କନକବର୍ଦ୍ଧନ, ପ୍ରଭାତୀ ହେବେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୧।୬: ବହୁ ପ୍ରତୀକ୍ଷାର ଅନ୍ତ ଘଟିଛି। ଶେଷରେ ମଙ୍ଗଳବାର ଭାଜପା କାର୍ଯ୍ୟାଳୟରେ ଅନୁଷ୍ଠିତ ବିଧାୟକ ଦଳ ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା କରାଯାଇଛି। ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝୀଙ୍କ ନାଁରେ ମୋହର ବାଜିଛି। ସେହିପରି ଉପମୁଖ୍ୟମନ୍ତ୍ରୀ ଭାବେ କନକବର୍ଦ୍ଧନ ସିଂହଦେଓ ଏବଂ ପ୍ରଭାତୀ ପରିଡ଼ା ମଧ୍ୟ ବୁଧବାର ଶପଥ ଗ୍ରହଣ କରିବେ। ଏନେଇ ଜନତା ମଇଦାନରେ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି।

ପର୍ଯ୍ୟବେକ୍ଷକ ରାଜନାଥ ସିଂ ଏବଂ ଭୂପେନ୍ଦ୍ର ଯାଦବଙ୍କ ନେତୃତ୍ୱରେ ଭୁବନେଶ୍ୱରସ୍ଥିତ ଭାଜପା କାର୍ଯ୍ୟାଳୟଠାରେ ବିଧାୟକ ଦଳର ବୈଠକ ବସିଥିଲା। ବୈଠକରେ ସର୍ବସମ୍ମତିକ୍ରମେ ବିଧାୟକ ଦଳର ନେତା ଭାବେ ମୋହନଙ୍କ ନାଁ ଚୟନ କରାଯାଇଥିଲା। ସୂଚନାଯୋଗ୍ୟ, ୨୦୨୪ ବିଧାନସଭା ନିର୍ବାଚନରେ ଭାଜପା ୭୮ ଆସନ ଜିତି ବହୁମତ ହାସଲ କରିଛି। ବୈଠକରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଜୁଏଲ ଓରାମ, ଅପରାଜିତା ଷଡ଼ଙ୍ଗୀ, ପ୍ରତାପ ଷଡ଼ଙ୍ଗୀ, ବୈଜୟନ୍ତ ପଣ୍ଡା, ସମ୍ବିତ ପାତ୍ରଙ୍କ ସହ ତୁଙ୍ଗ ନେତା ଉପସ୍ଥିତ ଥିଲେ। କନକବର୍ଦ୍ଧନ ପାଟଣାଗଡ଼ ନିର୍ବାଚନମଣ୍ଡଳୀରୁ ଏବଂ ପ୍ରଭାତୀ ନିମାପଡ଼ା ନିର୍ବାଚନମଣ୍ଡଳୀରୁ ନିର୍ବାଚିତ ହୋଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri