ଭାଇ, ଭଉଣୀଙ୍କ ପରେ ରଥରେ ବିରାଜିଲେ କାଳିଆ ଠାକୁର

ପୁରୀ,୧୫ା୭: ଆଜି ପବିତ୍ର ବାହୁଡ଼ା ଯାତ୍ରା। ନବଦିନାତ୍ମକ ଯାତ୍ରା ସାରି ଶ୍ରୀମନ୍ଦିରକୁ ବାହୁଡ଼ିବେ ମହାବାହୁ। ନୀତି ନିର୍ଘଣ୍ଟ ଅନୁଯାୟୀ ପ୍ରଥମେ ଚକ୍ରରାଜ ସୁଦର୍ଶନ ପହଣ୍ଡିରେ ଆସି ଦର୍ପଦଳନ ରଥରେ ବିଜେ କରିଥିଲେ। ପରେ ମା’ ସୁଭଦ୍ରା ଶୂନ୍ୟ ପହଣ୍ଡିରେ ଆସି ରଥରେ ବିରଜମାନ କରିଥିଲେ। ପରେ ବଡ଼ଠାକୁରଙ୍କ ପହଣ୍ଡି ଆରମ୍ଭ ହୋଇଥିତ୍ଲା। ସେ ଝୁଲି ଝୁଲି ତାଳଧ୍ୱଜ ରଥରେ ବିରାଜମାନ କରିଥିଲେ। ଶେଷରେ କାଳିଆ ସାଆନ୍ତଙ୍କ ପହଣ୍ଡି ଆରମ୍ଭ ହୋଇଥିଲା। ଭାଇ ଭଉଣୀଙ୍କ ପରେ କାଳିଆ ସାଆନ୍ତ ଝୁଲି ଝୁଲି ପହଣ୍ଡିରେ ଆସି ରଥରେ ବିରାଜମାନ କରିଛନ୍ତି।

ଅନ୍ୟପକ୍ଷେ ୨ଟା ୩୦ରୁ ୩ଟା ୩୦ ପର୍ଯ୍ୟନ୍ତ ଛେରାପହଁରା ହେବାକୁ ଥିବା ବେଳେ ପରେ ଚାରମାଳ ଫିଟା ଯିବ। ଅପରାହ୍ନ ୩ଟାରୁ ୪ଟା ମଧ୍ୟରେ ଘୋଡାଲାଗି ହେବାପରେ ୪ଟାରୁ ରଥଟଣା ଆରମ୍ଭ ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ସୁରକ୍ଷାକୁ ଦୃଷ୍ଟିରେ ରଖି ୧୭୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି। ଆମ୍ବୁଲାନ୍ସ ଯିବା ପାଇଁ ଗ୍ରୀନ କରିଡର ବ୍ୟବସ୍ଥା ହୋଇଛି। ଏପରିକି ସ୍ବତନ୍ତ୍ର ଟ୍ରାଫିକ ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭରତପୁର ଘଟଣା: ନିଲମ୍ବନ ହଟାଇବାକୁ …

ଭୁବନେଶ୍ୱର,୨୧।୯: ଓଡ଼ିଶା ପୋଲିସ ସଂଘର ସଂଗଠନ ସମ୍ପାଦକ ଉମେଶ ଚନ୍ଦ୍ର ସାହୁ ଶନିବାର ପ୍ରେସମିଟ୍‌ କରିଛନ୍ତି। ଆର୍ମି ମେଜର ଓ ବାନ୍ଧବୀଙ୍କ ପ୍ରତି ହୋଇଥିବା ଘଟଣା...

ସୋସିଆଲ ମିଡିଆରେ ଭାଇରାଲ ହେଉଛି ଭିଡିଓ: ହାତୀ ବଦଳରେ ବନ କର୍ମଚାରୀଙ୍କ ଠାରେ  ରେଡିଓକୋଲାର ଲାଗିଲେ…. 

ବଣାଇଁ,୨୧।୯(ପ୍ରଦୀପ ତ୍ରିପାଠୀ): ଏକ ଗୋଠଛଡା ଦନ୍ତା ପାଇଁ ବଣାଇଁ ଆଖାପାଖର ପ୍ରାୟ ୨୪ଟି ଗ୍ରାମର ଲୋକେ ଦୀର୍ଘଦିନ ଧରି ଆତଙ୍କିତ ଅଛନ୍ତି । ବଣାଇଁ ବନାଞ୍ଚଳରେ...

ପାଟଣାକୁ ସବ୍‌ଡିଭିଜନ ଘୋଷଣା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ପାଟଣା,୨୧।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ମୁଖ୍ୟାଳୟକୁ ସବ୍‌ ଡିଭିଜନ(ଉପଖଣ୍ଡ)ଘୋଷଣା ଦାବି ହୋଇଛି। ଏ ନେଇ ଶନିବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ...

ଜନ୍ମମାଟିରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ପ୍ରତି ପଞ୍ଚାୟତରେ ହେବ…

କେନ୍ଦୁଝର,୨୧ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତିନିଦିନିଆ ଗସ୍ତରେ ଆସି ଶନିବାର ଦିତୀୟ ଦିନ ସକାଳେ ସ୍ଥାନୀୟ କେନ୍ଦୁଝର ଷ୍ଟାଡିୟମକୁ ଯାଇ ସ୍ଥାନୀୟ ଯୁବକ,...

ପୋଲିସ ଉପରକୁ ଅଣ୍ଡା, ଟମାଟୋ ମାଡ଼ କଲା କଂଗ୍ରେସ

ଭୁବନେଶ୍ୱର,୨୧।୯: ଭରତପୁର ଥାନା କାଣ୍ଡ ପ୍ରତିବାଦରେ ଶନିବାର କଂଗ୍ରେସ ଅଣ୍ଡା ଟମାଟୋ ମାଡ଼ କରିଛି। ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉ ପାଇଁ ଯିବା ବେଳେ ଅଣ୍ଡା ଟମାଟୋ...

ଘରୁ ମିଳିଥିଲା ନଗଦ ୪୫ ଲକ୍ଷ ଟଙ୍କା, କୋଟିଏ ଟଙ୍କାର ବ୍ୟାଙ୍କ ଡିପୋଜିଟ୍: ବନ୍ଧାହେଲେ କୁବେର ଯନ୍ତ୍ରୀ

ବାଲେଶ୍ୱର,୨୧।୯: ବାଲେଶ୍ୱର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀଙ୍କ ଏନ୍‌ଭି ହରିହର ରାଓଙ୍କୁ ବାନ୍ଧିଲା ପୋଲିସ। ଆୟ ବର୍ହିଭୂତ ସଂପତ୍ତି ଠୁଳ ମାମଲାରେ ତାଙ୍କଚ ଭିଜିଲାନ୍ସ...

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ସୂଚନା; ବଦଳିବ ରିଲିଫ୍‌ର ନାଁ, ଏଣିକି କୁହାଯିବ…

ଭୁବନେଶ୍ୱର,୨୧ା୯: ରାଜସ୍ବ ମନ୍ତ୍ରୀ ସୁରେଜ ପୂଜାରୀ ଶନିବାର ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି ରିଲିଫ୍‌ କୋଡ୍‌ର ନାଁ ପରିବର୍ତ୍ତନ ହେବ। ଏଣିକି ଆଉ...

ପୁଣି ବିଜେଡିକୁ ଫେରିବାକୁ ଚାହୁଁଛନ୍ତି ପୂର୍ବତନ ବିଧାୟକ: ହାଇକମାଣ୍ଡଙ୍କୁ ଲେଖିଲେ ଚିଠି

ଘସିପୁରା,୨୧।୯(ନିରଞ୍ଜନ ସାହୁ):କେନ୍ଦୁଝର ଜିଲା ଆନନ୍ଦପୁର ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଭାଗୀରଥି ସେଠୀ ପୁଣି ବିଜେଡିକୁ ଫେରିବେ। ୨୦୨୪ ସାଧାରଣ ନିର୍ବାଚନରେ ଟିକେଟ ମିଳି ନ ଥିବାରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri