Posted inରାଜ୍ୟ

ଆଜିଠୁ କାଳିଆ ଛାତ୍ରବୃତ୍ତି ଆବେଦନ, ଜାଣନ୍ତୁ କେବେ ଯାଏ ଚାଲିବ ଆବେଦନ

ଭୁବନେଶ୍ୱର, ୯।୧(ଅସମାପିକା ସାହୁ)- କାଳିଆ ଛାତ୍ରବୃତ୍ତି ପାଇଁ ମଙ୍ଗଳବାର ଠାରୁ ଆବେଦନ ଆରମ୍ଭ ହେବ। ଛାତ୍ରୀଛାତ୍ରମାନେ କମନ ସ୍କଲାରସିପ ପୋର୍ଟାଲରେ (http://scholarship.odisha.gov.in) ଅନ୍‌ଲାଇନ୍‌ରେ ୩୧ ତାରିଖ ପର୍ଯ୍ୟନ୍ତ ଆବେଦନ କରିପାରିବେ। ଅନ୍‌ଲାଇନ୍‌ରେ କାଳିଆ ଛାତ୍ରବୃତ୍ତି ପାଇଁ ଆବେଦନ ଓ ନବୀକରଣ ନିମନ୍ତେ ବର୍ଷକୁ ଦୁଇଥର ପୋର୍ଟାଲ ଖୋଲାରହିବ। କାଳିଆ ଛାତ୍ରବୃତ୍ତି ଯେପରି ଅଧିକ ଉପଯୋଗୀ ହେବ ଏବଂ ଏହା ଦ୍ୱାରା ଯେପରି ଅଧିକ ପିଲା ଉପକୃତ ହୋଇପାରିବେ, ସେଥି ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ କ୍ରମେ ଆବଶ୍ୟକ ସଂଶୋଧନ କରାଯାଇ ପରିବର୍ଦ୍ଧିତ କରାଯାଇଛି।

ଏଥିରେ ବୃତ୍ତିଗତ କିମ୍ବା ବୈଷୟିକ ପାଠ୍ୟକ୍ରମରେ ଉଚ୍ଚଶିକ୍ଷା ନିମନ୍ତେ ରାଜ୍ୟର ସରକାରୀ ଶିକ୍ଷାନୁଷ୍ଠାନ ବ୍ୟତୀତ ଅଲ୍‌ଇଣ୍ଡିଆ ସର୍ଭେ ଅନ୍‌ ହାୟର ଏଜୁକେସନ୍‌ କୋଡ ପ୍ରାପ୍ତ ଘରୋଇ ଶିକ୍ଷାନୁଷ୍ଠାନ ଏବଂ ରାଜ୍ୟ ଓ ରାଜ୍ୟ ବାହାରର ପ୍ରିମିୟର ସରକାରୀ ଶିକ୍ଷାନୁଷ୍ଠାନମାନଙ୍କୁ ସାମିଲ କରାଯାଇଛି ବୋଲି କୃଷି ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ସୂଚନା ଦେଇଛନ୍ତି। ସୋମବାର ବିଭାଗ ପକ୍ଷରୁ କୃଷି ଭବନଠାରେ ଆୟୋଜିତ ଖବରଦାତା ସମ୍ମିଳନୀରେ ମନ୍ତ୍ରୀ ଏହି ସୂଚନା ପ୍ରଦାନ କରି କହିଛନ୍ତି, ଗ୍ରାଜୁଏସନ୍‌ ପାଠ୍ୟକ୍ରମରେ ବିବିଏ ଓ ବିସିଏ ପାଠ୍ୟକ୍ରମ ସାମିଲ କରାଯାଇଛି ଏବଂ ପୋଷ୍ଟ ଗ୍ରାଜୁଏଟ୍‌ ପାଠ୍ୟକ୍ରମରେ ବୃତ୍ତିଗତ କିମ୍ବା ବୈଷୟିକ ପାଠ୍ୟକ୍ରମ ଯଥା- ଏମ୍‌.ଟେକ୍‌, ଏମ୍‌ଏସ୍‌ (ଏଗ୍ରି), ଏମ୍‌ଏସ୍‌ସି (ଫରେଷ୍ଟ୍ରି), ମେଡିକାଲ ସାଇନ୍ସରେ ପିଜି ପାଠ୍ୟକ୍ରମ, ଏମ୍‌ବିଏ, ଏମ୍‌ସିଏ, ଏମ୍‌.ଫାର୍ମ ପାଠ୍ୟକ୍ରମକୁ ଛାତ୍ରବୃତ୍ତିରେ ଅନ୍ତର୍ଭୁକ୍ତ କରାଯାଇଛି। ପିଏଚ୍‌ଡି ପାଠ୍ୟକ୍ରମକୁ କାଳିଆ ଛାତ୍ରବୃତ୍ତିରେ ସାମିଲ କରାଯାଇଛି ଏବଂ ଏହି କାର୍ଯ୍ୟକ୍ରମ ସମ୍ପୃକ୍ତ ତାଲିକାଭୁକ୍ତ ପିଜି ପାଠ୍ୟକ୍ରମ ଅନ୍ତର୍ଗତ ହୋଇଥିବା ଆବଶ୍ୟକ।

ଏଥିପାଇଁ ସର୍ବାଧିକ ୪ବର୍ଷ ପାଇଁ ବୃତ୍ତି ପ୍ରଦାନ କରାଯିବ ଏବଂ ଏହା କେବଳ ରାଜ୍ୟ ଭିତରର ସରକାରୀ ଶିକ୍ଷାନୁଷ୍ଠାନ କ୍ଷେତ୍ର ପାଇଁ ଲାଗୁ ହେବ। ରାଜ୍ୟ ତଥା ରାଜ୍ୟ ବାହାରର ପ୍ରିମିୟର ସରକାରୀ ଶିକ୍ଷାନୁଷ୍ଠାନ ଯଥା-ଏନ୍‌ଆଇଟି, ଆଇଆଇଟି, ଆଇଆଇଏମ୍‌, ଏମସ୍‌, ଆଇସିଏଆର୍‌, ଆଇଏଆର୍‌ଆର୍‌, ଆଇଭିଆର୍‌ଆଇ, ସିଆଇଏଫ୍‌ଇ, ଏନ୍‌ଡିଆର୍‌ଆଇ, ଆଇଜର, ନାଇଜର ଆଦି ଶିକ୍ଷାନୁଷ୍ଠାନମାନଙ୍କରେ ବୈଷୟିକ କିମ୍ବା ବୃତ୍ତିଗତ ପାଠ୍ୟକ୍ରମକୁ ଏଥିରେ ଅନ୍ତର୍ଭୁକ୍ତ କରାଯାଇଛି। ଏହି ପରିବର୍ଦ୍ଧିତ କାଳିଆ ଛାତ୍ରବୃତ୍ତି କାଳିଆ ହିତାଧିକାରୀ ପିଲାଙ୍କ ଉତ୍ତମ ଶିକ୍ଷା ପାଇବା ସ୍ବପ୍ନ ସାକାର ଦିଗରେ ଏକ ମାଇଲଖୁଣ୍ଟ ସାବ୍ୟସ୍ତ ହେବ ଏବଂ ସେମାନଙ୍କର ଆର୍ଥିକ ଓ ସାମାଜିକ କ୍ଷେତ୍ରରେ ନିଶ୍ଚିତ ଭାବରେ ରୂପାନ୍ତରଣ ଘଟିବ ବୋଲି ମନ୍ତ୍ରୀ ଆଶା ପ୍ରକାଶ କରିଥିଲେ।

