ ଖୁଣ୍ଟ

ଆନନ୍ଦପୁର,୨୨ା୩(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକର ବିଭିନ୍ନ ସ୍ଥାନରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅନେକ ଘରର ଚାଳ ଛପର ଉଡ଼ାଇ ନେଇଯାଇଥିବା ବେଳେ ବି-୧୧ କେଭି ବିଦ୍ୟୁତ ଖୁଣ୍ଟକୁ ଭାଙ୍ଗି ଦେଇଛି ଏବଂ ବଡ଼ବଡ଼ ଗଛ ଉପାଡ଼ି ଦେଇଥିବା ଦେଖିବାକୁ ମିଳିଛି। ଶୁକ୍ରବାର ରାତି ୮/୩୦ରେ କାଳ ବୈଶାଖୀ ପ୍ରଭାବରେ ପବନ ସାଙ୍ଗକୁ ବର୍ଷା କୁଆପଥର ମାଡ଼ରେ କଣ୍ଟିପାଳ ପଞ୍ଚାୟତର ବାରୁଆଁ ଗ୍ରାମର ଜଗନ୍ନାଥ ନାୟକଙ୍କ ୪ ବଖରା ଘରର ଆଜେବେଷ୍ଟସ୍‌ ସମ୍ପୂର୍ଣ୍ଣ ଉଡ଼ାଇ ଫିଙ୍ଗି ଦେଇଥିବା ବେଳେ ସେହି ଗ୍ରାମର କରବୀର ନାୟକଙ୍କ ଘରେ ଏକ ଗଛ ପଡି ଘର ଭାଙ୍ଗି ଦେଇଥିଲା। ସେହିପରି ବାଉଁଶଗଡ଼ ପଞ୍ଚାୟତର ବାଲିଯୋଡ଼ି ଗ୍ରାମରେ ୧୧ କେଭି ଲାଇନ ଡିପି ଭାଙ୍ଗିଯାଇଥିବା ବେଳେ ସେହି ଗ୍ରାମର ଅର୍ଜୁନ ହୋଙ୍କ ୩ ବଖରା ଘରର ସମ୍ପୂର୍ଣ୍ଣ ଆଜବେଷ୍ଟସ୍‌ ଉଡ଼ାଇ ଫିଙ୍ଗି ଦେଇଛି। ଯାହାଫଳରେ ପରିବାର ଲୋକେ ରାତି ତମାମ ବର୍ଷାରେ ଭିଜି ଭିଜି ରାତି କଟାଇଛନ୍ତି l ଘରେ ଥିବା ସମସ୍ତ ଆସବାବପତ୍ର ବର୍ଷାରେ ଭିଜି ନଷ୍ଟ ହୋଇଯାଇଥିବାରୁ ଲୋକଙ୍କ ମେରୁଦଣ୍ଡ ଭାଙ୍ଗିଯାଇଛି ସରକାର ତରଫରୁ ସେମାନଙ୍କୁ ସହାୟତା ପାଇଁ ଗ୍ରାମବାସୀ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି

ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି  E-KYC ଅବଧି...

ପୁରୀ ହେଲା ମହାନଗର ନିଗମ: ଚଣ୍ଡିଖୋଲ ସମେତ ଏସବୁ ସହର ହେଲା NAC

ଭୁବନେଶ୍ବର,୩୧ା୧୨: ନୂଆ ବର୍ଷ ପୂର୍ବରୁ ରାଜ୍ୟର ପୌର ପ୍ରଶାସନ କ୍ଷେତ୍ରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ପବିତ୍ର ପୁରୀ ସହରକୁ ସରକାର ମହାନଗର ନିଗମର...

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ପାଇଁ…

ଅନୁଗୋଳ,୩୧ା୧୨: ଜମି ମ୍ୟୁଟେସନ କେସ୍‌ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ...

ଉଷୁ କପ ପ୍ରତିଯୋଗିତାରେ ବଲାଙ୍ଗୀରକୁ ୩ ପଦକ, ଜିଲା ପ୍ରଶାସନ ପକ୍ଷରୁ ଖେଳାଳୀଙ୍କୁ ସମ୍ବର୍ଦ୍ଧନା

ବଲାଙ୍ଗୀର,୩୧/୧୨ -( ସୁନିଲ କୁମାର ମହାନ୍ତି): ଦ୍ବିତୀୟ ତମ ଜାତୀୟ ଫେଡେରେସନ ଉଷୁ କପ ପ୍ରତିଯୋଗିତା ଛତିଶଗଡ଼ ଠାରେ ଅନୁଷ୍ଠିତ ହୋଇଥିଲା । ଏହି ପ୍ରତିଯୋଗୀତା...

ଅତ୍ୟାଚାର, ଶୋଷଣ ବିରୋଧରେ ସ୍ବର ଉତ୍ତୋଳନ ଲୋଡ଼ା

ଭଞ୍ଜନଗର,୩୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ରାଧାକୃଷ୍ଣ ପାଠାଗାରରେ ଚକରା ବିଷୋୟୀ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ‘ଚକରା ବିଷୋୟୀଙ୍କ ଐତିହାସିକ...

ବାଇକ୍‌କୁ ଧକ୍କାଦେଲା ବାଇକ୍‌, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...

ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୪୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ  

ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ  ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର  ଗଣିଆନାଳ ଛକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri