କଳାହାଣ୍ଡି ଜିଲାରେ ଚହଟିବ କଫି ଚାଷ

ଭବାନୀପାଟଣା,୧୩।୮(ଉତ୍ତମ କୁମାର ଦାଶ)କଫି ମହକରେ ପୁଣି ମହକିବ କଳାହାଣ୍ଡି। ଆଦିବାସୀ ଅଧ୍ୟୁଷିତ ଅଞ୍ଚଳବାସୀଙ୍କ ସାମାଜିକ ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ଆରମ୍ଭ ହୋଇଛି କଫି ଚାଷ। ଜିଲାରେ ପୁଣି ଥରେ ଚହଟିବ କଫି ଚାଷ । ୧୯୮୦ ମସିହାରେ ଜିଲାର ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ଥୁଆମୂଳ ରାମପୁର କଫି ଚାଷକୁ ନେଇ ରାଜ୍ୟ ତଥା ଦେଶରେ ଚର୍ଚ୍ଚାରେ ରହିଆସିଥିଲା । କିନ୍ତୁ ସେ ସମୟର ସଚେତନତାର ଅଭାବ ଯୋଗୁ ଅଞ୍ଚଳରେ ଲୋପ ପାଇବାକୁ ବସିଥିଲା କଫି ଚାଷ। ଯାହାର ଉଦାହରଣ ଥୁଆମୂଳ ରାମପୁର ରାସ୍ତା ଉପରେ ଥିବା କଫି ଗଛ। ବର୍ତ୍ତମାନ ମଧ୍ୟ ରାସ୍ତାର ଉଭୟ ପାର୍ଶ୍ୱରେ ଥିବା ୨୦ରୁ ଊଦ୍ଧର୍‌ବ କଫି ଗଛ ଏହି ଅଞ୍ଚଳର କଫି ଇତାହାସର ମୁକସାକ୍ଷୀ। ତେବେ ଦୀର୍ଘ ବର୍ଷ ପରେ ପୁଣି କଫି ଚାଷ ଆରମ୍ଭ ହୋଇଛି। ଏନେଇ ରାଜ୍ୟ ସରକାର କଳାହାଣ୍ଡି ଜିଲାପାଳଙ୍କୁ ଆବଶ୍ୟକୀୟ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେବା ପରେ ଥୁଆମୂଳ ରାମପୁର ବ୍ଲକରେ ଏବେ ପ୍ରଥମ ପର୍ଯ୍ୟାୟରେ ୩ଶହ ଏକର ଜମିରେ କଫି ଚାଷ ଆରମ୍ଭ ହୋଇଛି। ସେହିପରି ୨ଶହ ଏକର ଜମିରେ କଫି ଚାରା ଉତ୍ପାଦନ କରାଯାଉଛି। ଓଡ଼ିଶାର କୋରାପୁଟ କଫି ଦେଶ ତଥା ବିଦେଶରେ ବେଶ ସୁନାମ ଅର୍ଜନ କରିଛି। ରାଜ୍ୟ ସରକାରଙ୍କ ପକ୍ଷରୁ ଏହାର ବିପଣନ ବ୍ୟବସ୍ଥା ଯୋଗୁ ଏହା ବେଶ ଆଦର ଲାଭ କରିଛି। କୋରାପୁଟ କଫି ପରେ କଳାହାଣ୍ଡି ଜିଲାରେ ପୁଣି କଫି ଚାଷ ପାଇଁ ଉଦ୍ୟମ ଆରମ୍ଭ ହୋଇଛି। ରାଜ୍ୟ ସରକାରଙ୍କ ଉଦ୍ୟମରେ ଜଳଛାୟା ବିଭାଗର ଅଧିକାରୀମାନଙ୍କୁ ଡାକି କଫି ଚାଷର ଆରମ୍ଭ କରିବା ନେଇ ନିର୍ଦ୍ଦେଶ ଦେଇଥିଲେ ରାଜ୍ୟ ସରକାର। ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଯୋଜନା, କଫି ବୋର୍ଡ, ଡିଏମ୍‌ଏଫ୍‌ ଫଣ୍ଡ ଦ୍ବାରା ଜଳଛାୟା ବିଭାଗ ପକ୍ଷରୁ କଫି ଚାଷ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଥିଲା। ଯେଉଁଥିରେ ଅଞ୍ଚଳରେ ଲୋକେ ରୋଜଗାର ପାଇବା ସହ ସେହି ଅଞ୍ଚଳରେ ଥିବା ୧୦ଟି ମହିଳା ସ୍ବୟଂ ସହାୟକ ଗୋଷ୍ଠୀଙ୍କୁ ଏଥିରେ ନିୟୋଜିତ କରାଯାଇ କଫି ବଗିଚାର ରକ୍ଷଣାବେକ୍ଷଣ କରାଯାଉଛି। ଜିଲାର ଥୁଆମୂଳ ରାମପୁର ବ୍ଲକର କାଣିଗୁମା, ଗୋପିନାଥପୁର ପଞ୍ଚାୟତର ବଡବଫ୍ଲା, ମହୁଲପାଟଣା ପଞ୍ଚାୟତର ଉପର ଚବରି ଓ ମହୁଲପାଟଣାରେ କଫି ଚାଷ ଆରମ୍ଭ ହୋଇଛି। କଫି ଚାଷ କରିବା ପାଇଁ ଆଗ୍ରହ ଥିବା ଚାଷୀଙ୍କ ପ୍ରଡ୍ୟୁସର ଗୋଷ୍ଠୀ ଗଠନ କରି ଜଳଛାୟା ବିଭାଗର ମୃତ୍ତିକା ସଂରକ୍ଷଣ କମିଟି ଦାରା କଫି ଚାଷ ନିମନ୍ତେ ଆହୁରି ପଦକ୍ଷେପ ଗ୍ରହଣ କରାଯିବା ସହ ସେମାନଙ୍କୁ ବିନା ମୂଲ୍ୟରେ କଫି ଚାରା ରାଜ୍ୟ ସରକାର ଯୋଗାଇ ଦେବାର ମଧ୍ୟ ବ୍ୟବସ୍ଥା କରାଯିବ ବୋଲି ଜଳଛାୟା ପ୍ରକଳ୍ପ ନିର୍ଦ୍ଦେଶକ ପ୍ରସନ୍ନ ପ୍ରଧାନ ପ୍ରକାଶ କରିଛନ୍ତି। ସେପଟେ ରାଜ୍ୟ ସରକାରଙ୍କ ଏଭଳି ନିଷ୍ପତ୍ତି ଅଞ୍ଚଳବାସୀଙ୍କ ପାଇଁ ରୋଜଗାରର ଏକ ମାଧ୍ୟମ ପାଲଟିଥିବା ସେମାନେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଢ଼ିପାରେ ମାଟ୍ରିକ ପରୀକ୍ଷା ଫି’!

କଟକ,୨୩।୯: ମାଟ୍ରିକ ପରୀକ୍ଷାର୍ଥୀଙ୍କୁ ଫର୍ମ ପୂରଣ ବେଳେ ଏଥର ଦେୟ ଦେବାକୁ ପଡ଼ିପାରେ। କୋଭିଡ୍‌ ପରଠାରୁ ପରୀକ୍ଷାର୍ଥୀଙ୍କୁ ଫର୍ମ ପୂରଣ ବାବଦକୁ କୌଣସି ଦେୟ ଦେବାକୁ...

ବ୍ଲାକ୍‌ ଲିଷ୍ଟେଡ୍‌ କମ୍ପାନୀକୁ ପରୀକ୍ଷା ପରିଚାଳନା ଦାୟିତ୍ୱ…

ଭୁବନେଶ୍ୱର,୨୪ା୯ (ଅନୁରାଧା ମହାରଣା): ରାଜ୍ୟରେ ସରକାରୀ ପଦପଦବୀରେ ବ୍ୟାପକ ଦୁର୍ନୀତି ଅଭିଯୋଗ ଆଣିଛି ଦୁର୍ନୀତି ବିରୋଧୀ ଛାତ୍ର ସଂଗଠନ। ସୋମବାର ଆୟୋଜିତ ଖବରଦାତା ସମ୍ମିଳନୀରେ ସଂଗଠନର...

ମା’ ଲଙ୍କେଶ୍ୱରୀଙ୍କ ବିଜୟର ପର୍ବ ଖଣ୍ଡାବସା

ଖଣ୍ଡାବସାର ନାମକରଣ: ଜୁନାଗଡ଼ ସହର ବଙ୍ଗଳା ଛକ ନିକଟରେ ଦୀର୍ଘ ଦଶନ୍ଧି ଧରି କୁଳଦେବୀ ଭାବରେ ମା’ ଲଙ୍କେଶ୍ୱରୀ ପୂଜା ପାଇଆସୁଛନ୍ତି। ପୂର୍ବକାଳରେ ନାଗବଂଶୀୟ ରାଜାମାନେ...

ପୋଲିସ ମେଳି ପ୍ରସଙ୍ଗ, ଅଡୁଆରେ ଅଫିସର

ଭୁବନେଶ୍ୱର,୨୪ା୯(ସତ୍ୟଜିତ୍‌ ରାଉତ): ଭରତପୁର ଥାନା ନିର୍ଯାତନା ଘଟଣାରେ ଏକପାଖିଆ ନିଷ୍ପତ୍ତି ନିଆଯାଇ କାର୍ଯ୍ୟାନୁଷ୍ଠାନ ନିଆଯାଇଥିବା ଅଭିଯୋଗ ଉଠାଇ ଏହା ପ୍ରତିବାଦରେ ଗତ ୨୧ ତାରିଖ ଅପରାହ୍ନରେ...

ଫେରିଯିବ ମୌସୁମୀ, ଆଉ ୪ଦିନ ଲାଗି ରହିବ ବର୍ଷା

ଭୁବନେଶ୍ୱର,୨୩ା୯(ଅନୁରାଧା ମହାରଣା): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସୋମବାର ପଶ୍ଚିମ ରାଜସ୍ଥାନ ଏବଂ ଗୁଜରାଟ କଚ୍ଛର କିଛି ଅଞ୍ଚଳରୁ ବିଦାୟ ନେଇଛି। ଗତ ୧୭ ତାରିଖ ସୁଦ୍ଧା...

ସୂର୍ଯ୍ୟମନ୍ଦିର ଚତୁଃପାର୍ଶ୍ୱରେ ପୋତିହୋଇ ରହିଛି ମୂର୍ତ୍ତି

କୋଣାର୍କ,୨୪ା୯(ଜ୍ୟୋତିରାଜ ମହାନ୍ତି): ବିଶ୍ବ ଐତିହ୍ୟ କୋଣାର୍କ ସୂର୍ଯ୍ୟମନ୍ଦିର ଚତୁଃପାର୍ଶ୍ୱରେ ବାଲି ତଳେ ବହୁ ପୁରାତନ ମୂର୍ତ୍ତି ପୋତି ହୋଇରହିଛି।  ଜାତୀୟ ଭୂ-ଭୌତିକୀୟ ଗବେଷଣା ସଂସ୍ଥା (ଏନ୍‌ଜିଆର୍‌ଆଇ)...

ଦେଶରେ ପ୍ରଥମ: ଆଇଆଇଏମ୍‌ ସମ୍ବଲପୁର ପାଠପଢ଼ା ଶୈଳୀରେ ସୃଷ୍ଟି ହେବ ନୂତନ ଅଧ୍ୟାୟ

ସମ୍ବଲପୁର,୨୩ା୯(ପ୍ରମୋଦ ବହିଦାର): ଆଇଆଇଏମ୍‌ ସମ୍ବଲପୁରରେ ବଦଳିବ ଛାତ୍ରଛାତ୍ରୀଙ୍କ ପାଠପଢ଼ା ଶୈଳୀ। ପ୍ରଫେସରଙ୍କ ବଦଳରେ ଛାତ୍ରୀଛାତ୍ରଙ୍କୁ ପାଠ ପଢ଼ାଇବ ଏଆଇ(ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ)। ଯାହା ସମଗ୍ର ଦେଶରେ ପ୍ରଥମ...

କଣ୍ଟାଗାଁ ପୀଡ଼ିତାଙ୍କୁ ନ୍ୟାୟ ଦାବିରେ ତେନ୍ତୁଳିଖୁଣ୍ଟି ବନ୍ଦ

ତେନ୍ତୁଳିଖୁଣ୍ଟି, ୨୩।୯(ଚିଦାନନ୍ଦ ସାହୁ):ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ୍‌ର କଣ୍ଟାଗାଁରେ ୫ମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର ଓ ହତ୍ୟା ଘଟଣାକୁ ସପ୍ତାହେ ବିତିଯାଇଥିଲେ ମଧ୍ୟ ପୋଲିସ ହାତ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri