Posted inଜାତୀୟ

ଭାଜପାକୁ ଫସାଇଦେଲେ କଙ୍ଗନା: କଂଗ୍ରେସକୁ ମିଳିବ ଜବରଦସ୍ତ ଲାଭ

ନୂଆଦିଲ୍ଲୀ,୨୬।୯: ୨୦୨୧ରେ ମୋଦି ସରକାରଙ୍କ ଦ୍ୱାରା ରଦ୍ଦ କରାଯାଇଥିବା ୩ କୃଷି ଆଇନକୁ ଫେରାଇ ଆଣିବା ଉଚିତ ବୋଲି ମଙ୍ଗଳବାର ଭାଜପା ଏମ୍‌ପି କଙ୍ଗନା ରାଣାଓ୍ବତ ବୟାନ ଦେଇଥିଲେ। ଯାହାକୁ ନେଇ ତୁମ୍‌ତତେବେ ବୁଧବାର ସେ ଏହି ବୟାନକୁ ନେଇ କ୍ଷମା ମାଗିଛନ୍ତି। କଙ୍ଗନା ‘ଏକ୍ସ’ରେ ନିଜର ଏକ ଭିଡିଓ ପୋଷ୍ଟକରି କହିଛନ୍ତି, ୩ କୃଷି ଆଇନକୁ ଫେରାଇ ଅଣାଯାଉ ବୋଲି ତାଙ୍କର ବ୍ୟକ୍ତିଗତ ଭାବେ ଇଚ୍ଛା ରହିଛି। ଏହି ବ୍ୟକ୍ତିଗତ ମତକୁ ଭାଜପାର ମତ ବୋଲି ଧରିବା ଠିକ୍‌ ନୁହେଁ। ଏବେ ସେ କେବଳ ଜଣେ ଅଭିନେତ୍ରୀ ନୁହନ୍ତି ବରଂ ଏମ୍‌ପି ମଧ୍ୟ। ତେଣୁ ଦଳୀୟ ନୀତି ଅନୁଯାୟୀ, ତାଙ୍କୁ ବୟାନ ଦେବାକୁ ପଡ଼ିବ। ୩ କୃଷି ଆଇନକୁ ଫେରାଇ ଆଣିବା ନେଇ ତାଙ୍କର ବୟାନ ବହୁ ବରିଷ୍ଠ ଭାଜପା ନେତାଙ୍କୁ ନିରାଶ କରିଛି ବୋଲି କହି କଙ୍ଗନା ଦୁଃଖ ପ୍ରକାଶ କରିଛନ୍ତି।

ଗତ ମାସରେ ଭାଜପା ସଭାପତି ଜେପି ନଡା କଙ୍ଗନାଙ୍କୁ ଡକାଇ ଭୁଲ୍‌ ମନ୍ତବ୍ୟ ନ ଦେବାକୁ ଚେତାବନୀ ଦେଇଥିଲେ, କିନ୍ତୁ କଙ୍ଗନା ପୁଣି ଦଳର ଭାବମୂର୍ତ୍ତୀକୁ ପଦାରେ ପକାଇଛନ୍ତି। ହରିୟାଣା ନିର୍ବାଚନ ଆଗକୁ ଥିବାରୁ କଙ୍ଗନା ଏହି ମନ୍ତବ୍ୟ ଦଳ ପାଇଁ ବୁମେରାଂ ହୋଇପାରେ। କଂଗ୍ରେସ କଙ୍ଗନାଙ୍କ ମନ୍ତବ୍ୟର ଜବରଦସ୍ତ ଫାଇଦା ଉଠାଇପାରେ।

ସେପଟେ କଙ୍ଗନାଙ୍କ ମନ୍ତବ୍ୟକୁ କେନ୍ଦ୍ରକରି ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କଠାରୁ ସ୍ପଷ୍ଟୀକରଣ ମାଗିଛନ୍ତି। ପ୍ରଧାନମନ୍ତ୍ରୀ କଙ୍ଗନାଙ୍କର ମନ୍ତବ୍ୟକୁ ସମର୍ଥନ କରୁଛନ୍ତି ନା ବିରୋଧ କରୁଛନ୍ତି ସେନେଇ ଦେଶବାସୀ ଜାଣିବାକୁ ଚାହାନ୍ତି ବୋଲି ରାହୁଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ପହଲଗାମ ଆତଙ୍କବାଦୀ ଆକ୍ରମଣ ଦେଶକୁ ଦୁଃଖ ଦେଇଛି, କଡା ଜବାବ ଦିଆଯିବ’: ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୭ା୪: ମନ୍ କି ବାତର ୧୨୧ତମ ଏପିସୋଡରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି, “ଆଜି ମୁଁ ଆପଣଙ୍କ ସହ ମନର କଥା କହୁଛି, ମୋ ହୃଦୟରେ...

NCC କ୍ୟାମ୍ପରେ ଛାତ୍ରୀଛାତ୍ରଙ୍କୁ ନମାଜ ପଢିବାକୁ ବାଧ୍ୟ କରିବା ଅଭିଯୋଗ, ୭ ଶିକ୍ଷକଙ୍କ ବିରୁଦ୍ଧରେ ମାମଲା

ଛତିଶଗଡ଼,୨୭ା୪: ବିଲାସପୁର ଜିଲାରେ ଗୁରୁ ଘାସୀଦାସ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର କେତେକ ଛାତ୍ରଛାତ୍ରୀଙ୍କୁ NCC ଶିବିର ସମୟରେ ନମାଜ ପଢିବାକୁ ବାଧ୍ୟ କରାଯାଇଥିବା ଅଭିଯୋଗରେ ଶନିବାର ୭...

ଭାରତ ପାଇଁ ଅଛି ୧୩୦ଟି ପରମାଣୁ ବୋମା, ଧମକ ଦେଲେ ପାକିସ୍ତାନ ମନ୍ତ୍ରୀ

ନୂଆଦିଲ୍ଲୀ,୨୭ା୪: ପହଲଗାମ ଆକ୍ରମଣ ପରେ ବଢୁଥିବା ଉତ୍ତେଜନା ମଧ୍ୟରେ ପାକିସ୍ତାନ ମନ୍ତ୍ରୀ ହାନିଫ ଅବ୍ବାସୀ ଭାରତକୁ ପରମାଣୁ ପ୍ରତିଶୋଧର ଖୋଲା ଧମକ ଦେଇଛନ୍ତି, ଚେତାବନୀ ଦେଇଛନ୍ତି...

ଢ଼ାବାରେ ପୋଲିସ ଚଢ଼ାଉ: ଜଣେ ଗିରଫ

ଧର୍ମଗଡ,୨୬।୪(ଘାସିରାମ ଜଗତ): ବେଆଇନ ମଦ କାରବାର ଉପରେ ଅଙ୍କୁଶ ଲଗାଇବା ଲାଗି ଧର୍ମଗଡ ଥାନାରେ ନୂତନ ଭାବେ ଯୋଗ ଦେଇଥିବା ଥାନା ଅଧିକାରୀ ପ୍ରଶାନ୍ତ କୁମାର...

ଏଇ ଭାରତରେ

କାଗଜ ପାଇଁ ବହୁସଂଖ୍ୟାରେ ଗଛ ଓ ବାଉଁଶ କଟାଯାଉଛି, ଯାହା ପରିବେଶ ପାଇଁ କ୍ଷତିକାରକ। ତେବେ ଏହାର ସମାଧାନ ବାଟ ପାଇଛନ୍ତି ରୂପଙ୍କର ଭଟ୍ଟାଚାର୍ଯ୍ୟ ଏବଂ...

ନିକୃଷ୍ଟ ବିଚାର

ଆମେରିକା କହୁଛି ବାଣିଜ୍ୟରେ ବିଶ୍ୱ ତାହାକୁ ଲୁଟିଛି ଏବଂ କ୍ଷତିପୂରଣ ଚାହେଁ। ଦେଖିବାକୁ ଗଲେ ଏହି ଲୁଣ୍ଠନ ନିଜେ ଆମେରିକା ଦ୍ୱାରା ହୋଇଛି କାରଣ ଏକ...

ଭୁବନେଶ୍ୱର ବିମାନବନ୍ଦରରେ ୧୨ ଘଣ୍ଟାରୁ ଅଧିକ ସମୟ ଅଟକି ରହିବା ପରେ କ୍ରୁଦ୍ଧ ଯାତ୍ରୀଙ୍କ ହଙ୍ଗାମା

ଭୁବନେଶ୍ୱର,୨୭ା୪: ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରରେ ଯାତ୍ରୀମାନେ ଅଟକି ରହିବା କାରଣରୁ ଉତ୍ତେଜନା ସୃଷ୍ଟି ହୋଇଛି। ୧୨ ଘଣ୍ଟାରୁ ଅଧିକ ସମୟ ବିତିଯାଇଥିଲେ ମଧ୍ୟ...

ଭାରତ ସହିତ ବାଣିଜ୍ୟ ବନ୍ଦ କରି ଫସିଲରେ ପାକିସ୍ତାନ: ଔଷଧ ଯୋଗାଣ ପାଇଁ ନେଲା ‘ଜରୁରୀକାଳୀନ’ ପଦକ୍ଷେପ

ଇସଲାମାବାଦ,୨୭ା୪: ପାହାଲଗାମ ଆତଙ୍କବାଦୀ ଆକ୍ରମଣ ପରେ ଭାରତ ସହ ବାଣିଜ୍ୟିକ ସମ୍ପର୍କ ବନ୍ଦ କରିବା ପରେ ପାକିସ୍ତାନ ଔଷଧ ଯୋଗାଣ ସୁନିଶ୍ଚିତ କରିବା ପାଇଁ “ଜରୁରୀକାଳୀନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image