କନକବର୍ଦ୍ଧନଙ୍କ ଭବିଷ୍ୟବାଣୀ: ଏତିକି ଆସନ ସହ ଓଡ଼ିଶାରେ ସରକାର ଗଢିବ ଭାଜପା

ଭୁବନେଶ୍ୱର, ୨୬।୫: ଓଡ଼ିଶାରେ ୩ୟ ପର୍ଯ୍ୟାୟ ନିର୍ବାଚନ ସରିଛି। ଏଥର ଭାଜପା ଦୁଇ ତୃତୀୟାଂଶ ସଂଖ୍ୟା ଗରିଷ୍ଠତାରେ ସରକାର ଗଢ଼ିବାକୁ ଯାଉଛି ବୋଲି ଗଣମାଧ୍ୟମ ଏବଂ ଜନମତର ଆଭିମୁଖ୍ୟରୁ ଜଣାପଡ଼ିଛି। ଜୁନ୍‌ ୪ରେ ଏହା ସ୍ପଷ୍ଟ ହୋଇଯିବ ବୋଲି ଦୃଢୋକ୍ତି ପ୍ରକାଶ କରିଛନ୍ତି ପୂର୍ବତନ ରାଜ୍ୟ ସଭାପତି କନକବର୍ଦ୍ଧନ ସିଂ ଦେଓ। ସେ କହିଛନ୍ତି, ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ବିଷୟ ହେଉଛି, ଆହୁରି ଗୋଟିଏ ପର୍ଯ୍ୟାୟ ନିର୍ବାଚନ ବାକିଥିବା ସତ୍ତ୍ୱେ ସରକାର ଗଢ଼ିବା ପାଇଁ ଆବଶ୍ୟକ ହେଉଥିବା ମ୍ୟାଜିକ ନମ୍ବର ଭାଜପା ହାସଲ କରିପାରିଛି। ଓଡ଼ିଶାର ସବୁ ବର୍ଗର ଲୋକମାନେ ଭାଜପାକୁ ସମର୍ଥନ କରିଥିବାରୁ ଏହା ସମ୍ଭବ ହୋଇପାରିଛି। ଗତ ୨୫ ବର୍ଷ ମଧ୍ୟରେ ବିଜେଡି ସରକାର ଅନେକ ଦୁର୍ନୀତି କରିଛି। ଭାଜପା ସରକାର ଗଢ଼ିଲେ ଏହାର ତଦନ୍ତ କରାଯିବା ସହ ଦୋଷୀଙ୍କ ବିରୋଧରେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କନକବର୍ଦ୍ଧନ ସିଂ ଦେଓ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତଳାମପଦର ଅଞ୍ଚଳରେ କାଳବୈଶାଖୀ ପ୍ରଭାବ: ଉଡ଼ିଗଲା ଆଜବେଷ୍ଟସ୍‌

ଥୁଆମୂଳ ରାମପୁର,୨୩ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ତଳାମପଦର ପଞ୍ଚାୟତର ତଳାମପଦର ଓ ଚୁଲବାଡିରେ କାଳବୈଶାଖିର ପ୍ରଭାବ ଦେଖିବାକୁ ମିଳିଛି। ସୂଚନା ଅନୁସାରେ ...

ଯୁବକଙ୍କୁ ହତ୍ୟା ଘଟଣା: ଆଉ ଜଣେ ଗିରଫ

ଥୁଆମୂଳ ରାମପୁର,୨୩ା୪ (ଦୁର୍ଗା କୀର୍ତ୍ତି)- ଗତ ଜାନୁଆରୀ ୧୬ରେ ଥୁଆମୂଳ ରାମପୁର ଥାନା ପେଙ୍ଗଢୁସି ଗ୍ରାମଠାରେ ଜଣେ ଯୁବକଙ୍କ ହତ୍ୟା ଘଟଣାରେ ଆଉ ଜଣେ ଅଭିଯୁକ୍ତଙ୍କୁ...

