ଆସୁଛି କାଳବୈଶାଖୀ! ଏସବୁ ଜିଲାକୁ ଆଲର୍ଟ

ଭୁବନେଶ୍ୱର,୨୧।୪: ଆଜିଠୁ ତାତିରେ ଲାଗିପାରେ ବ୍ରେକ୍‌! କିଛି ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି । ଆଜି କନ୍ଧମାଳ, ଗଞ୍ଜାମ, ରାୟଗଡା, ଗଜପତି, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ନୂଆପଡା, କଳାହାଣ୍ଡି ଓ ବଲାଙ୍ଗୀର ଜିଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି । କାଳବୈଶାଖୀ ଯୋଗୁ ରାଜ୍ୟର ଅନେକ ସ୍ଥାନରେ ତାପମାତ୍ରା ୨ରୁ ୩ ଡିଗ୍ରୀ ହ୍ରାସ ହୋଇପାରେ । ଫଳରେ ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ତାତିରୁ ସାମୟିକ ଆଶ୍ୱସ୍ତି ମିଳିପାରେ ।

ସେହିପରି ଆଜି ଗ୍ରୀଷ୍ମ ପ୍ରବାହ ପାଇଁ ୩ ଜିଲାକୁ ଅରେଞ୍ଜ ଓ ୯ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ମୟୂରଭଞ୍ଜ, କେନ୍ଦୁଝର ଓ ଅନୁଗୁଳ ଜିଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ବାଲେଶ୍ୱର, ଯାଜପୁର, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, ଖୋର୍ଦ୍ଧା, କଟକ, କେନ୍ଦ୍ରାପଡା ଓ ଜଗତସିଂହପୁର ଜିଲାା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

Share