ସୂଚନାଯୋଗ୍ୟ, ରାଜ୍ୟରେ କାଳିଆ ଛାତ୍ରବୃତ୍ତି ୨୦୨୧-୨୨ରୁ କାର୍ଯ୍ୟକାରୀ ହୋଇଆସୁଛି। ଏହି ଯୋଜନାରେ ସରକାରୀ ଶିକ୍ଷାନୁଷ୍ଠାନରେ ବୃତ୍ତିଗତ/ବୈଷୟିକ ଶିକ୍ଷାଲାଭ କରୁଥିବା କାଳିଆ ହିତାଧିକାରୀଙ୍କ ପିଲାମାନଙ୍କୁ କାଳିଆ ଛାତ୍ରବୃତ୍ତି ପ୍ରଦାନ କରାଯାଉଛି। ୨୦୨୧-୨୨ ଏବଂ ୨୦୨୨-୨୩ରେ ରାଜ୍ୟରେ ୧,୮୩୯ଜଣ ଛାତ୍ରୀଛାତ୍ରଙ୍କୁ ମୋଟ ୩.୮୮କୋଟି ଟଙ୍କାର ଛାତ୍ରବୃତ୍ତି ପ୍ରଦାନ କରାଯାଇଥିବା ମନ୍ତ୍ରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାତ୍ୟା ଆଶ୍ରୟସ୍ଥଳ ଛାତରୁ ଖସି ୫ ବର୍ଷୀୟା ଝିଅଙ୍କ ମୃତ୍ୟୁ ଅଭିଯୋଗ

ଝରିଗାଁ,୨୭।୧୦(କିଶୋର ଚନ୍ଦ୍ର ମଣ୍ତଳ)ନବରଙ୍ଗପୁରରୁ ଭୁବନେଶ୍ୱର ଯାଇ କାମ କରୁଥିବା ଏକ ଦମ୍ପତିଙ୍କ ୫ ବର୍ଷୀୟା ଝିଅ ଶୁକ୍ରବାର ଏକ ବାତ୍ୟା ଆଶ୍ରୟସ୍ଥଳ ଛାତରୁ ଖସି ପ୍ରାଣ...

ଭୁବନେଶ୍ୱରରରେ ଲାଗିବ ଆଇପି କ୍ୟାମେରା

ଭୁବନେଶ୍ୱର,୨୭ା୧୦(ସୂର୍ଯ୍ୟକାନ୍ତ ବେହେରା): ରାଜଧାନୀର ବିଭିନ୍ନ ଆପାର୍ଟମେଣ୍ଟକୁ ଟାର୍ଗେଟ କରି ଲୁଟେରାମାନେ ଲୋକଙ୍କ ଟଙ୍କା ଓ ସୁନା ଗହଣା ନେଇ ଫେରାର ହୋଇଯାଉଛନ୍ତି। ଅତ୍ୟାଧୁନିକ କ୍ୟାମେରା ବ୍ୟବସ୍ଥା ନ...

ବିଜେଡି ବିଧାୟକଙ୍କୁ ଅଣଦେଖା: ଗଣେଶ୍ୱର

କେନ୍ଦ୍ରାପଡ଼ା,୨୭ା୧୦(ଜଗନ୍ନାଥ ଧଳ)ବାତ୍ୟା ‘ଦାନା’ ପ୍ରଭାବରେ କ୍ଷୟକ୍ଷତିର ଆକଳନ ଚାଲିଛି। ଏହି ସମୟରେ ଶାସକ ଓ ବିରୋଧୀ ଦଳର କଳି ଆରମ୍ଭ ହୋଇଛି। ବାତ୍ୟା ପରିଚାଳନାରେ ଶାସକ...

