ସୋମବାରଠାରୁ କାମାକ୍ଷାନଗର ଏନ୍‌ଏସି ଶଟ୍‌ଡାଉନ

କାମାକ୍ଷାନଗର,୨।୮(ଡି.ଏନ.ଏ.)-ଢେଙ୍କାନାଳ ଜିଲା କାମାକ୍ଷାନଗର ଏନ୍‌ଏସିକୁ ଆସନ୍ତାକାଲିଠାରୁ ୫ ତାରିଖ ପର୍ଯ୍ୟନ୍ତ ଶଟ୍‌ଡାଉନ ଘୋଷଣା କରାଯାଇଛି। ଏନ୍‌ଏସି ଅଞ୍ଚଳରେ ସଂକ୍ରମଣ ବୃଦ୍ଧି ପାଉଥିବାରୁ ଏହି ପଦକ୍ଷେପ ନିଆଯାଇଥିବା ଜିଲାପାଳ ପ୍ରକାଶ କରିଛନ୍ତି। ତେବେ ଏହି ସମୟରେ ଅତ୍ୟାବଶ୍ୟକ ସାମଗ୍ରୀ ବ୍ୟତୀତ ଅନ୍ୟ ଦୋକାନ ବନ୍ଦ ରହିବ ବୋଲି ସୂଚନା ଦିଆଯାଇଛି।

Share