କଳାପାଟ-ବଡ଼ମୂଳ ରାସ୍ତା କାମ ଅଧାପନ୍ତରିଆ

ଗଣିଆ,୨୯ା୩(ସନ୍ତୋଷ କୁମାର ପ୍ରଧାନ): ନୟାଗଡ଼ ଜିଲା ଗଣିଆ-କୁତୁରୀ ପୂର୍ତ୍ତ ବିଭାଗ ରାସ୍ତାକୁ ଅକ୍ତିଆର କରିଛି ଗ୍ରାମ୍ୟ ଉନ୍ନୟନ ବିଭାଗ। ଏହି ରାସ୍ତାର ଗଣିଆଠାରୁ ବଡ଼ମୂଳ ପର୍ଯ୍ୟନ୍ତ ନବୀକରଣ ପାଇଁ ଗ୍ରାମ୍ୟ ଉନ୍ନୟନ ବିଭାଗ (ଆରଡି) ହାତକୁ ନେଇଛି। ଗତ ୫ବର୍ଷ ତଳେ ପ୍ରଥମ ପର୍ଯ୍ୟାୟରେ ଗଣିଆ ବଜାରଠାରୁ କଳାପାଟ ଠାକୁରାଣୀ ପୀଠ ପର୍ଯ୍ୟନ୍ତ ୧୦ କି.ମି. ରାସ୍ତା ନିର୍ମାଣ କାର୍ଯ୍ୟ ଶେଷ ହୋଇଯାଇଛି। ନିମ୍ନମାନର କାର୍ଯ୍ୟ ଯୋଗୁ ଉକ୍ତ ରାସ୍ତାର ଅନେକ ସ୍ଥାନରେ ଖାଲଖମା ସୃଷ୍ଟି ହୋଇଛି। ଅନ୍ୟପକ୍ଷେ ଦ୍ୱିତୀୟ ପର୍ଯ୍ୟାୟରେ ୨୦୨୨ରେ କଳାପାଟ ଠାକୁରାଣୀ ପୀଠଠାରୁ ବଡ଼ମୂଳ ୧୪ କି.ମି. ରାସ୍ତା ନିର୍ମାଣ ପାଇଁ ଗ୍ରାମ୍ୟ ଉନ୍ନୟନ ବିଭାଗ ତରଫରୁ ୫କୋଟି ୨୫ଲକ୍ଷ ୨୧ହଜାର ଟଙ୍କା ମଞ୍ଜୁର ହୋଇଥିଲା। ୧୪ କି.ମି. ରାସ୍ତା ମଧ୍ୟରୁ ୩.୫୦୦କି.ମି. କଂକ୍ରିଟ ଓ ୧୦.୫୦୦ କି.ମି. ପିଚୁ ରାସ୍ତା ପାଇଁ ଅଟକଳ ରହିଛି। ଉକ୍ତ ରାସ୍ତା ନିର୍ମାଣ କାର୍ଯ୍ୟ ୨୦୨୨ ଫେବୃଆରୀ ୨୩ରୁ ଆରମ୍ଭ ହୋଇ ୨୦୨୩ ମାର୍ଚ୍ଚ ୨୨ରେ ଶେଷ ହେବାର ଅବଧି ରହିଥିଲା। ତେବେ ବିଭାଗୀୟ ଅଧିକାରୀଙ୍କ ଉଦାସୀନତା ସାଙ୍ଗକୁ ଠିକାଦାରଙ୍କ ମନମୁଖି କାର୍ଯ୍ୟ ଯୋଗୁ କେତେବେଳେ କାର୍ଯ୍ୟ ହେଉଛି ତ ଆଉ କେତେବେଳେ କାର୍ଯ୍ୟ ବନ୍ଦ ରହୁଛି। ଏହି ରାସ୍ତାରେ ବିଛାଡି ହୋଇ ପଡିଥିବା ମେଣ୍ଟାଲ ଉପରେ ଡଷ୍ଟ ପକାଇ ରଖାଯାଇଛି। ନିର୍ମାଣ ହୋଇଥିବା କଲର୍ଭଟଗୁଡ଼ିକ ନିମ୍ନମାନର କାର୍ଯ୍ୟ ଯୋଗୁ ଅନେକ ସ୍ଥାନରେ ଏହା ଭାଙ୍ଗିରୁଜି ଯାଇଥିବା ଦେଖିବାକୁ ମିଳିଛି। ଠିକାଦାର ରାସ୍ତାର ଅନେକ ସ୍ଥାନରେ ଖୋଳି ଅଧାପନ୍ତରିଆ ଭାବେ ପକାଇ ଦେଇଥିବାରୁ ଲୋକମାନେ ଯାତାୟାତରେ ଅନେକ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ସ୍ଥାନୀୟ ଲୋକମାନେ କାର୍ଯ୍ୟ ଶେଷ ପାଇଁ ଠିକାଦାର ଓ ବିଭାଗୀୟ କନିଷ୍ଠଯନ୍ତ୍ରୀଙ୍କୁ ବାରମ୍ବାର ଅଭିଯୋଗ କଲେ ମଧ୍ୟ କେହି ବି କର୍ଣ୍ଣପାତ କରୁନାହାନ୍ତି।
ଏହି ରାସ୍ତାରେ ସ୍ଥାନୀୟ ଜନ ପ୍ରତିନିଧି ଓ ପ୍ରଶାସନିକ ଉଚ୍ଚ ପଦାଧିକାରୀମାନେ ଯାତାୟତ କରୁଥିଲେ ମଧ୍ୟ କାହାର ଦୃଷ୍ଟି ପଡୁନାହିଁ। ଉକ୍ତ ରାସ୍ତା ଦେଇ ପ୍ରତ୍ୟହ ବିଭିନ୍ନ ପ୍ରକାର ଭାରିଯାନ ଚଳାଚଳ ଦ୍ୱାରା ରାସ୍ତାର ଏକାଧିଖ ସ୍ଥାନରେ ବଡ ବଡ ଖାଲ ସୃଷ୍ଟି ହୋଇଛି। ଫଳରେ ଅସରାଏ ବର୍ଷା ହେଲେ ରାସ୍ତାରେ ଯାତାୟତ କରିବା କଷ୍ଟକର ହୋଇପଡୁଛି। ତେବେ ପୂର୍ତ୍ତ ବିଭାଗଠାରୁ ଏହି ରାସ୍ତାଟି ଗ୍ରାମ୍ୟ ଉନ୍ନୟନ ବିଭାଗକୁ ଯିବା ପରେ ଭଲ ରାସ୍ତା କାମ ହେବ ବୋଲି ସ୍ଥାନୀୟ ଲୋକେ ଆଶା କରିଥିଲେ। ହେଲେ ନିମ୍ନମାନର କାର୍ଯ୍ୟ ହେଉଛି। ପୁଣି ସେଥିରେ ବିଳମ୍ବ କରାଯାଉଥିବା ଯୋଗୁ ସାଧାରଣରେ ଅସନ୍ତେଷ ପ୍ରକାଶ ପାଇଛି। ସେହିପରି ବୃତ୍ତଙ୍ଗ ସେତୁର ପଶ୍ଚିମ ପାର୍ଶ୍ୱ ରାସ୍ତା ପାର୍ଶ୍ୱ ଧୋଇ ରାସ୍ତା ଖାଇ ଯାଇଥିବା ବେଳେ ବିଭାଗୀୟ କର୍ତ୍ତୃପକ୍ଷ ଏହାର ମରାମତି ପାଇଁ ଦୃଷ୍ଟି ଦେଉନାହାନ୍ତି। ଫଳରେ ଲଗାଣ ବର୍ଷା ହେଲେ ରାସ୍ତା ଧୋଇ ଯାତାୟତରେ ବାଧା ସୃଷ୍ଟି ହେଉଛି। ଏଥିଯୋଗୁ ବଡ଼ ଧରଣର ଦୁର୍ଘଟଣାର ଆଶଙ୍କା ଦେଖାଦେଉଛି।
ପ୍ରକାଶଯୋଗ୍ୟ, ଗଣିଆ ସାଉଥ ବଡ଼ମୂଳ ମଙ୍ଗାନାସୀଠାରେ ପ୍ରାକୃତିକ ପର୍ଯ୍ୟଟନ କେନ୍ଦ୍ର ସାତକୋଶିଆ ସ୍ୟାଣ୍ଡ ରିସୋର୍ଟ ରହିଛି। ବର୍ଷସାରା ଏଠାକୁ ଦେଶ ବିଦେଶରୁ ଅନେକ ପର୍ଯ୍ୟଟକ ଆସିଥାଆନ୍ତି। ରାସ୍ତାର ଏଭଳି ଦୂରବସ୍ଥା ଦେଖି ପର୍ଯ୍ୟଟକମାନେ ଏଠାକୁ ପୁଣିଥରେ ଆସିବା ପାଇଁ ଅନିଚ୍ଛା ପ୍ରକାଶ କରୁଛନ୍ତି। ଏ ସମ୍ପର୍କରେ ଗଣିଆ ଗ୍ରାମ୍ୟ ଉନ୍ନୟନ ବିଭାଗର କନିଷ୍ଠ ଯନ୍ତ୍ରୀ ସଞ୍ଜୟ କୁମାର ସାହୁଙ୍କୁ ପଚାରିବାରୁ ଏହି ରାସ୍ତାର ତଥ୍ୟ ମୋ ପାଖରେ ନାହିଁ , କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀଙ୍କୁ ପଚାରନ୍ତୁ ବୋଲି କହି ଏହି ପ୍ରସଙ୍ଗକୁ ଏଡାଇ ଯାଇଥିଲେ। ତେବେ ବିଭାଗୀୟ କନିଷ୍ଠ ଯନ୍ତ୍ରୀଙ୍କ ଗଣିଆରେ ଦେଖା ମିଳୁ ନ ଥିବା ବେଳେ ଏଭଳି ଦାୟିତ୍ୱହୀନ ମନ୍ତବ୍ୟ କାର୍ଯ୍ୟର ସ୍ବଚ୍ଛତା ପ୍ରତି ଅଙ୍ଗୁଳି ନିର୍ଦ୍ଦେଶ କରୁଛି। ଗ୍ରାମ୍ୟ ଉନ୍ନୟନ ବିଭାଗର ଉଚ୍ଚ କର୍ତ୍ତୃପକ୍ଷ ଏ ସଂକ୍ରାନ୍ତରେ ଦୃଷ୍ଟି ଦେବା ସହିତ ରାସ୍ତା ନିର୍ମାଣ କାର୍ଯ୍ୟ ଶେଷ କରିବା ପାଇଁ ପଦକ୍ଷେପ ନେବାକୁ ଦାବି ହୋଇଛି। ନଚେତ୍‌ ଆଗାମୀ ଦିନରେ ସ୍ଥାନୀୟ ଜନସାଧାରଣଙ୍କ ତରଫରୁ ଜନଆନ୍ଦୋଳନ କରାଯିବ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ଲକ ଅଧକ୍ଷାଙ୍କ ବିରୋଧରେ ଆଗତ ଅନାସ୍ଥାପ୍ରସ୍ତାବ: ୧୪ରେ ଭୋଟ ଗଣତି

ପାଟଣା,୩।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାପାଟଣା ବ୍ଲକ ଅଧ୍ୟକ୍ଷା ଶୁକାନ୍ତି ନାଏକଙ୍କ ବିରୋଧରେ ଜାନୁଆରୀ ୪ ତାରିଖରରେ ଅନାସ୍ଥା ପ୍ରସ୍ତାବପାଇଁ ବ୍ଲକ ସଭାଗୃହରେ ଭୋଟ...

ନାବାଳିକା ଛାତ୍ରୀଙ୍କ ଉଲଗ୍ନ ଫଟୋ ଭାଇରାଲ ଘଟଣା: ଜେଲ ଗଲେ ୨ ଅଭିଯୁକ୍ତ, ଜଣେ ଫେରାର

ଦିଗପହଣ୍ଡି,୩।୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ୭ମ ଶ୍ରେଣୀରେ ପଢୁଥିବା ନାବାଳିକା ଛାତ୍ରୀଙ୍କୁ ଉଲଗ୍ନ କରି...

ହସ୍ପିଟାଲରେ ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂ: ଆଶୁ ଆରୋଗ୍ୟ କାମନା କଲେ ନବୀନ

ବରଗଡ଼,୩।୨(ପ୍ରେମାନନ୍ଦ ଖମାରୀ): ପୂର୍ବତନ ମନ୍ତ୍ରୀ ତଥା ବରଗଡ଼ ଜିଲା ଭଟଲି ବିଧାନସଭା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ସୁଶାନ୍ତ ସିଂ ଅସୁସ୍ଥ ହୋଇପଡ଼ିଛନ୍ତି। ଅଧିକ ଚିକିତ୍ସା...

ଆଗକୁ ପ୍ରଚଣ୍ଡ ତାତି: ଗାଁ ଗାଁରେ ପାନୀୟଜଳ ସମସ୍ୟା, ଅବଧି ଶେଷ ସୁଦ୍ଧା ସରିଛି ୩୦% କାର୍ଯ୍ୟ

ଥୁଆମୂଳ ରାମପୁର,୩।୧:(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ସବୁଠୁ ପଛୁଆ ବ୍ଲକ ଭାବରେ ପରିଚିତ ଆଦିବାସୀ ଅଧୁଷିତ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକରେ ଅନେକ ସମସ୍ୟା ମଧ୍ୟରୁ...

ବିଶ୍ଵଶାନ୍ତି ରାମ ତାରକ ମହାଯଜ୍ଞ: ଚଳଚଞ୍ଚଳ ନୀଳକଣ୍ଠେଶର ଶୈବପୀଠ

ଦିଗପହଣ୍ଡି,୩।୧(ଅଶେଷ ନାଥ ମିଶ୍ର):ଗଞ୍ଜା ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ କେଦାରପୁର ଗ୍ରାମ ଶ୍ରୀ ନୀଳକଣ୍ଠେଶର ଶୈବପୀଠରେ ମାଘ ଶୁକ୍ଳ ଷଷ୍ଠୀ ସୋମବାର ଠାରୁ ବିଶଶାନ୍ତି...

ମାଇନିଙ୍ଗ ସ୍କିଲ୍ ଡେଭଲପମେଣ୍ଟ ଟ୍ରେନିଂ ସେଣ୍ଟର୍ ଉଦଘାଟିତ: ଉପକୃତ ହେବେ ସ୍ଥାନୀୟ ଯୁବତୀ-ଯୁବକ

ଥୁଆମୂଳ ରାମପୁର,୩।୧:(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଳକ ଠାରେ ଶନିବାର ଏସସିଏମସି ଏବଂ ସ୍କିଲ୍ ଇନ୍ ଓଡ଼ିଶା ଓ ଜିଲ୍ଲା ଖଣିଜ ପ୍ରତିଷ୍ଠାନ...

୧୪ରୁ ଜମିବ ଜୁନାଗଡ଼ ମହୋତ୍ସବ

ଜୁନାଗଡ଼, ୩ା୨(ସୁନୀଳ କୁମାର ସିଂହ): କଳାହାଣ୍ଡି ଜିଲା ଜୁନାଗଡ଼ ହାଇସ୍କୁଲ ଖେଳ ପଡିଆଠାରେ ଫେବୃଆରୀ ୧୪ରୁ ୧୬ ତାରିଖ ପର୍ଯ୍ୟନ୍ତ ଜୁନାଗଡ଼ ମହୋତ୍ସବ ପାଳନ କରାଯିବ।...

ଚାଷୀଙ୍କ ପାଇଁ ଖୁସି ଖବର: ଖୋଲିଲା ମାଣ୍ଡିଆ ମଣ୍ଡି

ବିଷମକଟକ, ୩।୨(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବହୁମୁଖି ପ୍ରକ୍ରିୟା କରଣ କେନ୍ଦ୍ରଠାରେ ସୋମବାର ମାଣ୍ଡିଆ ମଣ୍ଡି ଉଦ୍‌ଘାଟିତ ହୋଇଯାଇଛି। ବିଷମକଟକ ବିଡ଼ିଓ ସଦାଶିବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image