୨୦୦୦ରୁ କଶ୍ମୀରରେ ଘଟିଥିବା ବଡ଼ ଆତଙ୍କବାଦୀ ଆକ୍ରମଣ

ଶ୍ରୀନଗର,୨୨।୪: ୨୦୦୦ରୁ ଜମ୍ମୁ-କଶ୍ମୀରରେ ବିଭିନ୍ନ ସମୟରେ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣରେ ବହୁ ନିରୀହ ଜନସାଧାରଣଙ୍କ ଜୀବନ ଯାଇଛି। ଏଠାରେ କେତୋଟି ବଡ଼ ଆକ୍ରମଣର ତଥ୍ୟ...

ପହଲଗାମ ଆକ୍ରମଣ ଉପରେ ହ୍ୱାଇଟ୍ ହାଉସର ନଜର, ଟ୍ରମ୍ପ କହିଦେଲେ ବଡ କଥା

ନୂଆଦିଲ୍ଲୀ,୨୨।୪: ପହଲଗାମରେ ପର୍ଯ୍ୟଟକଙ୍କ ଉପରେ ଆତଙ୍କବାଦୀଙ୍କ ଆକ୍ରମଣ ଉପରେ ଆମେରିକା ନଜର ରଖିଛି। ହ୍ୱାଇଟ ହାଉସ ପ୍ରେସ ସେକ୍ରେଟାରୀ କାରୋଲାଇନ ଲିଭିଟ କହିଛନ୍ତି, “ରାଷ୍ଟ୍ରପତିଙ୍କୁ ଜାତୀୟ...

କାଳବୈଶାଖୀ: ଭାଙ୍ଗିଲା ଗଛ, ଉଡିଲା ଟିଣ

ଉମରକୋଟ,୨୨।୪(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ପ୍ରବଳ ପବନ ହୋଇଛି। ବର୍ଷା ହୋଇ ନ ଥିଲେ ମଧ୍ୟ ଭୀଷଣ ପବନ...

ପହଲଗାମ ଆକ୍ରମଣ ଉପରେ ଭାରତ ସପକ୍ଷରେ ଟ୍ରମ୍ପଙ୍କ ବଡ ବୟାନ

ନୂଆଦିଲ୍ଲୀ,୨୨।୪: ଯୁକ୍ତରାଷ୍ଟ୍ର ଭାରତ ସହ ଦୃଢ଼ଭାବେ ଛିଡ଼ା ହୋଇଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଜୋର ଦେଇ କହିଛନ୍ତି, ଜମ୍ମୁ ଓ କାଶ୍ମୀରର ପହଲଗାମରେ ପର୍ଯ୍ୟଟକଙ୍କୁ ଟାର୍ଗେଟ...

ଖୁସି ମୁହୂର୍ତ୍ତର ଭିଡିଓ ଶେୟାର କରିବାର କିଛି ଘଣ୍ଟା ପରେ ଆତଙ୍କବାଦୀଙ୍କ ଗୁଳିରେ ପ୍ରାଣ ହରାଇଥିଲେ ଓଡ଼ିଆ ଯୁବକ

ଭୁବନେଶ୍ୱର,୨୨।୪: ଏକ ଦୁଃଖଦ ଘଟଣାରେ, ମଙ୍ଗଳବାର ଜମ୍ମୁ ଓ କାଶ୍ମୀରର ପହଲଗାମରେ ପର୍ଯ୍ୟଟକଙ୍କ ଉପରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ଓଡ଼ିଶାର ଜଣେ ଯୁବକ ନିହତ ହୋଇଥିବା...

ଗୁଣି ଗାରେଡ଼ି ସନ୍ଦେହରେ ଯୁବକଙ୍କୁ ପିଟି ହତ୍ୟା: ୨୮ ଗିରଫ

ପଦ୍ମପୁର,୨୨।୪ (ପ୍ରଶାନ୍ତ କୁମାର କର): ଆଜିର ଆଧୁନିକ ଯୁଗରେ ଏବେ ବି ଲୋକେ ଅନ୍ଧବିଶ୍ୱାସର ବଶବର୍ତ୍ତୀ ହୋଇ ହତ୍ୟା ପରି ବୀଭତ୍ସକାଣ୍ଡ ଘଟାଇବାକୁ ପଛାଉନାହାନ୍ତି। ଏହାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image