Advertisement

କାଳବୈଶାଖୀ କ୍ଷୟକ୍ଷତି ସମୀକ୍ଷା: ମନ୍ତ୍ରୀ କହିଲେ ଆଜି ମିିଳିବ ଟଙ୍କା, ଜାଣନ୍ତୁ କାହାକୁ କେମିତି ମିଳିବ…

ବାରିପଦା,୨୩ା୩: ମୟୂରଭଞ୍ଜ ଜିଲାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ବ୍ୟାପକ କ୍ଷୟକ୍ଷତି ଘଟାଇଛି। ରାଜସ୍ବ ମନ୍ତ୍ରୀସୁରେଶ ପୂଜାର ବାଙ୍ଗିରିପୋଷିରେ କ୍ଷୟକ୍ଷତି ସମୀକ୍ଷା କରିଛନ୍ତି। ମନ୍ତ୍ରୀ କହିଛନ୍ତି, କାଳବୈଶାଖୀ କ୍ଷତି ରିପୋର୍ଟ ମିଳିଛି, ଲୋକଙ୍କୁ ସମ୍ପୂର୍ଣ୍ଣ କ୍ଷୟକ୍ଷତି ଟଙ୍କା ମିଳିବ। ରବିବାର ଅନଲାଇନ୍‌ରେ ଟଙ୍କା ମିଳିବ ବୋଲି କହିଛନ୍ତି ସୁରେଶ ପୂଜାରୀ। ଯେଉଁମାନଙ୍କର ଆଧାର ଲିଙ୍କ ନାହିଁ, ତାଙ୍କୁ ସିଧାସଳଖ ଟଙ୍କା ମିଳିବ।

ମୟୂରଭଞ୍ଜ ଜିଲାରେ ୧୭ଟି ପଞ୍ଚାୟତର ଶତାଧିକ ଗାଁ ପ୍ରଭାବିତ ହୋଇଛି। ଅନେକ ଘରର ଚାଳ ଛପର ଉଡ଼ିଯାଇଛି। ଅନେକ ସ୍ଥାନରେ ବିଦ୍ୟୁତ୍‌ ଖୁଣ୍ଟ ଭାଙ୍ଗି ସରବରାହ ବ୍ୟାଘାତ ଘଟିଛି। ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ମଧ୍ୟ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ସହିତ ମୟୂରଭଞ୍ଜର କ୍ଷତିଗ୍ରସ୍ତ ଅଞ୍ଚଳ ବୁଲି ସ୍ଥିତି ଅନୁଧ୍ୟାନ କରିଛନ୍ତି।

Subscribe to Dharitri WhatsApp ChannelSubscribe to Dharitri WhatsApp Channel

Share