୧୦୮ ଆମ୍ବୁଲାନ୍ସ ଡ୍ରାଇଭରଙ୍କ ମାନବିକତା: ବାତ୍ୟାବେଳେ ଅସୁସ୍ଥ ମହିଳାଙ୍କୁ ବୋହି ଆମ୍ବୁଲାନ୍ସ ଯାଏ ଆଣିଲେ

ରାଜନଗର,୨୭ା୧୦(ଭାସ୍କର ରାଉତରାୟ): ବାତ୍ୟା ‘ଦାନା’ ତାଣ୍ଡବ ଆରମ୍ଭ ହେବା ପୂର୍ବରୁ ରାଜନଗରରେ ବର୍ଷା ଆରମ୍ଭ ହୋଇଯାଇଥିଲା। ଏହି ସମୟରେ ରାଜନଗର ବ୍ଲକ ଡେରା ପଞ୍ଚାୟତ କାଠୁଆଗଣ୍ଡ...

ଗଣମାଧ୍ୟମରେ ଏଆଇ ବ୍ୟବହାରର ତର୍ଜମା ହେଉ: ଏନ୍‌. ରାମ

ଭୁବନେଶ୍ୱର,୨୭ା୧୦(ଅନିଲ ଦାସ): ମିଡିଆ ସଂସ୍ଥାଗୁଡ଼ିକ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ବ୍ୟବହାରର ତର୍ଜମା କରନ୍ତୁ ବୋଲି ‘ଦି ହିନ୍ଦୁ’ର ପୂର୍ବତନ ଏଡିଟର୍‌-ଇନ୍‌-ଚିଫ୍‌ ଏନ୍‌.ରାମ କହିଛନ୍ତି। ଶନିବାର ପ୍ରେସ୍‌...

ବନ୍ୟା ସ୍ଥିତି: ୧୦ ଗାଁ ବିଚ୍ଛିନ୍ନ

ବାଲେଶ୍ୱର(ବାଞ୍ଛାନିଧି ଦେ)/ ନୀଳଗିରି(ପ୍ରଶାନ୍ତ ବିଶ୍ୱାଳ), ୨୭।୧୦: ବାତ୍ୟା ‘ଦାନା’ ପ୍ରଭାବରେ ଦୁଇଦିନ ଧରି ଲଗାଣ ବର୍ଷା ଯୋଗୁ ସୃଷ୍ଟି ହୋଇଛି ବନ୍ୟା ପରିସ୍ଥିତି। ଉପରମୁଣ୍ଡରେ ହୋଇଥିବା...

ପୁରୀରେ ହବିଷ୍ୟାଳିଙ୍କ ମୃତ୍ୟୁ: ଚିକିତ୍ସାରେ ଅବହେଳା ଅଭିଯୋଗ ଆଣିଲେ ପରିବାର ଲୋକେ

ପୁରୀ ୨୬ା୧୦(ଅଜିତ୍‌ କୁମାର ମହାନ୍ତି): ରାଜ୍ୟ ସରକାରଙ୍କ ପକ୍ଷରୁ ହବିଷ୍ୟାଳିଙ୍କ ପାଇଁ ପୁରୀରେ ହବିଷ୍ୟାଳି କେନ୍ଦ୍ର କରାଯାଇଛି। ୪ଟି କେନ୍ଦ୍ରରେ ହବିଷ୍ୟାଳିମାନଙ୍କ ରହିବା ନିମନ୍ତେ ପ୍ରଶାସନ...

ମୁଖ୍ୟମନ୍ତ୍ରୀ କହିଲେ ଏହି ୩ ଜିଲା ବେଶି ପ୍ରଭାବିତ, ଆଜି ରାତିରେ…

ଭୁବନେଶ୍ୱର,୨୬ା୧୦: ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶନିବାର ସନ୍ଧ୍ୟାରେ ଏସ୍‌ଆର୍‌ସିଙ୍କ କାର୍ଯ୍ୟାଳୟରେ ବାତ୍ୟା ପରବର୍ତ୍ତୀ ସ୍ଥିତି ଓ ପୁନରୁଦ୍ଧାର କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ଅବଗତ ହୋଇଛନ୍ତି। ପୁନରୁଦ୍ଧାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri