Posted inଜାତୀୟ

କଂଗ୍ରେସ ଛାଡ଼ିବେ କି କମଲନାଥଙ୍କ ପୁଅ? ଟୁଇଟର୍‌ ବାୟୋରୁ ହଟାଇଲେ ଦଳର ନାମ-ଲୋଗୋ

ଭୋପାଳ,୧୭।୨: ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ କମଲନାଥଙ୍କ ପୁଅ ତଥା ଛିନ୍ଦଓ୍ବାଡା ଏମ୍‌ପି ନକୁଳନାଥ କଂଗ୍ରେସ ଛାଡ଼ିବା ନେଇ ଚର୍ଚ୍ଚା ବଢ଼ିବାରେ ଲାଗିଛି। ସେ ସୋସିଆଲ ମିଡିଆର ଭିନ୍ନ ଭିନ୍ନ ପ୍ଲାଟଫର୍ମରୁ କଂଗ୍ରେସ ଦଳର ନାମ ଏବଂ ଲୋଗୋ ହଟାଇ ଦେଇଛନ୍ତି। ପ୍ରଥମେ ସେ ଇନଷ୍ଟାଗ୍ରାମ ଏବଂ ଫେସବୁକ୍‌ରୁ କଂଗ୍ରେସର ଲୋଗୋ ହଟାଇଥିବା ବେଳେ ଏବେ ଏକ୍ସ(ଟୁଇଟର) ବାୟୋରୁ ମଧ୍ୟ ଦଳର ନାମ ହଟାଇଦେଇଛନ୍ତି। ଏହା ବଦଳରେ ସେ ଲେଖିଛନ୍ତି ଯେ, ଏମ୍‌ପି, ଛିନ୍ଦଓ୍ବାଡା(ମଧ୍ୟପ୍ରଦେଶ)।

ନକୁଳନାଥ ବାୟୋ ପରିବର୍ତ୍ତନ କରିବା ପରଠାରୁ ସେ କଂଗ୍ରେସ ଛାଡ଼ି ପାରନ୍ତି ବୋଲି ଅନୁମାନ କରାଯାଉଛି। ହେଲେ ଏନେଇ ବିଧିବଦ୍ଧ ଭାବେ ଘୋଷଣା ହୋଇନାହିଁ। ଏପରିକି ସେ ଯଦି କଂଗ୍ରେସ ଛାଡ଼ନ୍ତି ତେବେ କେଉଁ ଦଳରେ ଯୋଗଦେବେ ସେ ନେଇ କୌଣସି ସୂଚନା ମିଳିନାହିଁ। ହେଲେ ତାଙ୍କୁ ନେଇ ରାଜନୈତିକ ମହଲରେ ନୂଆ ଚର୍ଚ୍ଚା ଆରମ୍ଭ ହୋଇଛି।

Nakul Nath Removed Congress Name From Twitter Links

କହିରଖୁଛୁ, କଂଗ୍ରେସର ବରିଷ୍ଠ ନେତା କମଲନାଥ ଏକ ସପ୍ତାହ ପୂର୍ବରୁ ଦିଲ୍ଲୀରେ ସୋନିଆ ଗାନ୍ଧୀଙ୍କୁ ଭେଟିଥିଲେ। କମଲ ନାଥ ନିଜ ପାଇଁ ସୋନିଆ ଗାନ୍ଧୀଙ୍କୁ ରାଜ୍ୟ ସଭା ଟିକେଟ ମାଗିଥିଲେ। କିନ୍ତୁ କମଲନାଥଙ୍କୁ ରାଜ୍ୟ ସଭା ପ୍ରାର୍ଥୀ କରିବା ପରିବର୍ତ୍ତେ କଂଗ୍ରେସ ଅଶୋକ ସିଂଙ୍କୁ ପ୍ରାର୍ଥୀ କରିଛି। ଏହା ପରେ କମଲନାଥ ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟରେ ପ୍ରତିକ୍ରିୟା ପ୍ରକାଶ କରି ଅଶୋକ ସିଂଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ନାବାଳିକା ବଳାତ୍କାର ହତ୍ୟା ଘଟଣାରେ ଜଣଙ୍କୁ ମୃତ୍ୟୁଦଣ୍ଡ

କୋଲକାତା,୭।୯: ପଶ୍ଚିମବଙ୍ଗର ଏକ ଜିଲା କୋର୍ଟ ଗତ ବର୍ଷ ଦାର୍ଜିଲିଂ ଜିଲାର ମାଟିଗାରାରେ ଜଣେ ନାବାଳିକାକୁ ବଳାତ୍କାର ଓ ହତ୍ୟା ମାମଲାରେ ଜଣେ ବ୍ୟକ୍ତିଙ୍କୁ ଶନିବାର...

ଯଦି ସାହାସ ଅଛି ହରିୟାଣା ଆସ, ଭିନେଶଙ୍କ ବିରୋଧରେ ପ୍ରଚାର କର

ନୂଆଦିଲ୍ଲୀ,୭।୯: କୁସ୍ତିଯୋଦ୍ଧା ଭିନେଶ ଫୋଗାଟ ଏବଂ ବଜରଙ୍ଗ ପୁନିଆ କଂଗ୍ରେସ ଦଳରେ ଯୋଗଦେବା ପରଠାରୁ ଭାରତୀୟ ରେସଲିଂ ଆସୋସିଏସନର ପୂର୍ବତନ ସଭାପତି ବ୍ରିଜ ଭୂଷଣ ଶରଣ...

ଛାରପୋକ, ମଶାଙ୍କୁ ନେଇ ରେଲ ବୋର୍ଡରେ ଆତଙ୍କ, ଆସିଲା ନୂଆ ଆଦେଶ

ନୂଆଦିଲ୍ଲୀ,୭।୯: ବେଡ ବଗ ବା ଛାରପୋକ ଏବଂ ମଶା କାହାର ବି ନିଦକୁ ନଷ୍ଟ କରିପାରନ୍ତି। ସେମାନେ ଟ୍ରେନ ପାଇଁ ମଧ୍ୟ ବିପଦ ସୃଷ୍ଟି କରିପାରନ୍ତି...

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ମୋଦିଙ୍କ ନିମନ୍ତ୍ରଣରେ ଭାରତ ଆସିବେ ୟୁଏଇ କ୍ରାଉନ ପ୍ରିନ୍ସ

ନୂଆଦିଲ୍ଲୀ,୭।୯: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ ଆବୁଧାବିର ‘କ୍ରାଉନ ପ୍ରିନ୍ସ’ ଶେଖ ଖାଲିଦ ବିନ ମହମ୍ମଦ ବିନ ଜାଏଦ ଅଲ ନାହାନ ରବିବାର (୮...

ଆଧାର କାର୍ଡକୁ ନେଇ ଆସିଲା ନୂଆ ନିୟମ, ଜାଣିନିଅନ୍ତୁ…

ନୂଆଦିଲ୍ଲୀ,୭।୯: ଆଧାର କାର୍ଡ ସମ୍ପର୍କରେ ସରକାର ଏକ ନୂଆ ନିୟମ ଜାରି କରିଛନ୍ତି। ଯଦି ଆପଣ ଏକ ନୂଆ ଆଧାର କାର୍ଡ କରିବାକୁ ଚାହୁଁଛନ୍ତି କିମ୍ବା...

ନିର୍ବାଚନରେ ହାରିବେ ଭିନେଶ ଫୋଗାଟ? ଟିକେଟ ମିଳିବା ପରେ ରାଗିଲେ ବ୍ରିଜଭୂଷଣ

ନୂଆଦିଲ୍ଲୀ,୭।୯: ଦେଶର ରାଜନୀତି ବିଷୟରେ କହିବାକୁ ଗଲେ ବର୍ତ୍ତମାନ ହରିୟାଣାରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ନେଇ ସବୁଆଡେ ଆଲୋଚନା ହେଉଛି। ଏହି ନିର୍ବାଚନରେ ରେସଲର...

ପୂଜାଙ୍କ ଉପରେ ପଡିଲା ଚଡକ, ତତ୍କାଳ ପ୍ରଭାବରେ ପ୍ରଶାସନିକ ସେବାରୁ ହଟିଲେ ଖେଡକର

ନୂଆଦିଲ୍ଲୀ,୭।୯: ମହାରାଷ୍ଟ୍ରର ପୂର୍ବତନ ଆଇଏଏସ ପ୍ରଶିକ୍ଷକ ପୂଜା ଖେଡକରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ନ୍ୟୁଜ ଏଜେନ୍ସି ପିଟିଆଇର ରିପୋର୍ଟ ଅନୁଯାୟୀ କେନ୍ଦ୍ର ସରକାର ପୂଜା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri